Videos
|
Odisha

ଖୁବଶୀଘ୍ର ଶ୍ରୀ ମନ୍ଦିରରେ ଭକ୍ତଙ୍କୁ ମିଳିବ ମାଗଣା ମହାପ୍ରସାଦ

Smruti Parija
Browse all articles by Smruti Parija
·1 year ago·1 min read
ଖୁବଶୀଘ୍ର ଶ୍ରୀ ମନ୍ଦିରରେ ଭକ୍ତଙ୍କୁ ମିଳିବ ମାଗଣା ମହାପ୍ରସାଦ

ଭୁବନେଶ୍ୱର: ଶ୍ରୀ ମନ୍ଦିରରେ ଭକ୍ତଙ୍କୁ ମିଳିବ ମାଗଣା ମହାପ୍ରସାଦ କୁଡୁଆ । ଖୁବଶୀଘ୍ର ଏହି ଯୋଜନା ଆରମ୍ଭ କରିବେ ରାଜ୍ୟ ସରକାର । ଦର୍ଶନ ପାଇଁ ଆସୁଥିବା ଭକ୍ତଙ୍କୁ ମହାଅ୍ରାସାଦ କୁଡୁଆ ଦିଆଯିବ । ଏଥି ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଥିବା ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ । ଦାନ ପାଇଁ ଭକ୍ତଙ୍କୁ ଅପିଲ କଲେ ମନ୍ତ୍ରୀ ପୃଥ୍ୱୀରାଜ । 

ସେ କହିଛନ୍ତି ଶ୍ରୀମନ୍ଦିରରୁ ଆସୁଥିବା ଭକ୍ତଙ୍କ ସଂଖ୍ୟା ଦୃଷ୍ଟିରୁ ବର୍ଷକୁ 14 ରୁ 15 କୋଟି ଟଙ୍କା ଖର୍ଚ୍ଚ ହେବ । ଆମେ ଭକ୍ତ ସମାଜ ଭିତରେ ସମସ୍ତଙ୍କୁ ଅନୁରୋଧ କରିଛୁ । ଏହାରି ଭିତରେ ଅନେକ ଭକ୍ତ ଆସି ସହଯୋଗର ହାତ ବି ବଢ଼ାଇଛନ୍ତି । ସରକାରଙ୍କ ଉପରେ ବର୍ଡ଼ନ ନ କରି ଯେଉଁ ବଦାନ୍ୟ ଭକ୍ତମାନେ ଅଛନ୍ତି ସେମାନଙ୍କ ସହଯୋଗରେ ହେବ । ସେମାନେ ମଧ୍ୟ ପୁଣ୍ୟ ଅର୍ଜନ କରିବେ । ଭକ୍ତମାନେ ଦର୍ଶନ ସାରି ଘରକୁ ଫେରିବା ସମୟରେ, ପରିବାର ପଡୋଶୀ ଅପେକ୍ଷା କରି ରହିଥାନ୍ତି ମହାପ୍ରସାଦ ଲାଗି, ଭକ୍ତ ଜଣଙ୍କ ମହାପ୍ରସାଦ ଟିକେ ତାଙ୍କ ହାତରେ ଦେଇପାରିବ । ଏହାକୁ ଆଖି ଆଗରେ ରଖି ଏହି ଯୋଜନା ଆରମ୍ଭ କରୁଛୁ।

ଆହୁରି ପଢନ୍ତୁ ଓଡିଶା ଖବର...
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Odisha govt is planning to offer Mahaprasad of Puri Jagannath Temple free to devotees | Argus News