Census Staff Safety Alert / କେଉଁଠି ହୃଦ୍ଘାତ, କେଉଁଠି ନିଖୋଜ; ଜନଗଣନା କର୍ମଚାରୀଙ୍କ ସୁରକ୍ଷା ପାଇଁ ସରକାରଙ୍କ କଡ଼ା ନିର୍ଦ୍ଦେଶ
·2 months ago·2 min read

Key Points
ରାଜ୍ୟରେ ଜନଗଣନା କାର୍ଯ୍ୟ ଚାଲିଥିବା ବେଳେ ବିଭିନ୍ନ ସ୍ଥାନରୁ ଦୁଃଖଦ ଖବର ଆସୁଛି । ଜନଗଣନା କାର୍ଯ୍ୟରେ ନିୟୋଜିତ କର୍ମଚାରୀଙ୍କ ସୁରକ୍ଷାକୁ ନେଇ ରାଜ୍ୟ ସରକାର ଗମ୍ଭୀର ହୋଇଛନ୍ତି ।
ଭୁବନେଶ୍ଵର: ରାଜ୍ୟରେ ଚାଲିଥିବା ପ୍ରଥମ ପର୍ଯ୍ୟାୟ ଜନଗଣନା (ହାଉସଲିଷ୍ଟିଂ ଓ ହାଉସିଂ ସେନସସ୍) କାର୍ଯ୍ୟରେ ନିୟୋଜିତ କର୍ମଚାରୀଙ୍କ ସୁରକ୍ଷାକୁ ନେଇ ରାଜ୍ୟ ସରକାର ଗମ୍ଭୀର ହୋଇଛନ୍ତି ।
ଗତ କିଛି ଦିନ ମଧ୍ୟରେ କାର୍ଯ୍ୟରତ ଗଣନାକାରୀଙ୍କ ସମ୍ପର୍କରେ ଆସିଥିବା ଦୁଃଖଦ ଖବର ପରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳ ଓ ମ୍ୟୁନିସିପାଲ କମିଶନରଙ୍କୁ ଜରୁରୀ ନିର୍ଦ୍ଦେଶନାମା ଜାରି କରାଯାଇଛି ।
ଏଥିସହ ପଢ଼ନ୍ତୁ: ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା, ଘର, ଗାଡି, ଜମିବାଡ଼ି ଓ LPG ତଥ୍ୟ ସରକାର ଙ୍କୁ ଦିଆଯିବ
ଏପ୍ରିଲ ୧୬ରୁ ଆରମ୍ଭ ହୋଇଥିବା ଏହି ଗଣନା ପ୍ରକ୍ରିୟା ଆସନ୍ତା ମେ ୧୫ ପର୍ଯ୍ୟନ୍ତ ଚାଲିବ । ତେବେ ଏହି ସମୟ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରୁ ସାମ୍ନାକୁ ଆସିଥିବା ଘଟଣାଗୁଡ଼ିକ ଚିନ୍ତା ବଢ଼ାଇଛି ।
ସୋନପୁର ଜିଲ୍ଲାରେ ଜଣେ ଗଣନାକାରୀ କାର୍ଯ୍ୟରୁ ଫେରିବା ପରେ ହୃଦଘାତରେ ମୃତ୍ୟୁ ହୋଇଥିବା ପରିବାର ପକ୍ଷରୁ ଅଭିଯୋଗ ହୋଇଛି । ସେହିଭଳି ମୟୂରଭଞ୍ଜ ଜିଲ୍ଲାରେ ଜଣେ ମହିଳା ଗଣନାକାରୀ ନିଖୋଜ ଅଛନ୍ତି । ବାଲେଶ୍ୱରରୁ ଦୁର୍ଘଟଣା ଓ ହିଟ୍ଷ୍ଟ୍ରୋକ୍ (ଅଂଶୁଘାତ) ସମ୍ବନ୍ଧୀୟ ତିନୋଟି ମାମଲା ଏବଂ ରାଉରକେଲାରୁ ଗୋଟିଏ ଦୁର୍ଘଟଣାଜନିତ ଖବର ମିଳିଛି ।
ଏହି ସମସ୍ତ ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରିବାକୁ କହିଛନ୍ତି ।
ଏଥିସହ ପଢ଼ନ୍ତୁ: 'ପ୍ରଗତି' ଓ 'ବିକାଶ' କିଏ ? ଜନଗଣନାରେ ଘରକୁ ଆସି ପଚାରିବେ କେଉଁ ପ୍ରଶ୍ନ ? ଜାଣନ୍ତୁ ସବୁ ତଥ୍ୟ...
ବିଶେଷ ଭାବେ ଗ୍ରୀଷ୍ମ ପ୍ରବାହ ବା ତାତିଜନିତ ସମସ୍ୟାକୁ ମୁକାବିଲା କରିବା, କାର୍ଯ୍ୟ ସମୟରେ ରହିଥିବା ବିପଦଗୁଡ଼ିକୁ ଚିହ୍ନଟ କରିବା ଏବଂ ଗଣନାକାରୀମାନଙ୍କୁ ନିୟମିତ ଭାବେ ଟ୍ରାକ୍ କରିବା ପାଇଁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି ।
ଏହାଛଡ଼ା, କାର୍ଯ୍ୟରେ ନିୟୋଜିତ ସମସ୍ତ ଗଣନାକାରୀଙ୍କୁ ସେମାନଙ୍କ ସୁରକ୍ଷା ସମ୍ବନ୍ଧରେ ସଚେତନ କରାଇବା ପାଇଁ ମଧ୍ୟ ପରାମର୍ଶ ଦିଆଯାଇଛି । ଯାହାଫଳରେ ନିର୍ଘଣ୍ଟ ସମୟ ମଧ୍ୟରେ ସୁରୁଖୁରୁରେ ଓ ନିର୍ଭୁଲ ଭାବେ ତଥ୍ୟ ସଂଗ୍ରହ କାର୍ଯ୍ୟ ଶେଷ କରାଯାଇପାରିବ । ସରକାରଙ୍କ ଏହି ପଦକ୍ଷେପ କର୍ମଚାରୀଙ୍କ ମଧ୍ୟରେ ସୁରକ୍ଷା ଭାବନାକୁ ସୁଦୃଢ଼ କରିବ ବୋଲି ଆଶା କରାଯାଉଛି ।

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories