Odisha Cabinet / ୩ଟି ବିଭାଗର ୪ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍ ମୋହର

Key Points
୩ଟି ବିଭାଗର ୪ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍ ମୋହର
ଶ୍ରମ ବିଭାଗର ବାଣିଜ୍ୟ ପ୍ରତିଷ୍ଠାନ ଆଇନ ୧୯୫୬ର ସଂଶୋଧନ ପାରିତ
କାରଖାନା ୧୯୪୮ର ସଂଶୋଧନ ଆଇନ ପାରିତ
ଦୈନିକ କାର୍ଯ୍ୟ ନିର୍ଘଣ୍ଟ ୯ ଘଣ୍ଟାରୁ ୧୦ ଘଣ୍ଟାକୁ ବୃଦ୍ଧି କରିବାକୁ ନିଷ୍ପତ୍ତି
୩ଟି ବିଭାଗର ୪ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍ ମୋହର । ଶ୍ରମ ବିଭାଗର ବାଣିଜ୍ୟ ପ୍ରତିଷ୍ଠାନ ଆଇନ ୧୯୫୬ ଓ ସଂଶୋଧନ ପାରିତ । କାରଖାନା ଆଇନ ୧୯୪୮ର ସଂଶୋଧନ ଆଇନ ମଧ୍ୟ ହେଲା ପାରିତ । ଲୋକସେବା ଭବନରେ ବସିଥିବା ରାଜ୍ୟ କ୍ୟାବିନେଟ ବୈଠକ ଶେଷ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିଲା ଏହି ବୈଠକ । ୪ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ ମୋହର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତରା ବସିଥିଲା ବୈଠକ । ବୈଠକରେ ଅନ୍ୟ ବିଭାଗର ସଚିବ ଓ ମନ୍ତ୍ରୀମାନେ ଉପସ୍ଥିତ ଥିଲେ ।
ସୂଚନା ଥାଉକି, ରାଜ୍ୟ କ୍ୟାବିନେଟ୍ ବୈଠକରେ ୩ ବିଭାଗର ୪ଟି ପ୍ରସ୍ତାବ ଉପରେ ବାଜିଛି ମୋହର । ଶ୍ରମ ବିଭାଗର ବାଣିଜ୍ୟ ପ୍ରତିଷ୍ଠାନ ଆଇନ ୧୯୫୬ର ସଂଶୋଧନ ପାରିତ ହୋଇଛି । କାରଖାନା ୧୯୪୮ର ସଂଶୋଧନ ଆଇନ ମଧ୍ୟ ହେଲା ପାରିତ ହୋଇଛି । ଦୈନିକ କାର୍ଯ୍ୟ ନିର୍ଘଣ୍ଟ ୯ ଘଣ୍ଟାରୁ ୧୦ ଘଣ୍ଟାକୁ ବୃଦ୍ଧି କରିବାକୁ ନିଷ୍ପତ୍ତି । ସେହିଭଳି ସପ୍ତାହକରେ ୪୮ ଘଣ୍ଟାରୁ ଅଧିକ କାମ କଲେ ଓଭରଟାଇମ୍ ମିଳିବ । ମହିଳା କର୍ମଚାରୀ ଚାହିଁଲେ ସମ୍ମତି ପତ୍ର ଦେଇ ରାତିରେ କାର୍ଯ୍ୟ କରିପାରିବେ । ତେବେ ମହିଳା କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର ସୁରକ୍ଷା ବ୍ୟବସ୍ଥା କରିବେ ।
ଅଧିକ ପଢ଼ନ୍ତୁ: କେବଳ ତଳ ପଡ଼ିଆ ନୁହେଁ, ଉପର ପଡ଼ିଆରେ ବି ହେବ ବାଲିଯାତ୍ରା
ଏହାସହ ଗଣଶିକ୍ଷା ବିଭାଗର ଗୋଦାବରୀଶ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାକୁ ମଞ୍ଜୁରୀ ମିଳିଛି । ଆହୁରି ବି ଘଟଗାଁ ତାରିଣୀ ପୀଠର ପାରିପାର୍ଶ୍ବିକ ବିକାଶ ପାଇଁ ୨୨୬ କୋଟି ମଞ୍ଜୁର ହୋଇଛି । ୫୯ ଏକର ଜମିକୁ ନେଇ ପାରିପାର୍ଶ୍ବିକ ବିକାଶ ପାଇଁ DPR ପ୍ରସ୍ତୁତ ହେବ ବୋଲି କ୍ୟାବିନେଟ୍ରେ ମଞ୍ଜୁରୀ ମିଳିଛି ।
📱 Get Argus News App
✨ଅଧିକ ପଢ଼ନ୍ତୁ: ମା'ଙ୍କ ପାଖରେ ସମସ୍ତଙ୍କ ଉତ୍ତମ ସ୍ବାସ୍ଥ୍ୟ ଓ ସମୃଦ୍ଧି କାମନା କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ
ସେପଟେ ଘଟଗାଁ ତାରିଣୀ ପୀଠର ପାରିପାର୍ଶ୍ବିକ ବିକାଶ ପାଇଁ ୨୨୬ କୋଟି ମଞ୍ଜୁର । ୫୯ ଏକର ଜମିକୁ ନେଇ ପାରିପାର୍ଶ୍ବିକ ବିକାଶ ପାଇଁ DPR ପ୍ରସ୍ତୁତ ହେବ। ଗଣଶିକ୍ଷା ବିଭାଗର ଗୋଦାବରୀଶ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାକୁ ମଞ୍ଜୁରୀ ।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର:
Related Topics
Explore more stories