Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ନେପାଳର ପିଲାମାନେ ଆମ ପିଲା, ପୁରା ସମ୍ମାନର ସହ ପିଲାମାନେ ଏଠାରେ ପଢିବେ: ମୁଖ୍ୟମନ୍ତ୍ରୀ

Odisha

ନେପାଳର ପିଲାମାନେ ଆମ ପିଲା, ପୁରା ସମ୍ମାନର ସହ ପିଲାମାନେ ଏଠାରେ ପଢିବେ: ମୁଖ୍ୟମନ୍ତ୍ରୀ

Sushanta Sahoo
Browse all articles by Sushanta Sahoo
·1 year ago·2 min read
ନେପାଳର ପିଲାମାନେ ଆମ ପିଲା, ପୁରା ସମ୍ମାନର ସହ ପିଲାମାନେ ଏଠାରେ ପଢିବେ: ମୁଖ୍ୟମନ୍ତ୍ରୀ

Key Points

ଆଜି ନେପାଳ ବୈଦେଶିକ ବ୍ୟାପାର ମନ୍ତ୍ରୀଙ୍କ ସହିତ ଫୋନ୍ ଯୋଗେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ଭୁବନେଶ୍ଵର: କିଟ୍ ବିଶ୍ୱବିଦ୍ୟାଳୟ ଘଟଣାକୁ ନେଇ ଗୁରୁତ୍ଵର ସହ ନେଇଛନ୍ତି ରାଜ୍ୟ ସରକାର । ଘଟଣାର ତଦନ୍ତ ପାଇଁ ରାଜ୍ୟ ସରକାର ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି । ଆଜି ନେପାଳ ବୈଦେଶିକ ବ୍ୟାପାର ମନ୍ତ୍ରୀଙ୍କ ସହିତ ଫୋନ୍ ଯୋଗେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦୃଢ଼ କାର୍ଯ୍ୟାନୁଷ୍ଠାନ ସହିତ ପିଲାମାନଙ୍କ ଭରସା ଫେରାଇ ଆଣିବା ପାଇଁ ପଦକ୍ଷେପ ନେବାକୁ ପ୍ରତିଶ୍ରୁତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।


ଶନିବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କିଟ୍ ଘଟଣା ସମ୍ପର୍କରେ ନେପାଳର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡ. ଆର୍‍ଜୁ ରାନା ଦେଉବାଙ୍କ ସହ ଫୋନ୍‌ରେ କଥା ହୋଇଛନ୍ତି । କିଟ୍‌ ଘଟଣାରେ ସମ୍ପୃକ୍ତ ସମସ୍ତ ଦୋଷୀଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।


ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ କହିଛନ୍ତି, ନେପାଳର ପିଲାମାନେ ମଧ୍ୟ ହେଉଛନ୍ତି ଆମ ପିଲା । ପୁରା ସମ୍ମାନର ସହ ସେମାନେ ଏଠାରେ ପଢିବେ । ରାଜ୍ୟ ସରକାର ଘଟଣା ସମ୍ପର୍କରେ ତୀକ୍ଷଣ ନଜର ରଖି ପଦକ୍ଷେପ ନେଉଛନ୍ତି ଏବଂ ଏହା ସହିତ ଛାତ୍ରଛାତ୍ରୀ ମାନଙ୍କ ଭରସା ଓ ଆତ୍ମ ବିଶ୍ୱାସ ଫେରାଇ ଆଣିବା ପାଇଁ ସମସ୍ତ ପଦକ୍ଷେପ ନିଆଯିବ ।


Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଏଥିସହ ନେପାଳ ଦୂତାବାସର ଅଧିକାରୀ ନବୀନ ରାଜ୍ ଅଧିକାରୀ ଏବଂ ସଞ୍ଜୀବ ଶର୍ମା ଦାସ ମଧ୍ୟ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆଲୋଚନା କରିଛନ୍ତି । ଘଟଣାରେ ଏଯାବତ୍ ୧୦ ଜଣଙ୍କୁ ଗିରଫ କରାଯାଇଛି । ଘଟଣା ସହ ସମ୍ପୃକ୍ତ ସମସ୍ତଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । କିଟ୍ ପରିସରରେ ଶିକ୍ଷାର ବାତାବରଣ ଫେରାଇ ଆଣିବା ପାଇଁ ସରକାରଙ୍କ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ।


ନେପାଳର ଅଧିକାରୀ ଦ୍ୱୟ କହିଛନ୍ତି, ଘଟଣାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଶୀଘ୍ର ପଦକ୍ଷେପ ନିଆଯାଇଛି । ଏହା ଦ୍ୱାରା ନେପାଳରୁ ଆସି ପଢୁଥିବା ଛାତ୍ରଛାତ୍ରୀ ଓ ସେମାନଙ୍କ ଅଭିଭାବକ ମାନେ ଆଶ୍ୱସ୍ତ ଅନୁଭବ କରିଛନ୍ତି । ଏଥିପାଇଁ ନେପାଳ ସରକାରଙ୍କ ପକ୍ଷରୁ ଓଡ଼ିଶା ସରକାରଙ୍କୁ ବିଶେଷ କରି ମୁଖ୍ୟମନ୍ତ୍ରୀଙ୍କୁ ସେମାନେ ଧନ୍ୟବାଦ ଦେଇଛନ୍ତି । କହିଛନ୍ତି, ନେପାଳ ଓ ଓଡ଼ିଶା ମଧ୍ୟରେ ଅତି ପୁରାତନ ସମ୍ପର୍କ ରହି ଆସିଛି ଏବଂ ଏହି ସୁସମ୍ପର୍କ କେବେ ବ୍ୟାହତ ହେବ ନାହିଁ ।


ଆଲୋଚନା ସମୟରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ଉପସ୍ଥିତ ଥିଲେ ।

Sponsored
Odisha CM Dials Nepal Minister On KIIT Issue | Argus News