Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

Employment News / ନିୟମିତ ହେଲେ ଚୁକ୍ତିଭିତ୍ତିକ ସ୍କିମାଟିକ୍ ଜୁନିୟର ଶିକ୍ଷକ, ଉପକୃତ ହେବେ ୧୩ ହଜାରରୁ ଅଧିକ ଟିଚର୍‌

Santosh Kumar Sahoo
Browse all articles by Santosh Kumar Sahoo
·3 months ago·1 min read
ନିୟମିତ ହେଲେ ଚୁକ୍ତିଭିତ୍ତିକ ସ୍କିମାଟିକ୍ ଜୁନିୟର ଶିକ୍ଷକ, ଉପକୃତ ହେବେ ୧୩ ହଜାରରୁ ଅଧିକ ଟିଚର୍‌
Junior Teacher

Key Points

ଚୁକ୍ତିଭିତ୍ତିକ ସ୍କିମାଟିକ୍ ଜୁନିୟର ଶିକ୍ଷକ ନିୟମିତ
ଚାକିରିରେ ଯୋଗଦାନ ସମୟରୁ ନିୟମିତ ଘୋଷଣା
୨୦୨୬ ଜାନୁଆରୀ ପହିଲାରୁ ନିୟମିତ କର୍ମଚାରୀ ମାନ୍ୟତା
ଶୁକ୍ରବାର ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନିୟମିତ ହେଲେ ଚୁକ୍ତିଭିତ୍ତିକ ଭାବେ କାମ କରୁଥିବା ସ୍କିମାଟିକ୍ କନିଷ୍ଠ ଶିକ୍ଷକ । ୨୦୨୩-୨୪ ବର୍ଷରେ ନିଯୁକ୍ତି ପାଇଥିବା ଏହି ବର୍ଗର କନିଷ୍ଠ ଶିକ୍ଷକମାନଙ୍କୁ ନିୟମିତ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ୧୩ ହଜାରରୁ ଅଧିକ ଚୁକ୍ତିଭିତ୍ତିକ କନିଷ୍ଠ ଶିକ୍ଷକମାନେ ଉପକୃତ ହେବେ ।

ଏହି ଶିକ୍ଷକମାନେ ସେମାନଙ୍କର ଚାକିରୀରେ ଯୋଗଦାନ ସମୟଠାରୁ ନିୟମିତ ହୋଇଛନ୍ତି । ତେବେ ସେମାନେ ଚାକିରୀରେ ଯୋଗଦାନ ସମୟଠାରୁ ୨୦୨୫ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ Notional Benefit ପାଇବେ । ୨୦୨୬ ଜାନୁୟାରୀ ପହିଲାଠାରୁ ନିୟମିତ କର୍ମଚାରୀଙ୍କ ଦରମା ତଥା ଅନ୍ୟାନ୍ୟ ସମସ୍ତ ସୁବିଧା ପାଇପାରିବେ ।
ସୂଚନାଯୋଗ୍ୟ ଯେ, ଏହି କନିଷ୍ଠ ଶିକ୍ଷକମାନଙ୍କୁ ନିୟମିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପୂର୍ବରୁ ଘୋଷଣା କରିଥିଲେ । ଶୁକ୍ରବାର ଏହି ନିଷ୍ପତ୍ତି ଗ୍ରହଣ କରିବା ଦ୍ୱାରା ଶିକ୍ଷକ ମହଲରେ ଆନନ୍ଦର ଲହରୀ ଖେଳି ଯାଇଛି ।

ଏଥିସହ ପଢ଼ନ୍ତୁ:  ରେଲୱେରେ ନିଯୁକ୍ତି ସୁଯୋଗ: ଖାଲି ପଡ଼ିଛି ୫ ହଜାର ପଦବୀ, ଏବେ ହିଁ କରନ୍ତୁ ଆପ୍ଲାଏ...
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Odisha Govt Regularises 13,000+ Junior Teachers, Big Relief for Educators | Argus News