Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ଛୁଟି ଦିନରେ ଅଫିସ୍‌ କାର୍ଯ୍ୟ କଲେ ମୁଖ୍ୟମନ୍ତ୍ରୀ, ଆଇନ ଶୃଙ୍ଖଳାର କଲେ ସମୀକ୍ଷା

Odisha

Odisha CM Mohan Majhi / ଛୁଟି ଦିନରେ ଅଫିସ୍‌ କାର୍ଯ୍ୟ କଲେ ମୁଖ୍ୟମନ୍ତ୍ରୀ, ଆଇନ ଶୃଙ୍ଖଳାର କଲେ ସମୀକ୍ଷା

Santosh Kumar Sahoo
Browse all articles by Santosh Kumar Sahoo
·1 hour ago·1 min read
ଛୁଟି ଦିନରେ ଅଫିସ୍‌ କାର୍ଯ୍ୟ କଲେ ମୁଖ୍ୟମନ୍ତ୍ରୀ, ଆଇନ ଶୃଙ୍ଖଳାର କଲେ ସମୀକ୍ଷା
Mohan Majhi

Key Points

ଛୁଟି ଦିନରେ ବି ମୁଖ୍ୟମନ୍ତ୍ରୀଙ୍କ ମାରାଥନ ବୈଠକ
ଖାରବେଳ ଭବନରେ ସରକାରଙ୍କ ଆଗାମୀ ରୋଡମ୍ୟାପ୍‌ ଓ ଆଇନ ଶୃଙ୍ଖଳା ସମୀକ୍ଷା
ଉଚ୍ଚ ପଦାଧିକାରୀଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଛୁଟି ଦିନରେ ଅଫିସ୍‌ କାର୍ଯ୍ୟ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜି ଚତୁର୍ଥ ଶନିବାର ଛୁଟି ଦିନରେ ଖାରବେଳ ଭବନରେ ଅଫିସ କାର୍ଯ୍ୟ କରିବା ସହିତ ଉଚ୍ଚ ପଦାଧିକାରୀ ମାନଙ୍କ ସହିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଜ୍ୟ ସରକାର ଦୁଇ ବର୍ଷ ପୂରଣ କରିବାକୁ ଯାଉଥିବା ବେଳେ ସରକାରଙ୍କ ପ୍ରତିଶ୍ରୁତି ପାଳନ, ଯୋଜନାର କ୍ରିୟାନ୍ଵୟନ, ଶିଳ୍ପାୟନ ପ୍ରକ୍ରିୟା, ନିଯୁକ୍ତି ସୁଯୋଗ ଏବଂ ଭବିଷ୍ୟତ କାର୍ଯ୍ୟପନ୍ଥା ସଂପର୍କରେ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି ।

ଆଇନ୍ ଶୃଙ୍ଖଳା ପରିସ୍ଥିତିରେ ଉନ୍ନତି ଆଣିବା ପାଇଁ ପୂର୍ବରୁ ମୁଖ୍ୟମନ୍ତ୍ରୀ ଉଚ୍ଚ ସ୍ତରୀୟ ବୈଠକରେ ପୋଲିସ ପ୍ରଶାସନକୁ କେତେକ ବାସ୍ତବବାଦୀ ପରାମର୍ଶ ଦେଇଥିଲେ । ଆଜି ମୁଖ୍ୟମନ୍ତ୍ରୀ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା ଓ ପୋଲିସ ମହାନିର୍ଦ୍ଦେଶକ ୱାଈ. ବି. ଖୁରାନିଆଙ୍କ ସହିତ ସେହି ନିର୍ଦ୍ଦେଶଗୁଡ଼ିକର ଅନୁପାଳନ ସମ୍ପର୍କରେ ଆଲୋଚନା ମଧ୍ୟ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟର ବିକାଶ ପାଇଁ ଆଇନ ଶୃଙ୍ଖଳା ପରିସ୍ଥିତି ଶାନ୍ତିପୂର୍ଣ୍ଣ ହେବା ଆବଶ୍ୟକ । ତେଣୁ ପୋଲିସ ପ୍ରଶାସନ ଦକ୍ଷତା ଓ ସତର୍କତାର ସହିତ କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ର ଉପସ୍ଥିତ ଥିଲେ ।
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Odisha CM Mohan Majhi Reviews Law And Order On Holiday | Argus News