Videos
|
Odisha

Cyclone Alert / ଆନ୍ଧ୍ର ଉପକୂଳ ମୁହାଁ ସମ୍ଭାବ୍ୟ ବାତ୍ୟା ! ଘଣ୍ଟାପ୍ରତି ୧୫ କିମି ବେଗରେ ଗତି କରୁଛି ଅବପାତ

Sushanta Sahoo
Browse all articles by Sushanta Sahoo
·42 mins ago·2 min read
ଆନ୍ଧ୍ର ଉପକୂଳ ମୁହାଁ ସମ୍ଭାବ୍ୟ ବାତ୍ୟା ! ଘଣ୍ଟାପ୍ରତି ୧୫ କିମି ବେଗରେ ଗତି କରୁଛି ଅବପାତ
IMD Issues Orange Alert in Odisha as Cyclone Approaches

Key Points

ପ୍ରଭାବରେ ୧୮ ତାରିଖରେ ଓଡ଼ିଶାର ପ୍ରବଳ ବର୍ଷା ଆରମ୍ଭ ହୋଇପାରେ । ଗଜପତ, ଗଞ୍ଜାମ ଓ ପୁରୀକୁ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ରହିଛି ।
ଭୁବନେଶ୍ଵର: ଦକ୍ଷିଣ-ପୂର୍ବ ଏବଂ ସଂଲଗ୍ନ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଥିବା ଅବପାତ ବଳ ଗୋଟାଉଛି । ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଘଣ୍ଟାପ୍ରତି ୧୫ କିଲୋମିଟର ବେଗରେ ଗତି କରୁଛ ଅବପାତ । ଏବେ ଅବପାତଟି ଶ୍ରୀଲଙ୍କାର ଟ୍ରିଙ୍କମାଲି ଟାରୁ ପଶ୍ଚିମ-ଦକ୍ଷିଣ ପଶ୍ଚିମରେ ୬୨୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ରହିଛି ।

ସେହିଭଳି ଆନ୍ଧ୍ରର ଶ୍ରୀବିଜୟପୂରମ ଠାରୁ ପଶ୍ଚିମ-ଦକ୍ଷିଣ ପଶ୍ଚିମରେ ୬୮୦ କିଲୋମିଟର, ଚେନ୍ନାଇ ଠାରୁ ପୂର୍ବ-ଦକ୍ଷିଣ ପୂର୍ବରେ ୮୦୦ କିଲୋମିଟର, ବିଶାଖାପାଟ୍ଟଣମ୍ ଠାରୁ ପୂର୍ବ-ଦକ୍ଷିଣ ପୂର୍ବରେ ୯୬୦ କିଲୋମିଟର ଏବଂ ଗୋପାଳପୁର ଠାରୁ ଦକ୍ଷିଣ-ଦକ୍ଷିଣ ପୂର୍ବରେ ୧୭୦ କିଲୋମିଟର ଦୂରରେ ରହିଛି ।

ଏହା କ୍ରମଶଃ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରି ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ୧୬ ତାରିଖ ବେଳକୁ ଏକ ବାତ୍ୟାରେ ପରିଣତ ହେବ । ଆହୁରି ବଳ ଗୋଟାଇ ଏହା ୧୭ ତାରିଖ ବେଳକୁ ଏକ ଭୀଷଣ ବାତ୍ୟାର ରୂପ ନେଇପାରେ । ପରବର୍ତ୍ତୀ ୨ ଦିନରେ ବାତ୍ୟା ଆହୁରି ଘନୀବୂତ ହୋଇ ଉତ୍ତର-ପଶ୍ଚିମ ଦିଗକୁ ଯାଇ ଆନ୍ଧ୍ରପ୍ରଦେଶ ଉପକୂଳ ମୁହାଁ ହୋଇପାରେ ।

୧୯ ତାରିଖ ବେଳକୁ ଏହା ଏକ ଅତି ଭୀଷଣ ବାତ୍ୟାରେ ପରିଣତ ହୋଇପାରେ । ସେତେବେଳେ ପବନର ବେଗ ଘଣ୍ଟାପ୍ରତି ୧୨୦ରୁ ୧୩୦ କିଲୋମିଟର ଏବଂ ଝଟ୍‌କା ପବନର ବେଗ ୧୪୫ କିଲୋମିଟର ପ୍ରତି ଘଣ୍ଟା ପର୍ଯ୍ୟନ୍ତ ରହିପାରେ ବୋଲି ପାଣିପାଗ ବୁଲେଟିନରେ ପୂର୍ବାନୁମାନ କରାଯାଇଛି ।

Argus News App

📱 Get Argus News App

✨
📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ଏଥିସହ ପଢ଼ନ୍ତୁ: ବାତ୍ୟାର ପ୍ରଭାବ: ଓଡ଼ିଶାରେ ୪ ଦିନ ପ୍ରବଳ ବର୍ଷା ସମ୍ଭାବନା, ଅନେକ ଜିଲ୍ଲାକୁ ୟେଲୋ ଆଲର୍ଟ 

ଓଡ଼ିଶାକୁ ଅରେଞ୍ଜ ଆଲର୍ଟ

ପ୍ରଭାବରେ ୧୮ ତାରିଖରେ ଓଡ଼ିଶାର ପ୍ରବଳ ବର୍ଷା ଆରମ୍ଭ ହୋଇପାରେ । ଗଜପତ, ଗଞ୍ଜାମ ଓ ପୁରୀକୁ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ରହିଛି । ୧୯ ତାରିଖରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ୨୧ ତାରିଖ ପର୍ଯ୍ୟନ୍ତ ଲାଗି ରହିବା ନେଇ ପୂର୍ବାନୁମାନ ସହ ଅରେଞ୍ଜ ଆଲର୍ଟ ଜାରି ହୋଇଛି ।

୧୯ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ୨୦ ତାରିଖରେ ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଓ ଗଞ୍ଜାମକୁ ଅରେଞ୍ଜ ଆଲର୍ଟ ରହିଛି । ୨୧ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼କୁ ଦିଆଯାଇଛି ଅରେଞ୍ଜ ୱାର୍ଣ୍ଣିଂ ।

ଅଶାନ୍ତ ରହିବ ସମୁଦ୍ର

ଏହି ସମୟରେ ଓଡ଼ିଶା ଉପକୂଳରେ ସମୁଦ୍ର ଅଶାନ୍ତ ରହିବ । ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ଏବଂ ଝଟ୍‌କା ପବନର ବେଗ ଘଣ୍ଟାକୁ ୬୦ କିଲୋମିଟର ପର୍ଯ୍ୟନ୍ତ ରହିପାରେ । ୧୭ରୁ ୨୧ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହିବ । ୧୯ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅତ୍ୟଧିକ ଅଶାନ୍ତ ହୋଇଯିବ ।

ତେଣୁ ସମୁଦ୍ରକୁ ଯାଇଥିବା ମତ୍ସ୍ୟଜୀବୀ ୧୫ ତାରିଖ ସନ୍ଧ୍ୟା ସୁଦ୍ଧା ଗଭୀର ସମୁଦ୍ରରୁ ଫେରି ଆସିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି । ଏଥିସହ ୨୧ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ପ୍ରବେଶ ବାରଣ କରାଯାଇଛି ।