Land Records Corrections / ଏଣିକି ସହଜ ହେବ ଜମି ପଟ୍ଟା ସଂଶୋଧନ, ତହସିଲଦାରଙ୍କୁ ମିଳିଲା କ୍ଷମତା
·8 months ago·1 min read

Key Points
ଏଣିକି ସହଜ ହେବ ଜମି ପଟ୍ଟା ସଂଶୋଧନ; ମିଳିଲା ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ
ପୁରୁଣା ପଞ୍ଜୀକୃତ କବଲା ସଂଶୋଧନ କ୍ଷମତା ତହସିଲଦାରଙ୍କୁ ପ୍ରଦାନ
ଅନ୍ୟାନ୍ୟ ବୈଧ ଦଲିଲ ସମ୍ବନ୍ଧୀୟ ଜମିଜମା ରେକର୍ଡର ସଂଶୋଧନ କ୍ଷମତା

ଏଣିକି ସହଜ ହେବ ଜମି ପଟ୍ଟା ସଂଶୋଧନ । ପୁରୁଣା ପଞ୍ଜୀକୃତ କବଲା କିମ୍ବା ଅନ୍ୟାନ୍ୟ ବୈଧ ଦଲିଲ ସମ୍ବନ୍ଧୀୟ ଜମିଜମା ରେକର୍ଡର ସଂଶୋଧନ ପାଇଁ ତହସିଲଦାରଙ୍କୁ କ୍ଷମତା ଦିଆଗଲା । ମୁଖ୍ୟମନ୍ତ୍ରୀ ଜମି କ୍ରେତା-ବିକ୍ରେତାଙ୍କ ସମସ୍ୟାକୁ ଦୂର କରିବା ପାଇଁ ଓଡ଼ିଶା ସର୍ଭେ ଆଣ୍ଡ ସେଟଲମେଣ୍ଟ ରୁଲ୍ସର ସଂଶୋଧନ ପାଇଁ ଅନୁମୋଦନ ଦେଇଛନ୍ତି ।
ଏଣିକି ବନ୍ଦୋବସ୍ତ ପ୍ରକ୍ରିୟା ପୂର୍ବରୁ କିଣିଥିବା ଜମିର ଜମି ପଟ୍ଟା ବନ୍ଦୋବସ୍ତ ଅଧିକାରୀ କ୍ରେତାଙ୍କ ନାମରେ କରନ୍ତି । କିନ୍ତୁ ଯଦି କୌଣସି କାରଣ ଯୋଗୁଁ ବନ୍ଦୋବସ୍ତ ପ୍ରକ୍ରିୟାରେ ଏହି ଜମିପଟ୍ଟା କ୍ରେତାଙ୍କ ନାମରେ କରାଯାଇ ନଥାଏ, ତେବେ କ୍ରେତା ଏଥିପାଇଁ ରାଜସ୍ୱ ପର୍ଷଦ ବା ଅନ୍ୟ କ୍ଷମତାପ୍ରାପ୍ତ ରିଭିଜନ କୋର୍ଟରେ ଅପିଲ୍ କରିଥାନ୍ତି । ଅତ୍ୟଧିକ କାର୍ଯ୍ୟଭାର ଯୋଗୁଁ, ଏହି ଅପିଲ ଗୁଡିକ ବର୍ଷ ବର୍ଷ ଧରି ଫଇସଲା ନହୋଇ ପଡି ରହିଥାଏ ।
କିନ୍ତୁ ଏବେ ରୁଲ୍ ସଂଶୋଧନ ଦ୍ବାରା ଏପରି ମାମଲାରେ ଜମିପଟ୍ଟା କ୍ରେତାଙ୍କ ନାମରେ ରେକର୍ଡ କରିବା ପାଇଁ ସଂପୃକ୍ତ ତହସିଲଦାରମାନେ କ୍ଷମତାପ୍ରାପ୍ତ ହେବେ । ଏହାଦ୍ବାରା କ୍ରେତାମାନେ ବନ୍ଦୋବସ୍ତ ପ୍ରକ୍ରିୟା ପୂର୍ବରୁ ବୈଧ ଭାବେ କିଣିଥିବା ଜମିର ଜମିପଟ୍ଟା ନିଜ ନାମରେ କରିବା ପାଇଁ ସଂପୃକ୍ତ ତହସିଲଦାରଙ୍କ ପାଖରେ ଆବେଦନ କରିପାରିବେ । ସେମାନଙ୍କୁ ରାଜସ୍ବ ପର୍ଷଦ ବା ଅନ୍ୟ କ୍ଷମତାପ୍ରାପ୍ତ ରିଭିଜନ କୋର୍ଟରେ ଅପିଲ ବା ଆବେଦନ କରିବା ଆଉ ଦରକାର ପଡିବ ନାହିଁ ।

ଅଧିକ ପଢ଼ନ୍ତୁ: ପୀତବାସ ପଣ୍ଡା ହତ୍ୟା ମାମଲା: FSL ଟେଷ୍ଟ ପାଇଁ ଗଲା ଜବତ ବନ୍ଧୁକ
କିନ୍ତୁ ଏବେ ରୁଲ୍ ସଂଶୋଧନ ଦ୍ବାରା ଏପରି ମାମଲାରେ ଜମିପଟ୍ଟା କ୍ରେତାଙ୍କ ନାମରେ ରେକର୍ଡ କରିବା ପାଇଁ ସଂପୃକ୍ତ ତହସିଲଦାରମାନେ କ୍ଷମତାପ୍ରାପ୍ତ ହେବେ । ଏହାଦ୍ବାରା କ୍ରେତାମାନେ ବନ୍ଦୋବସ୍ତ ପ୍ରକ୍ରିୟା ପୂର୍ବରୁ ବୈଧ ଭାବେ କିଣିଥିବା ଜମିର ଜମିପଟ୍ଟା ନିଜ ନାମରେ କରିବା ପାଇଁ ସଂପୃକ୍ତ ତହସିଲଦାରଙ୍କ ପାଖରେ ଆବେଦନ କରିପାରିବେ । ସେମାନଙ୍କୁ ରାଜସ୍ବ ପର୍ଷଦ ବା ଅନ୍ୟ କ୍ଷମତାପ୍ରାପ୍ତ ରିଭିଜନ କୋର୍ଟରେ ଅପିଲ ବା ଆବେଦନ କରିବା ଆଉ ଦରକାର ପଡିବ ନାହିଁ ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories