Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Rashmita Mishra
Browse all articles by Rashmita Mishra
·10 months ago·1 min read
୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Key Points

ଚାରିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମଙ୍ଗଳବାର ଦିଲ୍ଲୀରେ ହେବାକୁ ଥିବା ସେମିକନ କନଫରେନ୍ସରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ।

ପୁଣି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ଚାରିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମଙ୍ଗଳବାର ଦିଲ୍ଲୀରେ ହେବାକୁ ଥିବା ସେମିକନ କନଫରେନ୍ସରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ।

ସେପ୍ଟେମ୍ବର ମାସରେ ମୁଖ୍ୟମନ୍ତ୍ରୀ ଚାରିଦିନିଆ ଦିଲ୍ଲୀ ଗସ୍ତରେ ଯିବେ । ଦିଲ୍ଲୀରେ ହେବାକୁ ଥିବା ସେମିକନ କନଫେରେନ୍ସରେ ଯୋଗ ଦେବେ । ଏହାସହ ଅନ୍ୟ କାର୍ଯ୍ୟକ୍ରମରେ ଯୋଗ ଦେବାର ମଧ୍ୟ କାର୍ଯ୍ୟକ୍ରମ ରହିଛି । ସେହିପରି ଦିଲ୍ଲୀ ଗସ୍ତ ଅବସରରେ କିଛି କେନ୍ଦ୍ର ମନ୍ତ୍ରୀ ଓ କେନ୍ଦ୍ରୀୟ ନେତୃତ୍ୱଙ୍କୁ ଭେଟି ପାରନ୍ତି। ରାଜ୍ୟରେ ସାଂଗଠନିକ ସ୍ଥିତି ନେଇ ଆଲୋଚନା କରିପାରନ୍ତି ।

ସେହିପରି ରାଜ୍ୟରେ ଖାଲିପଡିଥିବା ମନ୍ତ୍ରୀ ପଦ ଓ ବିଭିନ୍ନ ନିଗମର ଅଧ୍ୟପ ପଦ ପୂରଣ ପାଇଁ ଆଲୋଚନା ହେବାର ସମ୍ଭାବନା ରହିଛି । ହେଲେ ଏନେଇ କୌଣସି ସଠିକ ସୂଚନା ମିଳିନାହିଁ । ରାଜ୍ୟରେ ଗତ ବର୍ଷେ ହେବ ୬ ମନ୍ତ୍ରୀ ପଦ ଓ ବିଭିନ୍ନ ନିଗମର ଅଧ୍ୟକ୍ଷ ପଦ ଖାଲିରହିଛି । ଯାହାକୁ ନେଇ ବିଭିନ୍ନ ସମୟରେ ରାଜ୍ୟ ବିଜେପି ସଭାପତି ମଧ୍ୟ ଦିଲ୍ଲୀ ଗସ୍ତ କରି କେନ୍ଦ୍ରୀୟ ନେତାଙ୍କୁ ସାକ୍ଷାତ କରି ସବିଶେଷ ଆଲୋଚନା କରିଥିଲେ ।


ଅଧିକ ପଢନ୍ତୁ ଓଡ଼ିଶା ଖବର...

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Odisha CM Mohan Charan Majhi to Embark on 4-Day Delhi Visit | Argus News