Low Pressure / ଆସନ୍ତା କାଲି ଲଘୁଚାପ ! ୫ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ଯିବାକୁ ବାରଣ
·2 months ago·2 min read

Key Points
ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ
ଆସନ୍ତା କାଲି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି!
ଏହାର ପ୍ରଭାବରେ ରାଜ୍ୟବ୍ୟାପୀ ବର୍ଷା
ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର
ଆସନ୍ତା କାଲି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି!
ଏହାର ପ୍ରଭାବରେ ରାଜ୍ୟବ୍ୟାପୀ ବର୍ଷା
ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର
ଭୁବନେଶ୍ବର,୦୨/୦୭:ଦକ୍ଷିଣ ବାଂଲାଦେଶ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଆସନ୍ତା କାଲି ଏହା ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଓ ତା ପାଖାପାଖି ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଚଳିତ ସପ୍ତାହରେ ରାଜ୍ୟବ୍ୟାପୀ ବର୍ଷା ହେବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେପଟେ ଆସନ୍ତା ୨୪ ଘଣ୍ଟା ପାଇଁ ୨ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଓ ୧୦ ଜିଲ୍ଳା କୁ ଜାରି ହୋଇଛି ୟେଲୋ ଆଲର୍ଟ। ମୟୂରଭଞ୍ଜ ଓ କୋରାପୁଟ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ମାଲକାନାଗିରି,ନବରଙ୍ଗପୁର,ରାୟଗଡ଼ା,ଗଜପତି,ସୁନ୍ଦରଗଡ଼,କେଉଁଝର,ବାଲେଶ୍ୱର, ସମ୍ବଲପୁର,ଦେଓଗଡ଼ ଓ ଅନୁଗୁଳ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଆଲର୍ଟ।
ଏପଟେ ଆଜିଠାରୁ 5 ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି । ବର୍ଷା ସହିତ ଜୋର୍ରେ ପବନ ବହିବାର ସମ୍ଭାବନା ରହିଛି । ସମୁଦ୍ର ଏହି ସମୟରେ ଅଶାନ୍ତ ରହିବାର ପୂର୍ବାନୁମାନ କରାଯାଉଛି । ତେଣୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ତରଫରୁ ମତ୍ସ୍ୟଜୀବୀଙ୍କ ପାଇଁ ସତର୍କ ସୂଚନା ଜାରି କରାଯାଇଛି ।
ପଢନ୍ତୁ ଏହି ଖବର: ଆସନ୍ତା ୨୪ ଘଣ୍ଟାରେ ୭ ଜିଲ୍ଲାରେ ପ୍ରବଳ ବର୍ଷା ସହ ବିଜୁଳି ଘଡଘଡି ସମ୍ଭାବନା
ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ଆଜିଠୁ ବର୍ଷାର ପରିମାଣ ବଢ଼ିବ । ସେପଟେ ଆସନ୍ତା ୨୪ ଘଣ୍ଟା ପାଇଁ ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା ରହିଥିବାରୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି ।
ଏହା ସହ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗିର, ସୁବର୍ଣ୍ଣପୁର, ବରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ଆଲର୍ଟ ଜାରି ହୋଇଛି । ସେପଟେ ଓଡ଼ିଶା ଉପକୂଳରେ ୪୦ରୁ ୫୦ କିଲୋମିଟର ସର୍ବାଧିକ ୬୦ କିମି ପବନ ବହିବାର ସମ୍ଭାବନା ଥିବା ବେଳେ ସମୁଦ୍ର ଅଶାନ୍ତ ରହିବ । ତେଣୁ ୩ ଓ ୪ ତାରିଖରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ବାରଣ କରାଯାଇଛି ।

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ସେପଟେ ଗ୍ଲୋବାଲ୍ ପାଣିପାଗ ସ୍ଥିତିକୁ ଦେଖିଲେ, ଜୁନ ୧୦ ତାରିଖରେ ଏକ ଦୁର୍ବଳ ଏଲ୍ନିନୋ ସ୍ଥିତି ସୃଷ୍ଟି ହୋଇଥିବା ଘୋଷଣା କରାଯାଇଥିଲା । ବର୍ତ୍ତମାନ ଏହାର ତୀବ୍ରତା ଧୀରେ ଧୀରେ ବଢୁଛି । ଜୁଲାଇ ଏବଂ ଅଗଷ୍ଟରେ ଏହା 'ମଧ୍ୟମ' (Moderate) ସ୍ଥିତିରେ ରହିବ ଏବଂ ସେପ୍ଟେମ୍ବର ବେଳକୁ ଏହା ଏକ 'ଶକ୍ତିଶାଳୀ' (Strong) ଏଲ୍ନିନୋରେ ପରିଣତ ହେବ, ଯାହା ପାଣିପାଗ ଉପରେକୁ ପ୍ରଭାବ ପକାଇପାରେ ।
Related Topics
Explore more stories