Heatwave Alert / ଗ୍ରୀଷ୍ମ ପ୍ରବାହ ପାଇଁ ଶ୍ରମ ବିଭାଗର ଗାଇଡଲାଇନ୍; ଖରାରେ ଶ୍ରମିକଙ୍କୁ କାମ କରାଇବା ମନା
·5 months ago·2 min read

Key Points
ପ୍ରଚଣ୍ଡ ଖରାରେ ଶ୍ରମିକମାନଙ୍କୁ କାମ କରାଇବା ଉପରେ ରାଜ୍ୟ ସରକାର କଟକଣା ଜାରି କରିଛନ୍ତି । ଏପ୍ରିଲ ୧ ତାରିଖରୁ ଜୁନ ମାସ ୧୫ ତାରିଖ ପର୍ଯ୍ୟନ୍ତ ଏହି କଟକଣା ଲାଗୁ ହେବ ।
ଭୁବନେଶ୍ଵର: ଖରା ବଢ଼ୁଥିବାରୁ ଏପ୍ରିଲ ମାସରେ ଗ୍ରୀଷ୍ମ ଋତୁରେ ସମ୍ଭାବ୍ୟ ଅଂଶୁଘାତ ଆଶଙ୍କାକୁ ଏଡ଼ାଇ ଦିଆଯାଇ ନ ପାରେ । ତେଣୁ ପ୍ରଚଣ୍ଡ ଖରାରେ ଶ୍ରମିକମାନଙ୍କୁ କାମ କରାଇବା ଉପରେ ରାଜ୍ୟ ସରକାର କଟକଣା ଜାରି କରିଛନ୍ତି । ଏପ୍ରିଲ ୧ ତାରିଖରୁ ଜୁନ ମାସ ୧୫ ତାରିଖ ପର୍ଯ୍ୟନ୍ତ ଏହି କଟକଣା ଲାଗୁ ହେବ । ଦିନ ୧୧ଟାରୁ ଅପରାହ୍ଣ ୩ଟା ପର୍ଯ୍ୟନ୍ତ କାମ କରିବେ ନାହିଁ ଶ୍ରମିକ ।
ପ୍ରଚଣ୍ଡ ରୌଦ୍ରତାପ ଜନିତ ଅଂଶୁଘାତରୁ ରକ୍ଷା କରିବା ପାଇଁ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ତରଫରୁ ବିହିତ ପଦକ୍ଷେପ ନିଆଯାଇଛି । ଏନେଇ ସମସ୍ତ ରାଜସ୍ୱ କମିଶନର, ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଓ ରାଜ୍ୟ ଶ୍ରମ କମିଶନରଙ୍କୁ ଆବଶ୍ୟକୀୟ ନିର୍ଦ୍ଦେଶନାମା ଜାରି କରିଛି ଶ୍ରମ ବିଭାଗ । ଓଡ଼ିଶା ସରକାରଙ୍କ ସମସ୍ତ ବିଭାଗ ତଥା ଓଡ଼ିଶାରେ ଥିବା ଭାରତ ସରକାରଙ୍କର ସମସ୍ତ ବିଭାଗ, ବେସରକାରୀ ନିଯୁକ୍ତିଦାତା, ସମସ୍ତ ବାଣିଜ୍ୟ ଓ ଶିଳ୍ପ ସଂସ୍ଥା, ଦୋକାନ ଓ ବ୍ୟବସାୟ ପ୍ରତିଷ୍ଠାନର ମାଲିକ ଏବଂ ଠିକାଦାରମାନଙ୍କ ପାଇଁ ଏହା କାର୍ଯ୍ୟକାରୀ ହେବ ।
ଏଥିସହ ପଢ଼ନ୍ତୁ: ମାର୍ଚ୍ଚ ୩୧ ସୁଦ୍ଧା ସଂପୂର୍ଣ୍ଣ ମାଓବାଦୀ ମୁକ୍ତ ରାଜ୍ୟ ହେବ ଓଡ଼ିଶା
ସେମାନଙ୍କର ଅଧୀନରେ କାର୍ଯ୍ୟରତ ଶ୍ରମିକମାନଙ୍କୁ ଏପ୍ରିଲ୍ ୧ ତାରିଖରୁ ଜୁନ ୧୫ ତାରିଖ ପର୍ଯ୍ୟନ୍ତ ପ୍ରଚଣ୍ଡ ରୌଦ୍ରତାପରୁ ରକ୍ଷା କରିବା ନିମନ୍ତେ ଦିନ ୧୧ଟାରୁ ଅପରାହ୍ଣ ୩ଟା ପର୍ଯ୍ୟନ୍ତ କାର୍ଯ୍ୟରେ ନ ଲଗାଇବାକୁ ବିଧିବଦ୍ଧ ବ୍ୟବସ୍ଥା ଗ୍ରହଣ କରିବେ । ଆବଶ୍ୟକ ସ୍ଥଳେ କାର୍ଯ୍ୟ ନିର୍ଘଣ୍ଟ ସମୟ ପରିବର୍ତ୍ତନ କରିବେ । ଅତ୍ୟାବଶ୍ୟକୀୟ ସେବା ସହ ଜଡ଼ିତ କାର୍ଯ୍ୟରେ ନିୟୋଜିତ ଶ୍ରମିକ ସେହି ସମୟରେ କାର୍ଯ୍ୟ କଲେ ସେମାନଙ୍କ ପାଇଁ ସ୍ଵତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯିବ ।
ଉପରୋକ୍ତ ନିଯୁକ୍ତିଦାତାମାନେ ଶ୍ରମିକମାନଙ୍କୁ ସମ୍ଭାବ୍ୟ ପ୍ରଚଣ୍ଡ ରୌଦ୍ରତାପରୁ ରକ୍ଷା କରିବା ପାଇଁ ସତର୍କମୂଳକ ପଦକ୍ଷେପ ଗ୍ରହଣ କରିବେ । ଏଥିରେ ବିଶେଷ କରି ଶୀତଳ ପାନୀୟ ଜଳର ସୁବ୍ୟବସ୍ଥା, ଛାଇ ପ୍ରଦାନ ନିମନ୍ତେ ଉପଯୁକ୍ତ ବ୍ୟବସ୍ଥା, ସ୍ୱାସ୍ଥ୍ୟ ସେବା ପାଇଁ ଡାକ୍ତରୀ ଚିକିତ୍ସାର ବ୍ୟବସ୍ଥା ଏବଂ ପ୍ରତ୍ୟେକ ଶ୍ରମିକଙ୍କ ପାଇଁ ଓ.ଆର.ଏସ. ପ୍ୟାକେଟର ବ୍ୟବସ୍ଥା କରିବା ବାଧ୍ୟତାମୂଳକ ଅଟେ ।

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ଏଥିସହ ପଢ଼ନ୍ତୁ: ନିଲାମ ହେବ ରାଜ୍ୟର ସୁନା ଖଣି,ଆଗାମୀ ଦିନରେ ୩୪ଟି ଖଣି ନିଲାମ କରାଯିବ
ଜିଲ୍ଲାର ଚିକିତ୍ସାଧିକାରୀ (ସି.ଡ଼ି.ଏମ.ଓ.), ଉପଖଣ୍ଡ ଚିକିତ୍ସାଧିକାରୀ (ଏସ.ଡ଼ି.ଏମ.ଓ.), ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର (ପି.ଏଚ.ସି.), କମ୍ୟୁନିଟି ହେଲଥ ସେଣ୍ଟର (ସି.ଏଚ.ସି.) ଚିକିତ୍ସାଳୟ ଗୁଡ଼ିକର ଚିକିତ୍ସାଧିକାରୀ ତଥା କର୍ମଚାରୀ ରାଜ୍ୟ ବୀମା ଯୋଜନା ଅଧୀନରେ ଥିବା ଚିକିତ୍ସାଳୟମାନଙ୍କର ଚିକିତ୍ସାଧିକାରୀମାନଙ୍କୁ ପ୍ରଚଣ୍ଡ ରୌଦ୍ରତାପ ଜନିତ ପରିସ୍ଥିତିର ସମ୍ଭାବ୍ୟ ମୁକାବିଲା ସହ ରୋଗୀମାନଙ୍କର ତତ୍ ସମ୍ୱନ୍ଧୀୟ ରୋଗର ଚିକିତ୍ସା ପାଇଁ ସତର୍କ ରହିବାକୁ ଅନୁରୋଧ କରିଛି ଶ୍ରମ ବିଭାଗ ।

Related Topics
Explore more stories