Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଓଡ଼ିଆ ନବବର୍ଷ କ୍ୟାଲେଣ୍ଡରର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

Banajyotshna Ray
Browse all articles by Banajyotshna Ray
·1 year ago
ଓଡ଼ିଆ ନବବର୍ଷ କ୍ୟାଲେଣ୍ଡରର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଆ ନବବର୍ଷ କ୍ୟାଲେଣ୍ଡରର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ । ଓଡିଆ ନବବର୍ଷ ପାଳନ କରିବା ପାଇଁ କୌଣସି ଏସଓପି ଆବଶ୍ୟକ ନୁହେଁ ବରଂ ପରମ୍ପରା ଅନୁସାରେ ଓଡିଆ ନବବର୍ଷ ପାଳନ କରିବାକୁ ରାଜ୍ୟବାସୀଙ୍କୁ ଅନୁରୋଧ କରିଛନ୍ତି । ଆସନ୍ତାକାଲି ପଣା ସଂକ୍ରାନ୍ତି ଅବସରରେ ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ସିଂହଦ୍ଵାର ନିକଟରେ ପହଞ୍ଚିବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ସେବାୟତ ମାନେ ମହାପ୍ରଭୁଙ୍କ ଲାଗି ଖଣ୍ଡୁଆ ପ୍ରଦାନ କରି ସ୍ୱାଗତ କରିବା ସହ ଶ୍ରୀମନ୍ଦିର ଭିତରକୁ ମୁଖ୍ୟମନ୍ତ୍ରୀଙ୍କୁ ପାଛୋଟି ନେଇଥିଲେ ।


ମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନ ସଚିବ, ଆଇନମନ୍ତ୍ରୀ ଓ ରାଜସ୍ୱମନ୍ତ୍ରୀ ମଧ୍ୟ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ପ୍ରାୟ ୨୦ରୁ ୨୫ ମିନିଟ୍ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ଭିତରେ ଅତିବାହିତ କରିଥିବା ବେଳେ ମା ଲକ୍ଷ୍ମୀ, ମା ବିମଳାଙ୍କୁ ମଧ୍ୟ ଦର୍ଶନ କରି ଆର୍ଶୀବାଦ ନେଇଥିଲେ । ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଳୁ ମାନଙ୍କୁ ଟଙ୍କତୋରାଣି ବଣ୍ଟନ କରିଥିଲେ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
odisha-cm-unveils-odia-new-year-calendar-at-puri-srimandir | Argus News