Videos
|
Odisha

Rain Alert / ୪୮ ଘଣ୍ଟାରେ ଆଉ ଏକ ଲଘୁଚାପ; ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବ

Sushanta Sahoo
Browse all articles by Sushanta Sahoo
·1 hour ago·2 min read
୪୮ ଘଣ୍ଟାରେ ଆଉ ଏକ ଲଘୁଚାପ; ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବ
Another Low Pressure in 48 Hours

Key Points

ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ । ୨୨ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
ଭୁବନେଶ୍ଵର: ମୌସୁମୀ ଟ୍ରଫ୍ ସକ୍ରିୟ ରହିଥିବା ବେଳେ ଉତ୍ତରପଶ୍ଚିମ ବଙ୍ଗୋପସାଗର ଉପର ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଆଗାମୀ ୪୮ ଘଣ୍ଟାରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।

ଯାହା ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ । ୨୨ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏବେ ରାଜ୍ୟରେ ବର୍ଷା ଲାଗି ରହିଥିବା ବେଳେ ୧୭ ତାରିଖରୁ ବର୍ଷାର ପରିମାଣ ବୃଦ୍ଧି ପାଇବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।

ଏଥିସହ ପଢ଼ନ୍ତୁ: ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ରାଜ୍ୟର ୧୫ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା 

ଆଜି କାଳବୈଶାଖୀ ନେଇ ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ରହିଛି । ସେହିଭଳି ପ୍ରବଳ ବର୍ଷା ନେଇ ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ରହିଛି ।

ସେହିଭଳି ଆସନ୍ତାକାଲି ରବିବାର ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ବାଲେଶ୍ଵର, କେନ୍ଦୁଝର ଓ ମୟୂରଭଞ୍ଜକୁ ଅରେଞ୍ଜ ୱାର୍ଣ୍ଣିଂ ରହିଛି । ସେହିଭଳି ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ଏଥିସହ ପଢ଼ନ୍ତୁ: ବାଲେଶ୍ଵର, ବାରିପଦା ଓ ରାଉରକେଲାରେ ବନ୍ୟା ସ୍ଥିତି ଗମ୍ଭୀର 

ଲଘୁଚାପ ପ୍ରଭାବରେ ୧୭ ତାରିଖରୁ ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ରହିଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ବାଲେଶ୍ଵର ଓ ମୟୂରଭଞ୍ଜ ଜିଲ୍ଲାକୁ ଦିଆଯାଇଛି ରେଡ୍ ଆଲର୍ଟ । ସେହିଭଳି ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ, କେନ୍ଦୁଝରକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି ।

ଏବେ ବଙ୍ଗୋପସାଗର ଅଶାନ୍ତ ରହିଛି । ଘଣ୍ଟାପ୍ରତି ୩୫ରୁ ୪୫ କିଲୋମିଟର ବେଗରେ ପବନ ବହିପାରେ । ଝଟ୍‌କା ପବନର ବେଗ ଘଣ୍ଟାପ୍ରତି ୫୫ କିଲୋମିଟର ରହିପାରେ । ୧୮ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବା ଆଶଙ୍କା ଥିବାର ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି ।
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: