Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଗ୍ରାମପଞ୍ଚାୟତ ଓ ବ୍ଲକସ୍ତରୀୟ ଫେଡେରେସନ କର୍ମକର୍ତ୍ତାଙ୍କ ଦେୟ ୫୦୦ ଟଙ୍କା ବୃଦ୍ଧି

Odisha

ଗ୍ରାମପଞ୍ଚାୟତ ଓ ବ୍ଲକସ୍ତରୀୟ ଫେଡେରେସନ କର୍ମକର୍ତ୍ତାଙ୍କ ଦେୟ ୫୦୦ ଟଙ୍କା ବୃଦ୍ଧି

Smruti Parija
Browse all articles by Smruti Parija
·2 years ago·2 min read
ଗ୍ରାମପଞ୍ଚାୟତ ଓ ବ୍ଲକସ୍ତରୀୟ ଫେଡେରେସନ କର୍ମକର୍ତ୍ତାଙ୍କ ଦେୟ ୫୦୦ ଟଙ୍କା ବୃଦ୍ଧି

ଭୁବନେଶ୍ୱର:  ମିଶନ ଶକ୍ତି କାର୍ଯ୍ୟକ୍ରମରେ  ଗ୍ରାମପଞ୍ଚାୟତ ଓ ବ୍ଲକସ୍ତରୀୟ ଫେଡେରସନର କର୍ମକର୍ତ୍ତାମାନଙ୍କର ବୈଠକ ଦେୟ ବୃଦ୍ଧି କରିବା ସମ୍ପର୍କରେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । 

ରାଜ୍ୟରେ ମିଶନ ଶକ୍ତି ଏକ ବିଶାଳ ଆନ୍ଦୋଳନରେ ପରିଣତ ହୋଇ ମହିଳାମାନଙ୍କ  ଆର୍ଥିକ ଓ ସାମାଜିକ ସଶକ୍ତିକରଣରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି । ଏଥିରେ ବିଭିନ୍ନ ଗ୍ରାମପଞ୍ଚାୟତସ୍ତରୀୟ ଓ ବ୍ଲକସ୍ତରୀୟ ଫେଡେରେସନ ମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି। ସ୍ୱୟଂସହାୟକ ଗୋଷ୍ଠୀମାନଙ୍କର କାର୍ଯ୍ୟକ୍ରମକୁ କ୍ରୀୟାଶୀଳ କରିବା ଦିଗରେ ଏହି ଫେଡେରେସନମାନଙ୍କର ସ୍ୱତନ୍ତ୍ର ଭୂମିକା ରହିଛି । 

5T  ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ଅଞ୍ଚଳରେ ମିଶନ ଶକ୍ତି ଫେଡେରସନର କର୍ମକର୍ତ୍ତାମାନେ ସେମାନଙ୍କ ଦେୟ ପରିମାଣ ବୃଦ୍ଧି କରିବା ପାଇଁ ପ୍ରସ୍ତାବ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ଏ ବିଷୟରେ ଆଲୋଚନା କରିବା ପରେ ମୁଖ୍ୟମନ୍ତ୍ରୀ ସେମାନଙ୍କ ବୈଠକ ଦେୟ ପରିମାଣ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି।

ଏହି ନିଷ୍ପତ୍ତି ଅନୁଯାୟୀ ଗ୍ରାମପଞ୍ଚାୟତ ଓ ବ୍ଲକସ୍ତରୀୟ ଫେଡେରେସନର ସଭାପତି ଏ ସଂପାଦକ ତଥା ଅନ୍ୟ କାର୍ଯ୍ୟକାରିଣୀ ସଦସ୍ୟମାନଙ୍କ ବୈଠକ ଦେୟ ପରିମାଣରେ ୫୦୦ ଟଙ୍କା ବୃଦ୍ଧି କରାଯାଇଛି। ଏହି ବର୍ଦ୍ଧିତ ଦେୟ ପରିମାଣ ୨୦୨୩ ଅକ୍ଟୋବର ମାସରୁ ପିଛିଲା ଭାବେ ଲାଗୁ ହେବ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ବ୍ଲକସ୍ତରୀୟ ଫେଡେରସନର ସଭାପତି ଓ ସଂପାଦକମାନେ ବୈଠକ ପାଇଁ ପୂର୍ବରୁ ୪,୦୦୦ ଟଙ୍କା ପାଉଥିବା ବେଳେ ଏବେ ୪,୫୦୦ ଟଙ୍କା ପାଇବେ । ସେହିପରି ଏହାର ଅନ୍ୟ କାର୍ଯ୍ୟକାରିଣୀ ସଦସ୍ୟମାନେ ପୂର୍ବରୁ ୨,୦୦୦ ଟଙ୍କା ପାଉଥିବା ବେଳେ ଏବେ ୨,୫୦୦ ଟଙ୍କା ପାଇବେ । 

ସେହିପରି ଗ୍ରାମପଞ୍ଚାୟତସ୍ତରୀୟ ଫେଡେରସନର ସଭାପତି ଓ ସମ୍ପାଦକମାନେ ବୈଠକ ପାଇଁ ପୂର୍ବରୁ ୨,୦୦୦ ଟଙ୍କା ପାଉଥିବାବେଳେ ଏବେ ୨,୫୦୦ ଟଙ୍କା ପାଇବେ ଏବଂ ଅନ୍ୟ କାର୍ଯ୍ୟକାରିଣୀ ସଦସ୍ୟାମାନେ ପୂର୍ବରୁ  ୧,୦୦୦ ଟଙ୍କା ପାଉଥିବା ବେଳେ ଏବେ ୧,୫୦୦ ଟଙ୍କା ପାଇବେ । ଏହା ଦ୍ୱାରା ବର୍ଷକୁ ୨୪୯.୨୧ କୋଟି ଟଙ୍କା ଖର୍ଚ୍ଚ ହେବ । 

ସୂଚନାଯୋଗ୍ୟ ଯେ ରାଜ୍ୟରେ ସମୁଦାୟ ୬୭୬ ଜଣ ବ୍ଲକସ୍ତରୀୟ ଫେଡେରସନ ସଭାପତି ଓ ସଂପାଦକ ଥିବାବେଳେ ଅନ୍ୟ ସଦସ୍ୟମାନଙ୍କ ସଂଖ୍ୟା ୩୦୪୨ । ସେହିପରି ଗ୍ରାମପଞ୍ଚାୟତସ୍ତରୀୟ ଫେଡେରସନରେ ୧୩,୫୮୮ ଜଣ ସଭାପତି ଓ ସମ୍ପାଦକ ଥିବା ବେଳେ ଅନ୍ୟ ସଦସ୍ୟମାନଙ୍କ ସଂଖ୍ୟା ୧,୦୮,୭୦୪ । ଏହା ପରି ସମୁଦାୟ ୧,୨୬,୦୧୦ କର୍ମକର୍ତ୍ତା ଉପକୃତ ହେବେ।
 

ଆହୁରି ପଢନ୍ତୁ ଓଡିଶା ଖବର...

Sponsored
Odisha hikes meeting remunerations of Mission Shakti federation members by Rs 500 | Argus News