Rain Alert / ସୃଷ୍ଟି ହେଲା ଲଘୁଚାପ; ପ୍ରବଳ ବର୍ଷା ପାଇଁ ଏହି ଜିଲ୍ଲାରେ ସ୍କୁଲ୍ ଛୁଟି
·1 hour ago·2 min read

Key Points
ଅତି ପ୍ରବଳ ବର୍ଷା ନେଇ ଆଜି ପାଇଁ ଜଗତସିଂହପୁର ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଦେଇଛି ପାଣିପାଗ କେନ୍ଦ୍ର । ୧୦ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ରହିଛି । ପ୍ରବଳ ବର୍ଷା ପାଇଁ ଭଦ୍ରକ ଜିଲ୍ଲାରେ ସମସ୍ତ ସ୍କୁଲ୍ ଛୁଟି ଘୋଷଣା କରାଯାଇଛି ।
ଭୁବନେଶ୍ଵର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ରାଜ୍ୟର ବିଭିନ୍ନ ଜିଲ୍ଲାରେ ଲାଗି ରହିଛି ପ୍ରବଳ ବର୍ଷା । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଓଡ଼ିଶା-ପଶ୍ଚିମ ବଙ୍ଗୋପସାଗର ଉପକୂଳରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।
ପ୍ରଭାବରେ ୧୭ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଲାଗି ରହିବ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ଵର ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି । ୧୫ ତାରିଖ ପାଇଁ ବିଭିନ୍ନ ଜିଲ୍ଲାକୁ ଦିଆଯାଇଛି ରେଡ୍, ଅରେଞ୍ଜ ଓ ୟେଲୋ ଆଲର୍ଟ ।
ଏଥିସହ ପଢ଼ନ୍ତୁ: ଖୋଲିବନି ସ୍କୁଲ; ବର୍ଷା ପାଇଁ ପ୍ରଶାସନର ବଡ଼ ନିଷ୍ପତ୍ତି
ସମସ୍ତ ସ୍କୁଲ୍ ଛୁଟି ଘୋଷଣା
ସେପଟେ ଭଦ୍ରକ ଜିଲ୍ଲାରେ ୩ ଦିନ ଧରି ବର୍ଷା ଲାଗି ରହିଛି । ପ୍ରବଳ ବର୍ଷା ପାଇଁ ପ୍ରଥମେ ମଙ୍ଗଳବାର, ଜୁନ୍ ୧୪ରେ ଜିଲ୍ଲାପାଳ ଜିଲ୍ଲାର ସମସ୍ତ ସ୍କୁଲ୍ ଛୁଟି ଘୋଷଣା କରିଥିଲେ । ବର୍ଷା ଜାରି ରହିଥିବାରୁ ଆଜି (ବୁଧବାର) ଜୁନ୍ ୧୫ ତାରିଖରେ ମଧ୍ୟ ସମସ୍ତ ବିଦ୍ୟାଳୟ ବନ୍ଦ ରହିବ ।
ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟରେ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ । ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ଅନୁଯାୟୀ, ଲଗାଣ ବର୍ଷା ଏବଂ ଜଳବନ୍ଦୀ ପରିସ୍ଥିତିକୁ ନଜରରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ସର୍ବାଧିକ ଗୁରୁତ୍ୱ ଦେଇ ଏହି ପଦକ୍ଷେପ ଗ୍ରହଣ କରାଯାଇଛି ।
କେଉଁ ଜିଲ୍ଲାକୁ କେଉଁ ଆଲର୍ଟ ?
ଅତି ପ୍ରବଳ ବର୍ଷା ନେଇ ଆଜି ପାଇଁ ଜଗତସିଂହପୁର ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଦେଇଛି ପାଣିପାଗ କେନ୍ଦ୍ର । ସେହିଭଳି ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, କେନ୍ଦୁଝର, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଓ ଢେଙ୍କାନାଳକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ବାଲେଶ୍ଵର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ମୟୂରଭଞ୍ଜ, ବୌଦ୍ଧ, ରାୟଗଡ଼ା, ଗଜପତି ଗଞ୍ଜାମକୁ ୟେଲୋ ଆଲର୍ଟ ରହିଛି ।
ରଥଯାତ୍ରାରେ ବର୍ଷା
ପାଣିପାଗ ବିଭାଗର ଆକଳନ ଅନୁସାରେ, ଗୁରୁବାର ୧୬ ତାରିଖ ରଥଯାତ୍ରାରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି । ରଥଯାତ୍ରା ଦିନ କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକକୁ ଅରେଞ୍ଜ ଆଲର୍ଟ ଦିଆଯାଇଛି । ସେହିଭଳି ପୁରୀ, ଗଞ୍ଜାମ, ଖୋର୍ଦ୍ଧା, ମୟୂରଭଞ୍ଜ, କେନ୍ଦୁଝର ସହ ଅନ୍ୟ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି ।
ଏଥିସହ ପଢ଼ନ୍ତୁ: ଦୁଇ ଦିନ ଅତି ପ୍ରବଳ ବର୍ଷା ନେଇ ରେଡ୍ ଆଲର୍ଟ; ୨୪ ଘଣ୍ଟାରେ ଲଘୁଚାପ ସମ୍ଭାବନା
ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା
ଏହି ସମୟରେ ଓଡ଼ିଶା ଉପକୂଳ ଅଶାନ୍ତ ରହିବ । ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବାର ଆଶଙ୍କା ରହିଛି । ତେଣୁ ଜୁଲାଇ ୧୮ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ପ୍ରବେଶ ବାରଣ କରାଯାଇଛି ।

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories