Odisha Cyclone Alert / ହୋଇଯାଅନ୍ତୁ ସାବଧାନ...ଓଡ଼ିଶାକୁ ପୁଣି ଆସୁଛି ବାତ୍ୟା !
·9 months ago·2 min read

Key Points
୨୨ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ
୨୪ ତାରିଖ ବେଳକୁ ନେଇପାରେ ଅବପାତର ରୂପ
ଅଧିକ ଘନୀଭୂତ ହୋଇ ସୃଷ୍ଟି ହୋଇପାରେ ବାତ୍ୟା
୨୪ ତାରିଖ ବେଳକୁ ନେଇପାରେ ଅବପାତର ରୂପ
ଅଧିକ ଘନୀଭୂତ ହୋଇ ସୃଷ୍ଟି ହୋଇପାରେ ବାତ୍ୟା
ପୁଣି ଓଡ଼ିଶାକୁ ଘନେଇଲା ବାତ୍ୟା ଆଶଙ୍କା । ଆସନ୍ତା ୨୬ରୁ ୨୮ ତାରିଖ ଭିତରେ ବାତ୍ୟା ହୋଇପାରେ ବୋଲି ପାଣିପାଗ ବିଜ୍ଞାନୀ ଆକଳନ କରିଛନ୍ତି । ତେବେ ବାତ୍ୟା ପ୍ରଭାବରେ ପବନ ସହ ପ୍ରବଳ ବର୍ଷା ହୋଇପାରେ ଆକଳନ କରାଯାଇଛି ।
ପାଣିପାଗ ବିଜ୍ଞାନୀଙ୍କ ସୂଚନା ଅନୁସାରେ, ଆସନ୍ତା ୨୨ ତାରିଖ ବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଏହା ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ତେବେ ଏହା ଅଧିକ ଘନୀଭୂତ ହୋଇ ୨୪ ତାରିଖ ବେଳକୁ ଦକ୍ଷିଣ ବଙ୍ଗୋପ ସାଗରର କେନ୍ଦ୍ରୀୟ ଅଞ୍ଚଳରେ ଅବପାତ ରୂପ ନେଇପାରେ । ତେବେ ଏହା ପରବର୍ତ୍ତୀ ୪୮ ଘଣ୍ଟାରେ ଆହୁରି ଘନୀଭୂତ ହୋଇ ବାତ୍ୟାର ରୂପ ନେଇପାରେ । ତେବେ ଓଡ଼ିଶା ଉପରେ ଏହାର ସିଧା ପ୍ରଭାବ ପଡ଼ିନପାରେ । ଆସନ୍ତା ୨୨ ତାରିଖ ବେଳକୁ ବାତ୍ୟାକୁ ନେଇ ଚିତ୍ର ସ୍ପଷ୍ଟ ହୋଇପାରେ ବୋଲି ପାଣିପାଗ ବିଜ୍ଞାନୀ ଆକଳନ କରିଛନ୍ତି ।
ସୂଚନା ଅନୁସାରେ, ଗତ ଅକ୍ଟୋବର ମାସରେ ମଧ୍ୟ ବଙ୍ଗୋପସାଗରରେ ଏକ ବାତ୍ୟା ସୃଷ୍ଟି ହୋଇଥିଲା । ଯାହାର ନାଁ ତିଲା 'ମୋନ୍ଥା'। ଗତ ଅକ୍ଟୋବର ୨୮ ତାରିଖରେ ଆନ୍ଧ୍ରପ୍ରଦେଶର ନର୍ସାପୁରରେ ବାତ୍ୟା 'ମୋନ୍ଥା' ଲ୍ୟାଣ୍ଡଫଲ କରିଥିଲା । ରାତି ୧୧.୩୦ରୁ ୧୨.୩୦ ମଧ୍ୟରେ ବାତ୍ୟାର ଲ୍ୟାଣ୍ଡଫଲ୍ ହୋଇଥିଲା । ମଛଲିପଟ୍ଟନମ୍ ଓ କଳିଙ୍ଗପଟ୍ଟନମ ମଧ୍ୟରେ ନର୍ସାପୁରରେ ଲ୍ୟାଣ୍ଡଫଲ୍ କରିଥିଲା । ବାତ୍ୟା ମୋନ୍ଥାର ଲ୍ୟାଣ୍ଡଫଲ ପ୍ରକ୍ରିୟା ପ୍ରାୟ ୫ ଘଣ୍ଟା ଧରି ଚାଲିଥିଲା। ଏହି ସମୟରେ ପବନର ବେଗ ୯୦ରୁ ୧୧୦ କିମି ମଧ୍ୟରେ ରହିଥିଲା। ଏହା ପ୍ରଭାବରେ ମଛଲିପଟ୍ଟନମ, କାକିନାଡା, ରାଜମହେନ୍ଦ୍ରୀ, ବାପାଟିଆ, କାଭାଲି, ନୋଲୋର ଆଦି ଅଞ୍ଚଳରେ ମଧ୍ୟ ପ୍ରବଳ ବର୍ଷା ସହ ପବନ ହୋଇଥିଲା ।
ବାତ୍ୟା ‘ମୋନ୍ଥା’ ଯୋଗୁଁ ଓଡ଼ିଶାରେ ଗଜପତି ଜିଲ୍ଲା ସର୍ବାଧିକ ପ୍ରଭାବିତ ହୋଇଥିଲା । ବିଭିନ୍ନ ସ୍ଥାନରେ ଗଛ ଉପୁଡି ପଡିଥିବା ବେଳେ କେତେକ ସ୍ଥାନରେ ଭୂସ୍ଖଳନ ହୋଇଥିବା ସୂଚନା ରହିଥିଲା ।

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ବାତ୍ୟା ‘ମୋନ୍ଥା’ ଯୋଗୁଁ ଓଡ଼ିଶାରେ ଗଜପତି ଜିଲ୍ଲା ସର୍ବାଧିକ ପ୍ରଭାବିତ ହୋଇଥିଲା । ବିଭିନ୍ନ ସ୍ଥାନରେ ଗଛ ଉପୁଡି ପଡିଥିବା ବେଳେ କେତେକ ସ୍ଥାନରେ ଭୂସ୍ଖଳନ ହୋଇଥିବା ସୂଚନା ରହିଥିଲା । ଗଜପତି ଜିଲ୍ଲାରେ ଭୟଙ୍କର ତାଣ୍ଡବ ରଚିଥିଲା ବାତ୍ୟା । ଆର୍. ଉଦୟଗିରି ବ୍ଳକ ଅନଘା ପଞ୍ଚାୟତରୁ ସାମ୍ନାକୁ ଆସିଥିଲା ଭୟଙ୍କର ଦୃଶ୍ୟ । ଯେତିକି ବିପଜ୍ଜନକ ସେତିକି ଚିନ୍ତାଜନକ । ପାହାଡ଼ରୁ ବିରାଟ କାୟ ପଥର ସବୁ ରାସ୍ତା ଉପରେ ଖସିବା ଫଳରେ ପୁରା ଠପ୍ ହୋଇଯାଇଥିଲା ଯାତାୟାତ। ଗଜପତି ଓ ଗଞ୍ଜାମ ଜିଲ୍ଲା ମଧ୍ୟରେ ବିଚ୍ଛିନ୍ନ ହେଇଥିଲା ଯୋଗାଯୋଗ ।
ଆଉ ଏବେ ବାତ୍ୟା 'ମୋନ୍ଥା'ର ଗୋଟିଏ ମାସ ମଧ୍ୟରେ ଆଉ ଏକ ବାତ୍ୟା ସମ୍ଭାବନା ଥିବାରୁ ଲୋକଙ୍କ ମନରେ ଛନକା ସୃଷ୍ଟି ହୋଇଛି ।

Related Topics
Explore more stories