Videos
|
Odisha

ଲକ୍ଷପତି ଦିଦି ସୃଷ୍ଟି କରିବାରେ ସମଗ୍ର ଦେଶରେ ଓଡିଶା ପ୍ରଥମ

Swoyang prajna Mishra
Browse all articles by Swoyang prajna Mishra
·1 year ago·1 min read
ଲକ୍ଷପତି ଦିଦି ସୃଷ୍ଟି କରିବାରେ ସମଗ୍ର ଦେଶରେ ଓଡିଶା ପ୍ରଥମ

ଲକ୍ଷପତି ଦିଦି ସୃଷ୍ଟି କରିବାରେ ସମଗ୍ର ଦେଶରେ ଓଡ଼ିଶା ହେଲା ପ୍ରଥମ। ଅନୁମୋଦିତ ଲକ୍ଷ୍ୟର ୮୨ ପ୍ରତିଶତ ପୂରଣ କରିଛି ଓଡିଶା। କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଚଳିତ ଗ୍ରାମୀଣ ମହିଳାମାନଙ୍କୁ ସ୍ଥାୟୀ ଜୀବିକା ଯୋଗାଇ ଦେଇ ବାର୍ଷିକ ୧ ଲକ୍ଷ କିମ୍ବା ଅଧିକ ରୋଜଗାର କରିବାକୁ ସଶକ୍ତ କରୁଥିବା “ଲକ୍ଷପତି ଦିଦି” ଯୋଜନାରେ ଓଡିଶା ଭାରତରେ ପ୍ରଥମ ସ୍ଥାନ ହାସଲ କରିଛି । ଏପ୍ରିଲ ୧୩, ୨୦୨୫ ସୁଦ୍ଧା, ଓଡିଶାରେ ଚିହ୍ନଟ କରାଯାଇଥିବା ୧୭.୫୯ ଲକ୍ଷ ସମ୍ଭାବ୍ୟ ଲକ୍ଷପତି ଦିଦିଙ୍କ ମଧ୍ୟରୁ ୧୪ ଲକ୍ଷରୁ ଉର୍ଦ୍ଧ୍ଵ ମହିଳା ଏଯାବତ ଲକ୍ଷପତି ଦିଦିରେ ପରିଣତ ହୋଇସାରିଛନ୍ତି।


ଅନୁମୋଦିତ ଲକ୍ଷ୍ୟର ୮୨% ପୂରଣ କରି ଓଡିଶା ଦେଶର ଅନ୍ୟ ସମସ୍ତ ରାଜ୍ୟକୁ ଅତିକ୍ରମ କରିଛି। ଏହି ପ୍ରୟାସକୁ ଓଡିଶାରେ ମିଶନ ଶକ୍ତି ବିଭାଗ ଅଧୀନରେ ଓଡିଶା ଜୀବିକା ମିଶନ ଦ୍ୱାରା କାର୍ଯ୍ୟକାରୀ କରାଯାଇଛି, ଏବଂ କେନ୍ଦ୍ର ପ୍ରାୟୋଜିତ ଜାତୀୟ ଗ୍ରାମୀଣ ଜୀବିକା ମିଶନର ଲକ୍ଷ୍ୟ ସହିତ କାର୍ଯ୍ୟକାରୀ କରାଯାଇଛି। ମିଶନ-ମୋଡ୍ ରେ ଆରମ୍ଭ ହୋଇ ଏହି କାର୍ଯ୍ୟକ୍ରମ ରାଜ୍ୟରେ ବିଭାଗୀୟ ସହଭାଗିତା, ଆଞ୍ଚଳିକ ସ୍ତରରେ ନେତୃତ୍ୱ, ଏବଂ ଜୀବନ ଜୀବିକାକୁ ସୃଦୃଢ କରି ଏକ ଶକ୍ତିଶାଳୀ ମଡେଲ ଭାବେ ଉଭା ହୋଇଛି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Odisha is the first in the country to create "lakhyapati didi" | Argus News