Videos
|
Odisha

Heavy Rain Alert / ମୌସୁମୀ ଟ୍ରଫ୍ ସକ୍ରିୟ; ଆଜି ୪ ଜିଲ୍ଲାରେ ଅତି ପ୍ରବଳ ବର୍ଷିବ

Sushanta Sahoo
Browse all articles by Sushanta Sahoo
·1 hour ago·2 min read
ମୌସୁମୀ ଟ୍ରଫ୍ ସକ୍ରିୟ; ଆଜି ୪ ଜିଲ୍ଲାରେ ଅତି ପ୍ରବଳ ବର୍ଷିବ
Orange Warning for 4 Districts, Low Pressure Likely

Key Points

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ଆକଳନ ଅନୁସାରେ, ରାଜ୍ୟରେ ୩୧ ତାରିଖ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା । ଆଜି ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଦିଆଯାଇଛି ।
ଭୁବନେଶ୍ଵର: ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି । ଏବେ ସମୁଦ୍ର ପତ୍ତନରେ ମୌସୁମୀ ଟ୍ରଫ ଦକ୍ଷିଣ-ପୂର୍ବ ଦିଗରେ ଉତ୍ତର-ପୂର୍ବ ବଙ୍ଗୋପସାଗର ଆଡ଼କୁ ଗତି କରୁଛି । ଅନ୍ୟପଟେ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ବାଂଲାଦେଶ ଉପରେ ସମୁଦ୍ର ପତ୍ତନର ୯.୪ କିମିରେ ଏକ ଘୂର୍ଣ୍ଣିବଳୟ ଦକ୍ଷିଣପଶ୍ଚିମ ଦିଗକୁ ଢଳି ରହିଛି । ପ୍ରଭାବରେ ଆଗାମୀ ୨୪ ଘଣ୍ଟାରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟ ହେବା ସମ୍ଭାବନା ରହିଛି ।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ଆକଳନ ଅନୁସାରେ, ରାଜ୍ୟରେ ୩୧ ତାରିଖ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା । ଆଜି ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଦିଆଯାଇଛି । ୪ ଜିଲ୍ଲା ହେଲା- କଟକ, ଅନୁଗୋଳ, ଢେଙ୍କାନାଳ ଓ କେନ୍ଦୁଝର ।

ଏଥିସହ ପଢ଼ନ୍ତୁ: ଆଜି ରଥ ଉପରେ ମହାପ୍ରଭୁଙ୍କ ସୁନାବେଶ, ଦର୍ଶନ ଲାଗି ପୁରୀକୁ ଛୁଟୁଛି ଶ୍ରଦ୍ଧାଳୁଙ୍କ ସୁଅ 

କେଉଁ ଜିଲ୍ଲାକୁ ୟେଲୋ ଆଲର୍ଟ ?

ସେହିଭଳି ପ୍ରବଳ ବର୍ଷା ନେଇ ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି ।

ସେହିଭଳି ରବିବାର ପାଇଁ ଯାଜପୁର, କଟକ, ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାକୁ ଦିଆଯାଇଛି ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ।


ରବିବାର ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଝାରସୁଗୁଡ଼ା ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ସୁବର୍ଣ୍ଣପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାକୁ ୟେଲୋ ଆଲର୍ଟ ରହିଛି ।

ଏଥିସହ ପଢ଼ନ୍ତୁ: ପୁଣି ଭିଡିଓ କରି ଯୁବବର୍ଗଙ୍କୁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ, କହିଲେ... 

ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ

ଏହି ସମୟରେ ଅଶାନ୍ତ ରହିବ ଓଡ଼ିଶା ଉପକୂଳ । ତେଣୁ ମତ୍ସ୍ୟଜୀବୀଙ୍କୁ ଜୁଲାଇ ୨୭ ତାରିଖ ପର୍ଯ୍ୟନ୍ତ ସମୁଦ୍ର ପ୍ରବେଶ ବାରଣ କରାଯାଇଛି । ଏହି ସମୟରେ ଉପକୂଳରେ ପବନର ଘଣ୍ଟା ପ୍ରତି ବେଗ ୪୦ରୁ ୫୦ କିଲୋମିଟର ରହିପାରେ ।
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored