Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

School Holiday / ପ୍ରବଳ ଖରାକୁ ଦୃଷ୍ଟିରେ ରଖି ବଡ଼ ନିଷ୍ପତ୍ତି, ୨୫ ତାରିଖ ଯାଏଁ ସ୍କୁଲ ଛୁଟି

Santosh Kumar Sahoo
Browse all articles by Santosh Kumar Sahoo
·2 months ago·2 min read
ପ୍ରବଳ ଖରାକୁ ଦୃଷ୍ଟିରେ ରଖି ବଡ଼ ନିଷ୍ପତ୍ତି, ୨୫ ତାରିଖ ଯାଏଁ ସ୍କୁଲ ଛୁଟି
School Holiday

Key Points

କୋରାପୁଟ ଜିଲ୍ଲାରେ କାଲିଠୁ ୨୫ ତାରିଖ ଯାଏଁ ସ୍କୁଲ ଛୁଟି
ଶିଶୁ ବାଟିକା ଠାରୁ ଦ୍ବାଦଶ ଶ୍ରେଣୀ ଯାଏଁ ସମସ୍ତ ସ୍କୁଲ ଛୁଟି
ହିଟ୍‌ୱେଭ୍‌କୁ ଦୃଷ୍ଟିରେ ରଖି ଜିଲ୍ଲାପାଳଙ୍କ ନିଷ୍ପତ୍ତି
ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି କେନ୍ଦ୍ରାପଡା ଜିଲ୍ଲାର ସମସ୍ତ ବିଦ୍ୟାଳୟ ଓ ଅଙ୍ଗନବାଡି କେନ୍ଦ୍ର ଆସନ୍ତାକାଲିଠାରୁ ୨୫ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ । ପରବର୍ତ୍ତୀ ସମୟରେ ଏନେଇ ଏକ ସମୀକ୍ଷା କରାଯାଇ ନିଷ୍ପତି ଗ୍ରହଣ କରାଯିବ । ହିଟ୍‌ୱେଭ୍‌କୁ ଦୃଷ୍ଟିରେ ରଖି ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ଘୋଷଣା କରିଛନ୍ତି ।

ସେହିପରି କୋରାପୁଟ ଜିଲ୍ଲାରେ ମଧ୍ୟ କାଲିଠୁ ୨୫ ତାରିଖ ଯାଏଁ ସ୍କୁଲ ଛୁଟି ଘୋଷଣା କରାଯାଇଛି । ଶିଶୁ ବାଟିକା ଠାରୁ ଦ୍ବାଦଶ ଶ୍ରେଣୀ ଯାଏଁ ସମସ୍ତ ସ୍କୁଲ ଛୁଟି । ହିଟ୍‌ୱେଭ୍‌କୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଏଭଳି ନିଷ୍ପତ୍ତି ନେଇଛନ୍ତି । ଶିକ୍ଷକ ଓ ଅନ୍ୟ ଷ୍ଟାଫ୍ ସକାଳ ୬ଟା ୩୦ରୁ ୧୦ଟା ୩୦ ଯାଏଁ ସ୍କୁଲରେ ରହିବେ ବୋଲି ଜିଲ୍ଲାପାଳ କହିଛନ୍ତି ।

ସେପଟେ ସୁନ୍ଦରଗଡ଼ ଜିଲ୍ଲାରେ ଅସହ୍ୟ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସମସ୍ତ ବିଦ୍ୟାଳୟ ବନ୍ଦ ପାଇଁ ନିଷ୍ପତ୍ତି ନେଇଛି ଜିଲ୍ଲା ପ୍ରଶାସନ । ସୁନ୍ଦରଗଡ଼ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ନିର୍ଦ୍ଦେଶନାମା ଅନୁଯାୟୀ, ଜିଲ୍ଲାରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ସମସ୍ତ ସ୍କୁଲ୍ ବନ୍ଦ ରହିବ । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲାରେ ୨୩ ତାରିଖରୁ ଏପ୍ରିଲ୍ ୨୭ ତାରିଖ ୫ ଦିନ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ୍ ଛୁଟି ଘୋଷଣା କରାଯାଇଛି । ଏନେଇ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ପକ୍ଷରୁ ବ୍ଲକ୍ ଅଧିକାରୀ ଓ ସ୍କୁଲ୍‌ର ପ୍ରଧାନଶିକ୍ଷକଙ୍କୁ ଅବଗତ କରାଯାଇଛି ।

ସେହିପରି ବଲାଙ୍ଗିରରେ ଆଉ ୪ ଦିନ ପାଇଁ ସ୍କୁଲ୍‌, ଅଙ୍ଗନୱାଡ଼ି ଓ କଲେଜକୁ ଛୁଟି ଘୋଷଣା କରାଯାଇଛି । ୨୫ ତାରିଖ ପର୍ଯ୍ୟନ୍ତ ସ୍କୁଲ୍‌, ଅଙ୍ଗନୱାଡ଼ିକୁ ଛୁଟି ଘୋଷଣା କରିଛନ୍ତି ବଲାଙ୍ଗିର ଜିଲ୍ଲାପାଳ । ଜିଲ୍ଲାରେ ପ୍ରବଳ ଖରା ପାଇଁ ପୂର୍ବରୁ ୨୧ ତାରିଖ ପର୍ଯ୍ୟନ୍ତ ବିଦ୍ୟାଳୟ ବନ୍ଦ ରହିଥିଲା । ଏବେ ଛୁଟିକୁ ଆଉ ୪ ଦିନ ବୃଦ୍ଧି କରାଯାଇଛି ।

ଆଗୁଆ ହୋଇପାରେ ଖରା ଛୁଟି ଘୋଷଣା

ଖରା ଓ ବିଭିନ୍ନ ଜିଲ୍ଲାରେ ସ୍କୁଲ୍ ଛୁଟି ନେଇ ପ୍ରତିକ୍ରିୟା ରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି, "ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ବିଦ୍ୟାଳୟ ଗୁଡ଼ିକୁ କିଛିଦିନ ପାଇଁ ଛୁଟି କରିଛନ୍ତି । ଖରା ଛୁଟି ପାଇଁ ସ୍ଵତନ୍ତ୍ର ରିଲିଫ୍ କମିଶନର୍ (SRC) ବୈଠକ ଡାକନ୍ତି, ବୈଠକରେ ନିଷ୍ପତ୍ତି ହୁଏ କେବେଠୁ ଖରା ଛୁଟି ହେବ ।"

ଏବେ ସୁଦ୍ଧା ରାଜ୍ୟର ୧୩ ଗୋଟି ଜିଲ୍ଲାରେ ଜିଲ୍ଲାପାଳ କିଛିଦିନ ପାଇଁ ସ୍କୁଲ୍ ଛୁଟି କରିଛନ୍ତି । ଆଗକୁ ଏଭଳି ଗ୍ରୀଷ୍ମ ପ୍ରବାହ ଲାଗି ରହିଲେ, ଛୁଟି ବୃଦ୍ଧି କରିପାରିବେ ଜିଲ୍ଲାପାଳ । ସରକାର ସ୍ଥିତି ଉପରେ ନଜର ରଖିଛନ୍ତି । ଛାତ୍ରଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ଆଗୁଆ ଖରା ଛୁଟି ମଧ୍ୟ ଘୋଷଣା କରାଯାଇପାରେ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି ।
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored