Videos
|
Odisha

School Closed Today / ବାତ୍ୟାକୁ ନେଇ ପ୍ରବଳ ବର୍ଷା ସମ୍ଭାବନା; ଆଜି ଏହି ସବୁ ଜିଲ୍ଲାରେ ସ୍କୁଲ କଲେଜ ବନ୍ଦ

Debashree Debasmita Sahoo
Browse all articles by Debashree Debasmita Sahoo
·1 hour ago·3 min read
ବାତ୍ୟାକୁ ନେଇ ପ୍ରବଳ ବର୍ଷା ସମ୍ଭାବନା; ଆଜି ଏହି ସବୁ ଜିଲ୍ଲାରେ ସ୍କୁଲ କଲେଜ ବନ୍ଦ
School Closed Today

Key Points

ବାତ୍ୟା ପାଇଁ ରାଜ୍ୟରେ ହେବ ବଡ଼ ବର୍ଷା
ଅନେକ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି ହୋଇଛି
ଫଳରେ କିଛି ଜିଲ୍ଲାରେ ସବୁ ଶିକ୍ଷାନୁଷ୍ଠାନ ବନ୍ଦ
ଭୁବନେଶ୍ଵର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଘନୀଭୂତ ହେଉଛି ଅବପାତ । ଆଜି ପ୍ରବଳ ବର୍ଷା ସହିତ ଆସନ୍ତାକାଲି ଠାରୁ ଅତ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବାତ୍ୟା ବିଶାଖାପାଟଣା-ଗୋପାଳପୁର ମଧ୍ୟରେ ଲ୍ୟାଣ୍ଡଫଲ୍ ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ । ଏଥିଲାଗି କିଛି ଜିଲ୍ଲାରେ ସମସ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ ଘୋଷଣା କରାଯାଇଛି । ସ୍କୁଲଠୁ ଆରମ୍ଭ କରି କଲେଜ ଓ ଅଙ୍ଗନବାଡି କେନ୍ଦ୍ର ଆଜି ବନ୍ଦ ରହିବ ।

  • ଗଞ୍ଜାମରେ ୩ ଦିନ ସ୍କୁଲ୍‌ ଛୁଟି ଘୋଷଣା
ଗଭୀର ଅବପାତ ଯୋଗୁଁ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଜନସାଧାରଣଙ୍କ ସୁରକ୍ଷା, ବିଶେଷକରି ଶିଶୁମାନଙ୍କ ନିରାପତ୍ତାକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ‘ଶୂନ୍ୟ ମୃତାହତ’ ନୀତି ଅନୁସରଣ କରାଯାଉଛି । ଏଥିଲାଗି ଗଞ୍ଜାମ ଜିଲ୍ଲାର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ରକୁ ୨୨, ୨୩ ଓ ୨୪ ସେପ୍ଟେମ୍ବର ତିନିଦିନ ପାଇଁ ବନ୍ଦ ରଖିବାକୁ ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି । ଏହି ସମୟରେ ଶିଶୁମାନଙ୍କ ସୁରକ୍ଷା ପ୍ରତି ବିଶେଷ ଯତ୍ନବାନ ହେବାକୁ ଅଭିଭାବକମାନଙ୍କୁ ଅନୁରୋଧ କରାଯାଇଛି । ଅନ୍ୟ ଶିକ୍ଷାନୁଷ୍ଠାନଗୁଡ଼ିକ ଖୋଲିବା କିମ୍ବା ବନ୍ଦ ରଖିବା ସମ୍ପର୍କିତ ନିଷ୍ପତ୍ତି ସମ୍ଭାବ୍ୟ ପାଣିପାଗ ପରିସ୍ଥିତି ଓ ଅନ୍ୟାନ୍ୟ ସ୍ଥିତିକୁ ବିଚାର କରି ପରବର୍ତ୍ତୀ ସମୟରେ ନିଆଯିବ ।

  • ଗଜପତିରେ ଆଜିଠୁ ୨୪ ଯାଏଁ ସ୍କୁଲ ଛୁଟି
ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ସଜାଗ ରହିଛି ଗଜପତି ଜିଲ୍ଲା ପ୍ରଶାସନ । ହେଡକ୍ୱାର୍ଟର ନ ଛାଡିବାକୁ ସମସ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଗଜପତି ଜିଲ୍ଲାପାଳ । ପ୍ରବଳ ବର୍ଷା ସହିତ ଘଡଘଡିର ସମ୍ଭାବନା ରହିଥିବାରୁ ବିନା କାରଣରେ ଘରୁ ନ ବାହାରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଜିଲ୍ଲା ପ୍ରଶାସନ, ତହସିଲ, ବ୍ଲକ, ବିଦ୍ୟୁତ ଓ ଅଗ୍ନିଶ୍ରମ ବିଭାଗ ଭଳି ଗୁରୁତ୍ଵପୂର୍ଣ୍ଣ ବିଭାଗକୁ ସଜାଗ କରାଯାଇଛି । ଜିଲ୍ଲାର ସମସ୍ତ ବାତ୍ୟା ଆଶ୍ରୟସ୍ଥଳୀକୁ ସଜାଗ ରଖିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ରହିଛି । ପ୍ରବଳ ବର୍ଷା ପାଇଁ ଗଜପତି ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି ହୋଇଥିବାରୁ ଆଜି (ସେପ୍ଟେମ୍ବର ୨୨)ଠାରୁ ୨୪ ତାରିଖ ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି ବନ୍ଦ ରହିବ ।

  • ଖୋର୍ଦ୍ଧାରେ ୩ଦିନ ସ୍କୁଲ ଛୁଟି
ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ଆଜି (୨୨.୦୯.୨୦୨୬)ଠାରୁ ସେପ୍ଟେମ୍ବର ୨୪ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ବନ୍ଦ ରହିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି । ଶିଶୁ ବାଟିକାଠାରୁ ଆରମ୍ଭ କରି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଥିବା ବିଦ୍ୟାଳୟ ଗୁଡିକ ବନ୍ଦ ରହିବ । ସେହିଭଳି ଜିଲ୍ଲାର ସମସ୍ତ ଅଙ୍ଗନୱାଡି କେନ୍ଦ୍ର ଏହି ତିନି ଦିନ ବନ୍ଦ ରହିବା ନେଇ ମଧ୍ୟ ନିର୍ଦ୍ଦେଶ ଜାରି କରାଯାଇଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ପଢନ୍ତୁ ଏହି ଖବର: ସ୍ପଷ୍ଟ ଚିହ୍ନିତ ହେଲା ଲଘୁଚାପ କ୍ଷେତ୍ର; ବାତ୍ୟା ନେଇ ବଡ଼ ଅପଡେଟ୍ ଦେଲା IMD

ଜିଲ୍ଲାରେ ଲଘୁଚାପ ଜନିତ ସମ୍ଭାବ୍ୟ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ସମସ୍ତ ବିଦ୍ୟାଳୟ ଓ ଅଙ୍ଗନୱାଡି କେନ୍ଦ୍ର ଗୁଡ଼ିକ ବନ୍ଦ ରହିବା ପାଇଁ ଜିଲ୍ଲାପାଳ ଅମ୍ରିତ ଋତୁରାଜ ଏହି ନିର୍ଦ୍ଦେଶ ଦେଇଛନ୍ତି । ମାତ୍ର ଆଜି ହେବାକୁ ଥିବା ପୂର୍ବ ନିର୍ଦ୍ଧାରିତ ଏନଆରଟିଏସ ପରୀକ୍ଷା ଅନୁଷ୍ଠିତ ହେବ । ସେହିଭଳି ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ କର୍ମଚାରୀ ବିଦ୍ୟାଳୟରେ ଉପସ୍ଥିତ ରହିବେ । ଏହି ସମୟରେ ବିଦ୍ୟାଳୟ କୋଠା ଓ ଆନୁଷଙ୍ଗିକ ବ୍ୟବସ୍ଥା ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ବିଦ୍ୟାଳୟ ଗୁଡ଼ିକ ୨୪ ଘଣ୍ଟା ଖୋଲା ରଖିବା ପାଇଁ ରୋଷ୍ଟର ଡ୍ୟୁଟି ପ୍ରଚଳନ ପାଇଁ ପ୍ରଧାନଶିକ୍ଷକ ଏବଂ ଅଧ୍ୟକ୍ଷମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏହାକୁ ତୁରନ୍ତ କଡ଼ାକଡ଼ି ପାଳନ କରିବାକୁ ନିର୍ଦ୍ଦେଶ ଜାରି ହୋଇଛି ।

  • ଜଗତସିଂହପୁରରେ ଆଜି ସ୍କୁଲ ଛୁଟି
ପୂର୍ବ କେନ୍ଦ୍ରୀୟ ଓ ପାର୍ଶ୍ୱବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି । ଗତକାଲି ୯ଟା ସୁଦ୍ଧା ଏହା ପୁରୀର ଦକ୍ଷିଣପୂର୍ବ ଓ ଗୋପାଳପୁରର ପୂର୍ବ-ଦକ୍ଷିଣପୂର୍ବ ଦିଗରେ ୩୧୦ କିମି ଏବଂ ଆନ୍ଧ୍ରପ୍ରଦେଶର କଳିଙ୍ଗପାଟନମ୍ର ପୂର୍ବ-ଦକ୍ଷିଣପୂର୍ବ ଦିଗରେ ୩୯୦ କିମି ଓ ବିଶାଖାପାଟଣାର ପୂର୍ବକୁ ୪୭୦ କିମି ଦୂରରେ କେନ୍ଦ୍ରୀଭୂତ ରହିଥିଲା । ଏହାର ପ୍ରଭାବରେ ପାରାଦ୍ୱୀପରେ ଲଗାଣ ବର୍ଷା ଜାରି ରହିଛି । ବର୍ଷାକୁ ଆଖି ଆଗରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି (ସେପ୍ଟେମ୍ବର ୨୨) ସମସ୍ତ ଅଙ୍ଗନବାଡି ସହ ବିଦ୍ୟାଳୟଗୁଡିକୁ ଛୁଟି ଘୋଷଣା କରାଯାଇଛି ।

  • ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ
ବାତ୍ୟା ପାଇଁ ଆଗୁଆ ପ୍ରସ୍ତୁତି ହୋଇଛି । ଏହି ବାତ୍ୟା ଓଡ଼ିଶା ଉପରେ ପ୍ରଭାବ ପକାଇବ ନାହିଁ ବୋଲି ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସ୍ପଷ୍ଟ କରିଛନ୍ତି । କିନ୍ତୁ ରାଜ୍ଯରେ ପ୍ରବଳ ବର୍ଷା ହେବ । ଏଥିଲାଗି କଳାହାଣ୍ଡି, ଖୋର୍ଦ୍ଧା, ଜଗତସିଂହପୁର, କୋରାପୁଟ, ଗଜପତି, ପୁରୀ ଆଦି ଜିଲ୍ଲାଗୁଡ଼ିକରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି ।