Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଅବସରରେ ସମସ୍ତଙ୍କୁ ଅଭିନନ୍ଦନ ଓ ଜୁହାର: ମୁଖ୍ୟମନ୍ତ୍ରୀ

Rashmita Mishra
Browse all articles by Rashmita Mishra
·10 months ago·2 min read
କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଅବସରରେ ସମସ୍ତଙ୍କୁ ଅଭିନନ୍ଦନ ଓ ଜୁହାର: ମୁଖ୍ୟମନ୍ତ୍ରୀ

Key Points

ପବିତ୍ର ନୂଆଁଖାଇ ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି,ଜୟ ଜଗନ୍ନାଥ, ଜୟ ମାଁ ସମ୍‌ଲେଇ। "ସମ୍‌କୁ ମୋର ନୂଆଁଖାଇ ଜୁହାର୍" ।

ଓଡ଼ିଶାର ଅନନ୍ୟ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଅବସରରେ ସାରା ଓଡ଼ିଶାବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା । ଘର ଲିପା ପୋଛା ସହ ସାଜସଜ୍ଜା । କୃଷି ଭିତ୍ତିକ ଗଣପର୍ବକୁ ପାଳନ କରିବାକୁ ପ୍ରତି ଘରେ, ପ୍ରତି ପରିବାରରେ ଉତ୍ସାହ ଉଦ୍ଦୀପନା । ବର୍ଷକେ ଥରେ ଭାଇ ବନ୍ଧୁ, ପରିଜନ ସମ୍ପର୍କୀୟ ସମସ୍ତଙ୍କ ମିଳନର ନିଆରା ପରମ୍ପରା । ଏଥିପାଇଁ ତ ଯିଏ ଯେତେ ଦୂରରେ ଥିଲେ ବି ଘର ମୁହାଁ ହୁଅନ୍ତି ।

ପବିତ୍ର ନୂଆଁଖାଇ ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି,ଜୟ ଜଗନ୍ନାଥ, ଜୟ ମାଁ ସମ୍‌ଲେଇ। "ସମ୍‌କୁ ମୋର ନୂଆଁଖାଇ ଜୁହାର୍" । ଓଡ଼ିଶାର ମହାନ୍ କୃଷିଭିତ୍ତିକ ଗଣ ପର୍ବ ନୂଆଁଖାଇର ଶୁଭ ଅବସରରେ ସମସ୍ତ ରାଜ୍ୟବାସୀଙ୍କୁ ଅନେକ ଅନେକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି ।


ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଆମର୍ ମହାନ୍ ସଂସ୍କୃତି ଆଉର୍ ପରମ୍ପରାର ବାର୍ତ୍ତା ବାହକ୍ ଆଏ ଇ ନୂଆଁଖାଇ ତିହାର୍ । ପରିବାର୍‌ ର ସଦସ୍ୟମାନେ ଦେଶ୍ ବିଦେଶ୍‌ ର ଯେନୁ ଭି ଥିଲେ ଇ ତିହାର୍ ଲାଗି ନିଜର୍ ନିଜର୍ ଗାଁ କେ ଘର୍ କେ ଫିର୍ଶନ। ପରିବାର୍ ର ସଭେ ଏକ୍ ହେଇ କରି ମିଶିକରି ନୂଆଁ ଖାଏସନ୍ । ମୁନୁଷ୍ ମୁନୁଷ୍ ଭିତରେ ସ୍ନେହ, ପ୍ରେମ୍, ଶ୍ରଦ୍ଧା, ସମ୍ମାନ୍ ର ଆଦାନ୍ ପ୍ରଦାନ୍ ଆର୍ ଭାଇଚାରା କେ ନେଇ କରି ଆଇସି ଆମର୍ ଇ ପରବ୍ ନୂଆଁଖାଇ । ଆମର୍ ପରମ୍ପରା ରେ ନୂଆଁଖାଇ ର ଯେତ୍‌କି ମହତ୍ତ୍ଵ ଅଛେ ସେତ୍‌କି ମହତ୍ତ୍ଵ ନୂଆଁଖାଇ ଭେଟଘାଟ୍ ର ଭି ଅଛେ ।

ପବିତ୍ର ନୂଆଁଖାଇ ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି,ଜୟ ଜଗନ୍ନାଥଜୟ ମାଁ ସମ୍‌ଲେଇ। "ସମ୍‌କୁ ମୋର ନୂଆଁଖାଇ ଜୁହାର୍" । ଓଡ଼ିଶାର ମହାନ୍ କୃଷିଭିତ୍ତିକ ଗଣ ପର୍ବ ନୂଆଁଖାଇର ଶୁଭ ଅବସରରେ ସମସ୍ତ ରାଜ୍ୟବାସୀଙ୍କୁ ଅନେକ ଅନେକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି। ନୂଆଁ ଖାଇ ସାର୍ଲା ପରେ ସଭେ ସବ୍‌କୁ ଭେଟ୍ ହେବାର, ବଡ୍ ମାନଙ୍କୁ ନୂଆଁଖାଇ ଜୁହାର କର୍ବାର, ସମକର୍ ଭିତରେ ଭାବ୍ ପ୍ରେମ୍ ର ଆଦାନ୍ ପ୍ରଦାନ୍ କର୍ବାର୍ ଆର୍ ନାଚ୍ ଗୀତ୍ ଖାନା ପିନା ମୌଜ ମଜ୍ଲିସ କର୍ବାର ଇ ନୂଆଁଖାଇ ଭେଟଘାଟ୍ ର ଗୁଟେ ନିଆରା ପରମ୍ପରା ଆଏ ।

୨୦୩୬ ତକ୍ ବିକଶିତ ଓଡ଼ିଶା ଆଉ ୨୦୪୭ ତକ୍ ବିକ୍‌ଶିତ୍‌ ଭାରତ ଗଠନ୍ ଲାଗି ସମସ୍ତେ ନିଜର୍ ନିଜର୍ ଦାୟିତ୍ୱ ଗ୍ରହଣ କରି ନିଜର୍ ନିଜର୍ କର୍ତ୍ତବ୍ୟ ପାଲନ୍ କରୁନ୍ ବୋଲି ଆଜି ଇ ଶୁଭ୍ ଦିନ୍ ରେ ଛାତ୍ର ଛାତ୍ରୀ ଯୁବକ୍ ଯୁବତୀ ଶ୍ରମିକ୍ କିଶାନ୍ ଜୱାନ୍ ସମ୍‌କୁ ଅନୁରୋଧ୍ କରୁଛେଁ । ନୂଆଁଖାଇ ସମସ୍ତଙ୍କର ଜୀବନରେ ନୂଆଁ ଆଶା ସଞ୍ଚାରିତ କରୁ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Odisha CM Extends Greetings on Agrarian Festival Nuakhai | Argus News