ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ମହଙ୍ଗା ଭତ୍ତା ୨ ପ୍ରତିଶତ ବୃଦ୍ଧି

ଭୁବନେଶ୍ଵର: ରାଜ୍ୟ ସରକାରଙ୍କ ଅଧିନସ୍ଥ କର୍ମଚାରୀଙ୍କ ପାଇଁ ଖୁସି ଖବର । ମହଙ୍ଗା ଭତ୍ତା ୨ ପ୍ରତିଶତ ବଢ଼ାଇଲେ ରାଜ୍ୟ ସରକାର । ପେନସନଭୋଗୀଙ୍କ ଟି. ଆଇ ମଧ୍ୟ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୨ ପ୍ରତିଶତ ବୃଦ୍ଧି ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଛି । ବର୍ଦ୍ଧିତ ମହଙ୍ଗା ଭାତ୍ତା ପିଛିଲା ଭାବେ ୧ ଜାନୁଆରୀ ୨୦୨୫ରୁ ଲାଗୁ ହେବ । ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଏପ୍ରିଲ ମାସ ଦରମାରେ ନଗଦ ଆକାରରେ ମିଳିବ ।
ଏହା ସହିତ ପେନ୍ସନଭୋଗୀ ମାନଙ୍କ ଟି.ଆଇ ମଧ୍ୟ ୨ ପ୍ରତିଶତ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ସେମାନେ ମଧ୍ୟ ଅନୁରୂପ ଭାବେ ଏପ୍ରିଲ ମାସ ପେନ୍ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ । ଏହା ଦ୍ୱାରା ପ୍ରାୟ ସାଢ଼େ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍ସନଭୋଗୀ ଉପକୃତ ହେବେ ବୋଲି ଜଣାପଡ଼ିଛି ।

