Odisha News / ପ୍ରବଳ ବର୍ଷାକୁ ନେଇ ବଡ଼ ନିଷ୍ପତ୍ତି, ୮ ଜିଲ୍ଲାରେ ସମସ୍ତ ସ୍କୁଲ ଛୁଟି
·1 hour ago·1 min read

Key Points
ଆଜି ରାଜ୍ୟର ୮ଟି ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା
ସରକାରୀ, ବେସରକାରୀ ସ୍କୁଲ ସହ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ
ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ସଂପୃକ୍ତ ଜିଲ୍ଲା ପ୍ରଶାସନର ନିଷ୍ପତ୍ତି

ଗଭୀର ଅବପାତ ପ୍ରଭାବରେ ସାରା ରାଜ୍ୟରେ ଜାରି ରହିଛି ପ୍ରବଳ ବର୍ଷା । ଏହାକୁ ଦୃଷ୍ଟିରେ ରଖି ଆଜି ରାଜ୍ୟର ୮ଟି ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି । କୋରାପୁଟ, ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର, ଗଜପତି, ଗଞ୍ଜାମ, କଳାହାଣ୍ଡି ଓ କେନ୍ଦ୍ରାପଡ଼ାରେ ବନ୍ଦ ରହିବ ସମସ୍ତ ସ୍କୁଲ । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ସଂପୃକ୍ତ ଜିଲ୍ଲା ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଛନ୍ତି । ଏହି ୮ ଜିଲ୍ଲାର ସମସ୍ତ ସରକାରୀ, ବେସରକାରୀ ସ୍କୁଲ ସହ ଅଙ୍ଗନବାଡ଼ି କେନ୍ଦ୍ର ମଧ୍ୟ ବନ୍ଦ ରହିବ । ସ୍କୁଲ ଛୁଟି ସତ୍ତ୍ବେ ଶିକ୍ଷକ ଓ କର୍ମଚାରୀ ସ୍କୁଲ ଆସିବାକୁ ନିର୍ଦ୍ଦେଶ ଦିଆଯାଇଛି ।
ସେପଟେ କନ୍ଧମାଳ ଜିଲ୍ଲାର ୪ଟି ବ୍ଲକର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ଘୋଷଣା । ଦାରିଙ୍ଗବାଡ଼ି, ଜି. ଉଦୟଗିରି, ଟିକାବାଲି ଓ ଚକାପାଦ ବ୍ଲକର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ଘୋଷଣା କରିଛନ୍ତି କନ୍ଧମାଳ ଜିଲ୍ଲାପାଳ । ଜିଲ୍ଲାରେ ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି ।
ସେପଟେ ଗଭୀର ଅବପାତ ଦୁର୍ବଳ ହେବାରେ ଲାଗିଥିବା ବେଳେ ରାତିସାରା ହୋଇଛି ବର୍ଷା । ପବନର ବେଗ ମଧ୍ୟ ରାତିରେ ଅଧିକ ଥିବାର ଜଣାପଡ଼ିଛି । ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରି ଅବପାତ ଆହୁରି ଦୁର୍ବଳ ହେବ । ଗଭୀର ଅବପାତ ଦ୍ବାରା କୋରାପୁଟ, ରାୟଗଡ଼ା, ମାଲକାନଗିରି, ଗଞ୍ଜାମ, ଗଜପତି, କନ୍ଧମାଳ, ନବରଙ୍ଗପୁରଜିଲ୍ଲା ପ୍ରଭାବିତ ହୋଇଛି । ଲଗାଣ ବର୍ଷା ଯୋଗୁଁ ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି ।
ଏଥି ସହ ପଢନ୍ତୁ : ରାଜ୍ୟରେ ପ୍ରବଳ ବର୍ଷା: ୧୧ ଜିଲ୍ଲାରେ ସ୍କୁଲ ଓ କଲେଜ ବନ୍ଦ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories