Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

School Closed / ଦୀପାବଳି ପାଇଁ ସୋମବାର ସ୍କୁଲ ଛୁଟି

Santosh Kumar Sahoo
Browse all articles by Santosh Kumar Sahoo
·9 months ago·2 min read
ଦୀପାବଳି ପାଇଁ ସୋମବାର ସ୍କୁଲ ଛୁଟି

Key Points

ଆସନ୍ତା ସୋମବାର ଦୀପାବଳି ପାଇଁ ସ୍କୁଲ୍‌ ଛୁଟି
ନୂଆପଡ଼ା ବ୍ୟତୀତ ସବୁ ସ୍କୁଲ ଛୁଟି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି ହେଲା ସୂଚନା
 
ଆସନ୍ତା ସୋମବାର ଦୀପାବଳି ପାଇଁ ସ୍କୁଲ୍‌ ଛୁଟି । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି ହେଲା ସୂଚନା । ସ୍କୁଲ ଓ ଗଣଶିକ୍ଷା ବିଭଗର ସୂଚନା ଅନୁସାରେ ନୂଆପଡ଼ା ବ୍ୟତୀତ ରାଜ୍ୟର ଥିବା ସମସ୍ତ ସରକାରୀ ଓ ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି ।

ସେପଟେ ଦୀପାବଳିକୁ ନେଇ ତାରିଖ ଦ୍ଵନ୍ଦ୍ଵ ଭିତରେ ଅତିରିକ୍ତ ଛୁଟି ଘୋଷଣା କରିଛନ୍ତି ଓଡ଼ିଶା ସରକାର । ଦୀପାବଳି ପାଇଁ ସରକାର ଅକ୍ଟୋବର ୨୦ ତାରିଖ ସୋମବାରକୁ ଅତିରିକ୍ତ ଛୁଟି ଘୋଷଣା କରିଛନ୍ତି । ଏନେଇ ଓଡ଼ିଶା ସରକାରଙ୍କ ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି ।

ଅଧିକ ପଢ଼ନ୍ତୁ:

ଦୀପାବଳି ପାଇଁ ଦୁଇ ଦିନ ଛୁଟି ଘୋଷଣା କଲେ ରାଜ୍ୟ ସରକାର; ୨୦ ଓ ୨୧ରେ ବନ୍ଦ ରହିବ ଅଫିସ୍



ଫଳରେ ସରକାରୀ କର୍ମଚାରୀ ଦୁଇ ଦିନ ଛୁଟି ପାଇବେ । ରାଜ୍ୟ ସରକାରଙ୍କ ପୂର୍ବ ନିର୍ଦ୍ଧାରିତ କ୍ୟାଲେଣ୍ଡର ଅନୁସାରେ, ୨୧ ତାରିଖରେ ଦୀପାବଳି ଛୁଟି ରହିଥିଲା । ଏବେ ସରକାର ୨୦ ତାରିଖକୁ ଅତିରିକ୍ତ ଛୁଟି ଘୋଷଣା କରିଛନ୍ତି । ତେଣୁ ଏଥର ସରକାରୀ କର୍ମଚାରୀଙ୍କୁ ଦୀପାବଳି ଛୁଟି ଦୁଇଦିନ ମିଳିବ ।

ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ବିଜ୍ଞପ୍ତି ଅନୁସାରେ, ସରକାର ପୂର୍ବ ବିଜ୍ଞପ୍ତିରେ ଆଂଶିକ ପରିବର୍ତ୍ତନ କରି ଦୀପାବଳି ପାଇଁ ଅକ୍ଟୋବର ୨୦କୁ ଅତିରିକ୍ତ ଛୁଟି ଘୋଷଣା କରିଛନ୍ତି । ୨୦ ତାରିଖ ଅତିରିକ୍ତ ଛୁଟି ନୂଆପଡ଼ା ଜିଲ୍ଲାକୁ ବାଦ୍ ଦେଇ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ତଥା ମ୍ୟାଜେଷ୍ଟେରିଆଲ୍ କୋର୍ଟ (କାର୍ଯ୍ୟନିର୍ବାହୀ) ବନ୍ଦ ରହିବ ।

୨୦ ତାରିଖରେ ଖୋଲି ରହିବ ନୂଆପଡ଼ା ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟ ତଥା ମ୍ୟାଜେଷ୍ଟେରିଆଲ୍ କୋର୍ଟ (କାର୍ଯ୍ୟନିର୍ବାହୀ) । ଏଥିସହ ସରକାର ଅକ୍ଟୋବର ୨୦କୁ ଦୀପାବଳି ପାଇଁ ଅତିରିକ୍ତ ଛୁଟି ଘୋଷଣା କରିଥିବାରୁ ଅକ୍ଟୋବର ୨୫ ଚତୁର୍ଥ ଶନିବାରକୁ କାର୍ଯ୍ୟ ଦିବସ ଭାବେ ଘୋଷଣା କରାଯାଇଛି । ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକ୍ରିୟା ଚାଲିଥିବାରୁ ଜିଲ୍ଲାର ସରକାରୀ କାର୍ଯ୍ୟାଳୟ ୨୦ ତାରିଖରେ ଖୋଲା ରଖିବାକୁ ନିଷ୍ପତ୍ତି ନିଆଯାଇଛି ।

୨୦ ନା ୨୧ ତାରିଖ କେଉଁ ଦିନ ପାଳନ କରିବେ ଦୀପାବଳି ? ମୁକ୍ତିମଣ୍ଡପ ପଣ୍ଡିତ ଓ ଜ୍ୟୋତିର୍ବିଦଙ୍କ ମଧ୍ୟରେ ମତଭେଦ । ୨୦ ତାରିଖରେ ଦୀପାବଳି ପାଳିବାକୁ କହିଲା ମୁକ୍ତିମଣ୍ଡପ । ୨୧ ତାରିଖରେ ଦୀପାବଳି ପାଳନ ପାଇଁ କହୁଛନ୍ତି ଜ୍ୟୋତିର୍ବିଦ ।

ଦୀପାବଳି ଅମାବାସ୍ୟାର ଦ୍ୱନ୍ଦ୍ୱ ଦୂରୀକରଣ କରିବା ପାଇଁ ମୁକ୍ତିମଣ୍ଡପ ପଣ୍ଡିତ ସଭା ପକ୍ଷରୁ ସାମ୍ବାଦିକ ସମ୍ମିଳନୀ କରାଯାଇଛି । ପଣ୍ଡିତ ସଭାର କାର୍ଯ୍ୟକାରୀ ସଭାପତି ଆଦିତ୍ୟ ହୃଦୟ ମିଶ୍ର ଓ ସମ୍ପାଦକ ପ୍ରଫୁଲ ମିଶ୍ର ଓ ଅନେକ ଜ୍ୟୋତିର୍ବିଦ ସୂଚନା ଦେଇଛନ୍ତି ଯେ ୨୦ ତାରିଖରେ ହିଁ ଦିଆଯିବ ପୟାଶ୍ରାଦ୍ଧ । ସେହିଦିନ ସରକାରୀ ଛୁଟି ଘୋଷଣା ପାଇଁ ମୁକ୍ତିମଣ୍ଡପ ଦାବି କରିଛି । କିନ୍ତୁ ୨୧ ତାରିଖରେ ଦୀପାବଳି ପାଳନ ପାଇଁ କହୁଛନ୍ତି ଜ୍ୟୋତିର୍ବିଦ ପଣ୍ଡିତ ହରିଶଙ୍କର ମିଶ୍ର । ଗୋଟିଏ ପର୍ବର ଦୁଇଟି ତାରିଖ ନେଇ ଦ୍ୱନ୍ଦ୍ୱ ଦେଖାଯାଇଛି ।
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

Related Topics

Explore more stories

Sponsored
Odisha Govt Declares Extra Diwali Holiday on October 20, Schools Closed | Argus News