ଆଗାମୀ ୭ ଦିନ ଯାଏଁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା

ଭୁବନେଶ୍ୱର: ରାଜ୍ୟ ଉପରେ ଆଉ ଏକ ଘୁର୍ଣ୍ଣିବଳୟ । ୪ ସୁଦ୍ଧା ଲଘୁଚାପ ସମ୍ଭାବନା । ଦକ୍ଷିଣପୂର୍ବ ବାଂଲାଦେଶ ଓ ତାର ପାଶ୍ୱବର୍ତ୍ତୀ ଅଂଚଳରେ ସୃଷ୍ଟି ହୋଇଛି ଏକ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ୪ ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଦେଇଛି ପାଣିପାଗ ବିଭାଗ । ଉତ୍ତର ବଙ୍ଗୋପସାଗରରେ ଓ ତାର ପାଶ୍ୱବର୍ତ୍ତୀ ଅଂଚଳରେ ସୃଷ୍ଟି ହେବ ଲଘୁଚାପ । ହେଲେ ଏହାର ପ୍ରଭାବ ଅଧିକ ରହିବ ନାହିଁ । କାଁ ଭାଁ ସ୍ଥାନରେ ବର୍ଷା ରହିବ । ଆଗାମୀ ୭ ଦିନ ଯାଏଁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କାଁ ଭାଁ ସ୍ଥାନରେ ରହିବ ।
ଆସନ୍ତା ୨୪ ଘଣ୍ଟାରେ ବିଜୁଳି ଘଡ଼ଘଡି ସହ ବର୍ଷା ରହିବ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଂଜାମ, ଗଜପତି, ମୟୁରଭଞ୍ଜ, କେନ୍ଦୁଝର, କୋରାପୁଟ, ମାଲକାନଗିରି, ରାୟଗଡା, ଢେଙ୍କାନାଳ, ଯାଜପୁର, କନ୍ଧମାଳ,କଳାହାଣ୍ଡି, ନବରଙ୍ଗପୁର ଉପକୂଳ ଓଡ଼ିଶାର ଏହି ଜିଲ୍ଲାରେ ବିଜୁଳି ଘଡ଼ଘଡି ବର୍ଷାର ସତର୍କତାକୁ ନେଇ ୟେଲୋ ୱାର୍ଣ୍ଣିଙ୍ଗ୍ ଜାରି କରିଛି ପାଣିପାଗ ବିଭାଗ ।
୭ ତାରିଖ ଯାଏଁ ରାଜ୍ୟରେ ବିଶେଷ ବର୍ଷା ନଥିବାବେଳେ ୮ ତାରିଖ ବେଳକୁ ବର୍ଷା ବଢିବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହାସହ ମୌସୁମୀ ଅପସାରଣ ବିଳମ୍ବ ହେଉଥିବାରୁ ଆଦ୍ରତାର ପରିମାଣ ବଢ଼ିବାରେ ଲାଗିଛି । ଫଳରେ ପ୍ରବଳ ଗରମ ସହ ଗୁଳୁଗୁଳି ହେଉଛି । ସମ୍ପୂର୍ଣ୍ଣ ମୌସୁମୀ ପ୍ରତ୍ୟାବର୍ତ୍ତନ ପରେ ହିଁ ରାଜ୍ୟରେ ଗୁଳୁଗୁଳି କମିବ ବୋଲି ବିଭାଗ ଆକଳନ କରିଛି ।
📱 Get Argus News App
✨ସେପଟେ ଗତ ୨୪ ଘଣ୍ଟାରେ କାଁ ଭାଁ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବାବେଳେ ଯାଜପୁର ସୁକିନ୍ଦାରେ ସର୍ବାଧିକ ୩୦.୩ ମିମି ବର୍ଷା ରେକର୍ଡ କରାଯାଇଛି । ସେହିପରି ପାରଳାଖେମୁଣ୍ଡିରେ ସର୍ବାଧିକ ୩୬.୮ରେ ତାପମାତ୍ରା ରେକର୍ଡ ହୋଇଛି ।
ଆହୁରି ପଢନ୍ତୁ ପାଣିପାଗ ଖବର...
