Videos
|
Odisha

Odisha Weather Today / ୨୪ ଘଣ୍ଟାରେ ଗଭୀର ଅବପାତର ରୂପ ନେବ ବାତ୍ୟା; ରାଜ୍ୟରେ ଆଜିଠୁ ପ୍ରବଳ ବର୍ଷା

Debashree Debasmita Sahoo
Browse all articles by Debashree Debasmita Sahoo
·1 hour ago·2 min read
୨୪ ଘଣ୍ଟାରେ ଗଭୀର ଅବପାତର ରୂପ ନେବ ବାତ୍ୟା; ରାଜ୍ୟରେ ଆଜିଠୁ ପ୍ରବଳ ବର୍ଷା
Odisha Weather Today

Key Points

ଓଡ଼ିଶା ପାଇଁ ବଡ଼ ବର୍ଷା ଆଲର୍ଟ
ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା
୨୩ ତାରିଖ ଅତି ପ୍ରବଳ ବର୍ଷା
ଭୁବନେଶ୍ଵର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘନୀଭୂତ ହେଉଛି ଅବପାତ" । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଅଧିକ ଘନୀଭୂତ ହୋଇ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡିଶା ଉପକୂଳ ନିକଟବର୍ତ୍ତୀ ଅଞ୍ଚଳରେ "ଗଭୀର ଅବପାତ"ରେ ପରିଣତ ହେବାର ସମ୍ଭାବନା ରହିଛି । ସମ୍ଭାବ୍ୟ ସିଷ୍ଟମଟି ୨୩ ତାରିଖ ଅପରାହ୍ନରୁ ୨୪ ତାରିଖ ସକାଳ ମଧ୍ୟରେ ବିଶାଖାପାଟଣାରୁ ଗୋପାଳପୁର ମଧ୍ୟରେ "ଗଭୀର ଅବପାତ" ରୂପରେ ସ୍ଥଳଭାଗ ଅତିକ୍ରମ କରିବାର ସମ୍ଭାବନା ରହିଥିବା ବେଳେ ଆଜିଠୁ ରାଜ୍ୟରେ ବଡ ବର୍ଷା ହେବ ।

  • ଏହି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି
ଆସନ୍ତା ୨୪ ଘଣ୍ଟା ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବିଜୁଳି ଘଡଘଡି ଓ ପବନ ୪୦ରୁ ୫୦ କିମି ବେଗରେ ବହିବା ସମ୍ଭାବନା । ତେଣୁ ପାଣିପାଗ ବିଭାଗ ପକ୍ଷରୁ ଜାରି ହୋଇଛି ଅରେଞ୍ଜ ଆଲର୍ଟ ।

ପଢନ୍ତୁ ଏହି ଖବର: ବାତ୍ୟାକୁ ନେଇ ପ୍ରବଳ ବର୍ଷା ସମ୍ଭାବନା; ଆଜି ଏହି ସବୁ ଜିଲ୍ଲାରେ ସ୍କୁଲ କଲେଜ ବନ୍ଦ

ସେହିପରି ମୟୂରଭଞ୍ଜ,କେନ୍ଦୁଝର,ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ନୂଆପଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିରେ ଜିଲ୍ଲାରେ ପ୍ରବଳ ବର୍ଷା ସହ ବିଜୁଳି ଘଡଘଡି ଓ ପବନ ୩୦ରୁ ୪୦ କିମି ବେଗରେ ବହିବା ସମ୍ଭାବନା । ତେଣୁ ପାଣିପାଗ ବିଭାଗ ପକ୍ଷରୁ ଜାରି ହୋଇଛି ୟେଲୋ ଆଲର୍ଟ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
  • ୨୩ ତାରିଖ ଓଡ଼ିଶାରେ ପ୍ରବଳ ବର୍ଷା ଆଶଙ୍କା
୩ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି ହୋଇଛି । ଗଞ୍ଜାମ, ଗଜପତି ଓ କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ କିଛି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ ତେଣୁ ଏହି ୩ ଜିଲ୍ଲାକୁ ରେଡ୍ ଆଲର୍ଟ ସହ ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ମାଲକାନଗିରି, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ ଓ ଜଗତସିଂହପୁର ଭଳି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ଅରେଞ୍ଜ ଆଲର୍ଟ ଓ ବରଗଡ଼, ନୂଆପଡ଼ା, ବଲାଙ୍ଗିର, ସୁବର୍ଣ୍ଣପୁର, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି ।

  • ମତ୍ସଜୀବୀଙ୍କ ପାଇଁ ଗୁରୁତ୍ଵପୂର୍ଣ୍ଣ ସୂଚନା
ସମ୍ଭାବ୍ୟ ବାତ୍ୟା ୨୪ ଘଣ୍ଟାରେ ଗଭୀର ଅବପାତର ରୂପ ନେବା ସମ୍ଭାବନା । ୨୩ ତାରିଖ ଅପରାହ୍ନରୁ ୨୪ ତାରିଖ ସକାଳ ମଧ୍ୟରେ ସ୍ଥଳଭାଗ ଛୁଇଁପାରେ । ବିଶାଖାପାଟଣା-ଗୋପାଳପୁର ମଧ୍ୟରେ ଲ୍ୟାଣ୍ଡଫଲ୍ ସମ୍ଭାବନା ରହିଛି । ଏଣୁ ଆଜି ସନ୍ଧ୍ୟା ସୁଦ୍ଧା ମତ୍ସଜୀବୀ ମାନଙ୍କୁ ସମୁଦ୍ର ମଧ୍ୟରୁ ଫେରିଆସିବାକୁ ପରାମର୍ଶ ଦିଆଯାଇଛି । ଏହା ସହ ୨୨ରୁ ୨୪ ଯାଏଁ ସମୁଦ୍ରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ।