Rain Alert / ଗଭୀର ଅବପାତ ଆଣୁଛି ବଡ଼ ବର୍ଷା; ରେଡ୍ ଆଲର୍ଟରେ ଉତ୍ତର ଓଡ଼ିଶା
·1 hour ago·2 min read

Key Points
୨ ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି ।
ଭୁବନେଶ୍ଵର: ଉତ୍ତରପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପରେ ସକ୍ରିୟ ରହିଛି ଗଭୀର ଅବପାତ । ଘଣ୍ଟାପ୍ରତି ୩ କିଲୋମିଟର ବେଗରେ ଗଭୀର ଅବପାତ ଧିରେ ଧିରେ ଉତ୍ତର ଦିଗରେ ଅଗ୍ରସର ହେଉଛି । ଏହାର ପ୍ରଭାବରେ ୨ ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ।
ସେପଟେ ମନସୁନ ଟ୍ରଫ୍ ସକ୍ରିୟ ରହିଛି । ବିକାନେର, ଗ୍ଵାଲିୟର, ବାରଣାସୀ, ଜାମସେଦପୁର ଦେଇ ସମୁଦ୍ରରେ ମନସୁନ ଟ୍ରଫ୍ ଗଭୀର ଅବପାତର କେନ୍ଦ୍ର ସହ ପଶ୍ଚିମବଙ୍ଗ ଉତ୍ତର ଓଡ଼ିଶା ଉପକୂଳ ପର୍ଯ୍ୟନ୍ତ ବ୍ୟାପିଛି । ପ୍ରଭାବରେ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ପାଇଁ ୩ ଜିଲ୍ଲାକୁ ରେଡ୍ ଆଲର୍ଟ ଦିଆଯାଇଛି ।
ଏଥିସହ ପଢ଼ନ୍ତୁ: ଲଗାଣ ବର୍ଷାରେ ବେହାଲ ରାଜ୍ୟର ଅନେକ ଅଞ୍ଚଳ, ପୂର୍ବରୁ ପଶ୍ଚିମ ସବୁଠି ଜଳବନ୍ଦୀ ସ୍ଥିତି
ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଝାରସୁଗୁ଼ଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ ଓ ନବରଙ୍ଗପୁର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଦିଆଯାଇଛି ।
୧୦ ଜିଲ୍ଲାକୁ କାଳବୈଶାଖୀ ଆଲର୍ଟ
ଲଘୁଚାପ ଲଗାଣ ବର୍ଷା ଭିତରେ କାଳବୈଶାଖି ଡର ରହିଛି । ଆଜି ବଜ୍ରପାତ ଓ ଝଡ଼ ପବନ ନେଇ ୧୦ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ୧୦ ଜିଲ୍ଲା- ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ । ଏସବୁ ଜିଲ୍ଲାରେ ଘଣ୍ଟାପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ଝଡ଼ ପବନ ବହିବାର ଆଶଙ୍କା ରହିଛି । ସେହିଭଳି କାଳବୈଶାଖୀ ନେଇ ଅନ୍ୟ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି ।
ମଙ୍ଗଳବାର ୪ ଜିଲ୍ଲାରେ ପ୍ରବଳ ବର୍ଷିବ
ଆସନ୍ତାକାଲି ମଙ୍ଗଳବାର ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ରହିଛି । ସେହିଭଳି ପ୍ରବଳ ବର୍ଷା ନେଇ ବାଲେଶ୍ଵର, ଭଦ୍ରକ, ଯାଜପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା ଓ ବଲାଙ୍ଗିରକୁ ଦିଆଯାଇଛି ୟେଲୋ ଆଲର୍ଟ । ଏଥିସହ କାଳବୈଶାଖୀ ନେଇ ବିଭିନ୍ନ ଜିଲ୍ଲାକୁ ଆଲର୍ଟ କରାଯାଇଛି ।
ଏଥିସହ ପଢ଼ନ୍ତୁ: ବଙ୍ଗୋପସାଗରରେ ବଳ ଗୋଟାଇ ଆସୁଛି ଗଭୀର ଅବପାତ; ଆଗାମୀ ୪୮ ଘଣ୍ଟା ଭୀଷଣ ବର୍ଷା !
ମତ୍ସଜୀବୀଙ୍କୁ ସମୁଦ୍ର ମନା
ଏଭଳି ଭାବେ ରାଜ୍ୟର ବିଭିନ୍ନ ଜିଲ୍ଲାର କାଳବୈଶାଖିର ପ୍ରଭାବ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଲାଗି ରହିବ । ୨୯ ତାରିଖ ପର୍ଯ୍ୟନ୍ତ ଅଶାନ୍ତ ରହିବ ଓଡ଼ିଶା ଉପକୂଳ ସମୁଦ୍ର । ଉପକୂଳରେ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାପରେ । ତେଣୁ ମତ୍ସ୍ୟଜୀବୀଙ୍କୁ ୨୯ ତାରିଖ ପର୍ଯ୍ୟନ୍ତ ଗଭୀର ସମୁଦ୍ରକୁ ବାରଣ କରାଯାଇଛି ।

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories