Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Argus Whatsapp Channel Mobile Top

Argus News - ଘଡଘଡି ବିଜୁଳି ସହ ଝଡ ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ  

Odisha

ଘଡଘଡି ବିଜୁଳି ସହ ଝଡ ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ  

Smruti Parija
Browse all articles by Smruti Parija
·2 years ago·1 min read
ଘଡଘଡି ବିଜୁଳି ସହ ଝଡ ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ  

ଭୁବନେଶ୍ୱର:  ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରଚଣ୍ଡ ବଜ୍ରପାତ ସମ୍ଭାବନା ରହିଛି  । ଘଡଘଡି ବିଜୁଳି ସହ ଝଡ ବର୍ଷା ନେଇ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର । ୧୯ ଏବଂ ୨୦ ତାରିଖରେ ପଡିବ ବଡ ପ୍ରଭାବ । ପ୍ରଚଣ୍ଡ ବିଜୁଳି ଘଡଘଡି ସହ ବର୍ଷା ନେଇ ୧୯ ତାରିଖରେ ୧୨ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବାବେଳେ ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । 

ପ୍ରବଳ ବର୍ଷା ସହ ବଜ୍ରପାତ ପାଇଁ କଟକ, ଖୋର୍ଦ୍ଧା, ନୟାଗଡ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, ଗଞ୍ଜାମ, କନ୍ଧମାଳ, କଳହାଣ୍ଡି, ବଲାଙ୍ଗିର, ରାୟଗଡା ଏବଂ ନବରଙ୍ଗପୁର କୁ ସତର୍କତା ଜାରି କରାଯାଇଛି। ଏହି ସ ବୁ ଜିଲ୍ଲାରେ ୭୦ ରୁ ୧୧ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବା ସହ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ବହିବ ପବନ। 

ଏହାସହ କିଛି ସ୍ଥାନରେ କୁଆପଥର ବର୍ଷା ନେଇ ସତର୍କତା ଜାରି କରାଯାଇଛି । ସେହିଭଳି ୨୦ ତାରିଖରେ ୪ଟି ଜିଲ୍ଲା କଟକ, ଖୋର୍ଦ୍ଧା, ନୟାଗଡ ଏବଂ କନ୍ଧମାଳକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବାବେଳେ ୫ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବର୍ତ୍ତମାନ ଉପକୂଳ ଓଡ଼ିଶା ବଙ୍ଗୋପସାଗରରେ ଏକ ଗୁରୁଚାପବଳୟ ସକ୍ରିୟ ରହିଥିବା ବେଳେ ପଶ୍ଚିମା ଝଡର ପ୍ରଭାବ ରହିଛି। ଏହି ନିୟାମକ ଅନୁସାରେ ରାଜ୍ୟରେ ପାଗ ବଦଳିବା ସହ କାଳବୈଶାଖୀ ଜନିତ ବର୍ଷା ଲାଗିରହିଛି । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

୨୧ ତାରିଖ ପର୍ଯ୍ୟନ୍ତ ଏହାର ପ୍ରଭାବ ରହିବ । ବର୍ଷା ପ୍ରଭାବରେ ସ୍ବାଭାବିକ ଠାରୁ ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ବର୍ଷା ହେଲେ ବି କିଛି ସ୍ଥାନରେ ତାପମାତ୍ରା ୩୯ ଡିଗ୍ରୀ ପର୍ଯ୍ୟନ୍ତ ରହିବା ସହ ଗରମ ଗୁଳୁଗୁଳି ଅନୁଭୁତ ହେବାର ସମ୍ଭାବନା ରହିଛି । 

ଆହୁରି ପଢନ୍ତୁ ପାଣିପାଗ ଖବର...
 

Argus Whatsapp Channel Mobile Top
Sponsored
odisha-expecting-heavy-rainfall-in-coming-days-says-regional-metrological-department | Argus News