Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

Rain Alert: ସପ୍ତାହେ ପର୍ଯ୍ୟନ୍ତ ଭିଜିବ ଓଡ଼ିଶା; ପ୍ରବଳ ବର୍ଷା ଓ ବଜ୍ରପାତ ନେଇ ସତର୍କତା ଜାରି

Sushanta Sahoo
Browse all articles by Sushanta Sahoo
·10 months ago·1 min read
Rain Alert: ସପ୍ତାହେ ପର୍ଯ୍ୟନ୍ତ ଭିଜିବ ଓଡ଼ିଶା; ପ୍ରବଳ ବର୍ଷା ଓ ବଜ୍ରପାତ ନେଇ ସତର୍କତା ଜାରି

Key Points

ସପ୍ତାହେ ଯାଏଁ ଓଡ଼ିଶାକୁ ଭିଜାଇବ । ରାଜ୍ୟର ବିଭିନ୍ନ ଜିଲ୍ଲାରେ ୧୩ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ବଜ୍ରପାତ ହେବାର ସମ୍ଭାବନା ରହିଛି ।

ଭୁବନେଶ୍ଵର: ବର୍ଷାରୁ ମିଳିବନି ନିସ୍ତାର । ସପ୍ତାହେ ଯାଏଁ ଓଡ଼ିଶାକୁ ଭିଜାଇବ । ରାଜ୍ୟର ବିଭିନ୍ନ ଜିଲ୍ଲାରେ ୧୩ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ବଜ୍ରପାତ ହେବାର ସମ୍ଭାବନା ରହିଛି । ମୌସୁମୀ ଟ୍ପଫ୍ ଏବେ ଗୋପାଳପୁର ଉପରେ ଅବପାତର କେନ୍ଦ୍ର ଦେଇ ଗତି କରୁଛି ।


ଅନ୍ୟପଟେ ଏକ ଘୂର୍ଣ୍ଣିବଳୟ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳର ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସମୁଦ୍ର ପତ୍ତନଠାରୁ ୩.୧ ଏବଂ ୫.୮ କିଲୋମିଟର ଉଚ୍ଚତାରେ ରହିଛି । ଏନେଇ ସୂଚନା ଦେଇଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।


୮ ତାରିଖରେ ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତିକୁ ୟେଲୋ ଆଲର୍ଟ ରହିଛି । ସେହିଭଳି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମରେ ବଜ୍ରପାତ ହୋଇପାରେ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


ସେହିଭଳି ୯ ତାରିଖରେ ବଜ୍ରପାତ ନେଇ ୧୯ ଜିଲ୍ଲାକୁ ୟେଲୋ ଆଲର୍ଟ ରହିଥିବା ବେଳେ ୧୦ ତାରିଖରେ ମାଲକାନଗିରି ଓ କୋରାପୁଟକୁ ପ୍ରବଳ ବର୍ଷା ନେଇ ସତର୍କ କରାଯାଇଛି । ୧୧ ତାରିଖରେ କେନ୍ଦୁଝର ଓ ମୟୂରଭଞ୍ଜ ଏବଂ ୧୨ ତାରିଖରେ ରାୟଗଡ଼ା ଓ କୋରାପୁଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ଏହି ସମୟରେ ମତ୍ସ୍ୟଜୀବୀଙ୍କ ପାଇଁ କୌଣସି ସତର୍କ ସୂଚନା ଦିଆଯାଇ ନାହିଁ ।

Sponsored
Heavy Rain and Thunderstorm Alert for Odisha Till September 13 | Argus News | Argus News