Videos
|
Odisha

School Closed / ବଳ ଗୋଟାଉଛି ଲଘୁଚାପ, ୨୬ ସକାଳ ସୁଦ୍ଧା ବାତ୍ୟା; ଦୁଇ ଦିନ ସବୁ ସ୍କୁଲ୍ ଛୁଟି ଘୋଷଣା

Sushanta Sahoo
Browse all articles by Sushanta Sahoo
·1 hour ago·2 min read
ବଳ ଗୋଟାଉଛି ଲଘୁଚାପ, ୨୬ ସକାଳ ସୁଦ୍ଧା ବାତ୍ୟା; ଦୁଇ ଦିନ ସବୁ ସ୍କୁଲ୍ ଛୁଟି ଘୋଷଣା
Red Alert for 5 Odisha Districts

Key Points

ବାତ୍ୟା ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୮୦ରୁ ୯୦ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା ରହିଛି । ତେଣୁ ଦକ୍ଷିଣ ଓଡ଼ିଶାର ୫ ଜିଲ୍ଲାରେ ସ୍କୁଲ, କଲେଜ ଏବଂ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକୁ ବନ୍ଦ ରଖିବା ପାଇଁ ନିଷ୍ପତ୍ତି ନିଆଯାଇଛି ।
ଭୁବନେଶ୍ଵର: ପୂର୍ବ କେନ୍ଦ୍ରୀୟ ଏବଂ ସଂଲଗ୍ନ ଦକ୍ଷିଣ ବଙ୍ଗୋପସାଗର ଉପରେ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର ସକ୍ରିୟା ରହିଛି । ଏଥିସହ ସମୁଦ୍ର ପୃଷ୍ଠଭୂମିର ୫.୮ କିଲୋମିଟର ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ରହିଛି । ଆକଳନ ଅନୁସାରେ, ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର ଆଜି ଅବପାତରେ ପରିଣତ ହେବ ।

ଏହା କ୍ରମଶଃ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଆହୁରି ଶକ୍ତୀଶାଳୀ ହୋଇ ଅକ୍ଟୋବର ୨୫ରେ ଗଭୀର ଅବପାତରେ ପରିଣତ ହୋଇପାରେ । ୨୬ ତାରିଖ ସକାଳେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ବାତ୍ୟାରେ ପରିଣତ ହେବା ନେଇ ଆକଳନ କରାଯାଇଛି ।

ଏଥିସହ ପଢ଼ନ୍ତୁ: ମହାନଦୀ ଓ କାଠଯୋଡ଼ି ନଦୀ କୂଳିଆ ଅଞ୍ଚଳ ଉପରେ ସ୍ଵତନ୍ତ୍ର ନଜର; ୫୩୬ ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ 

ବାତ୍ୟାରେ ପରିଣତ ହେବା ପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରକୁ ଗତି କରି ଆହୁରି ଘନୀଭୂତ ହୋଇପାରେ । ୨୮ ତାରିଖ ସକାଳେ ବାତ୍ୟା ରୂପରେ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ନିକଟବର୍ତ୍ତୀ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ କେନ୍ଦ୍ର ।

ଆଲର୍ଟରେ ଓଡ଼ିଶା

Argus News App

📱 Get Argus News App

✨
📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ପ୍ରଭାବରେ ଓଡ଼ିଶାରେ ୨୭ ତାରିଖରୁ ପ୍ରବଳ ବର୍ଷା ପୂର୍ବାନୁମାନ କରାଯାଇଛି । ୨୭ ତାରିଖରେ ଜଗତସିଂହପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଦିଆଯାଇଛି ।

ସେହିଭଳି ୨୮ ତାରିଖରେ ଦକ୍ଷିଣ ଓଡ଼ିଶାରେ ଭୀଷଣ ବର୍ଷା ନେଇ ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗରପୁର, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଦିଆଯାଇଛି ।

ଯଦିଓ IMDର ବର୍ତ୍ତମାନ ଆକଳନ କହୁଛି, ବାତ୍ୟା ଆନ୍ଧ୍ର ଉପକୂଳରେ ସ୍ଥଳଭାଗ ଛୁଇଁବ । ତଥାପି ଓଡ଼ିଶା ସରକାର ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜେ ବୈଠକରେ ଅଂଶଗ୍ରହଣ କରି ସ୍ଥିତିର ଅନୁଧ୍ୟାନ କରିଛନ୍ତି ।

ଏଥିସହ ପଢ଼ନ୍ତୁ: 'ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଭିତରେ ସ୍ଥଳଭାଗ ଛୁଇଁବ ସମ୍ଭାବ୍ୟ ବାତ୍ୟା, ଜିରୋ କାଜୁଆଲିଟି ଆମର ଲକ୍ଷ୍ୟ': ମୁଖ୍ୟମନ୍ତ୍ରୀ 

୨ ଦିନ ସ୍କୁଲ୍, କଲେଜ ଛୁଟି

ବାତ୍ୟା ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୮୦ରୁ ୯୦ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା ରହିଛି । ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଅଧିକ ବର୍ଷା ଓ ପବନ ବହିପାରେ । ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଆଦି ଜିଲ୍ଲା ସର୍ବାଧିକ ପ୍ରଭାବିତ ହୋଇପାରେ ।

ତେଣୁ ଦକ୍ଷିଣ ଓଡ଼ିଶାର ୫ ଜିଲ୍ଲା- ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରିରେ ସ୍କୁଲ, କଲେଜ ଏବଂ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକୁ ୨୮ ଓ ୨୯ ତାରିଖ ଦିନ ବନ୍ଦ ରଖିବା ପାଇଁ ନିଷ୍ପତ୍ତି ନିଆଯାଇଛି । ଅନ୍ୟ ଜିଲ୍ଲା ଗୁଡ଼ିକରେ ସ୍କୁଲ କଲେଜ ଛୁଟି କରିବା ନେଇ ଜିଲ୍ଲାପାଳମାନେ ପରିସ୍ଥିତି ଦେଖି ନିଷ୍ପତ୍ତି ନେଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।