Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ସ୍କିମାଟିକ୍ କନିଷ୍ଠ ଶିକ୍ଷକଙ୍କ ମାସିକ ପାରିଶ୍ରମିକ ୧୧ ହଜାର ୧୦୦ରୁ ୧୬ ହଜାର ଟଙ୍କାକୁ ବୃଦ୍ଧି

Sushanta Sahoo
Browse all articles by Sushanta Sahoo
·1 year ago·1 min read
ସ୍କିମାଟିକ୍ କନିଷ୍ଠ ଶିକ୍ଷକଙ୍କ ମାସିକ ପାରିଶ୍ରମିକ ୧୧ ହଜାର ୧୦୦ରୁ ୧୬ ହଜାର ଟଙ୍କାକୁ ବୃଦ୍ଧି

Key Points

ସ୍କିମାଟିକ୍ କନିଷ୍ଠ ଶିକ୍ଷକଙ୍କ ଦରମା ବୃଦ୍ଧି

ମାସିକ ପାରିଶ୍ରମିକ ୧୬ ହଜାର ଟଙ୍କାକୁ ବୃଦ୍ଧି

ଭୁବନେଶ୍ଵର: ସ୍କିମାଟିକ୍ କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ାଇଲେ ରାଜ୍ୟ ସରକାର । ସମଗ୍ର ଶିକ୍ଷା କାର୍ଯ୍ୟକ୍ରମରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍ତରରେ ନିୟୋଜିତ ସ୍କିମାଟିକ୍ କନିଷ୍ଠ ଶିକ୍ଷକଙ୍କ ଦରମା ବୃଦ୍ଧି କରାଯାଇଛି । ପୂର୍ବରୁ ସେମାନଙ୍କୁ ମାସିକ ୧୧ ହଜାର ୧୦୦ ଟଙ୍କା ପାରିଶ୍ରମିକ ମିଳୁଥିଲା ।


ଏହି ବର୍ଗର ଶିକ୍ଷକ ମାନଙ୍କର ମାସିକ ପାରିଶ୍ରମିକ ବୃଦ୍ଧି କରିବା ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ, ଏହି ଶିକ୍ଷକ ମାନଙ୍କ ମାସିକ ପାରିଶ୍ରମିକ ୧୬ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି ।


ଏହାସହିତ ଏହି ବର୍ଗର ଶିକ୍ଷକମାନଙ୍କ ଇପିଏଫ ପରିମାଣ ମଧ୍ୟ ୧୪୪୩ ଟଙ୍କାରୁ ୧୯୫୦ ଟଙ୍କାକୁ ବୃଦ୍ଧି ପାଇଛି । ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟ ସରକାର ପ୍ରତ୍ୟେକ ସ୍କିମାଟିକ କନିଷ୍ଠ ଶିକ୍ଷକଙ୍କ ପାଇଁ ପୂର୍ବରୁ ୧୨, ୫୪୩ ଟଙ୍କା ପ୍ରଦାନ କରୁଥିବା ବେଳେ, ଏବେ ମାସକୁ ୧୭ ହଜାର ୯୫୦ ଟଙ୍କା ପ୍ରଦାନ କରିବେ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ୧୩, ୭୪୦ ଜଣ ସ୍କିମାଟିକ କନିଷ୍ଠ ଶିକ୍ଷକ କାର୍ଯ୍ୟରତ ଅଛନ୍ତି । ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୮୯,୧୫ କୋଟି ଟଙ୍କା ବହନ କରିବେ ।


ରାଜ୍ୟରେ ପ୍ରାଥମିକ ଶିକ୍ଷାର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ୧୬ ହଜାରରୁ ଅଧିକ କନିଷ୍ଠ ଶିକ୍ଷକ ନିଯୁକ୍ତି କରାଯାଇଛି । ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା କାର୍ଯ୍ୟକାରୀ କରିଛନ୍ତି । ଏହାଦ୍ୱାରା ଏହି ବର୍ଗର କନିଷ୍ଠ ଶିକ୍ଷକମାନେ ଉପକୃତ ହେବେ ଏବଂ ଏହାଦ୍ୱାରା ପ୍ରାଥମିକ ଶିକ୍ଷାରେ ଗୁଣାତ୍ମକ ଉନ୍ନତି ଆସିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।

Sponsored
Odisha Increased Remuneration Of Junior Schematic Teacher | Argus News