Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

New Excise Policy / ଆସିଲା ନୂଆ ଅବକାରୀ ନୀତି, ରାଜ୍ୟରେ ଆଉ ଖୋଲିବନି ନୂଆ ମଦ ଦୋକାନ

Santosh Kumar Sahoo
Browse all articles by Santosh Kumar Sahoo
·3 months ago·2 min read
ଆସିଲା ନୂଆ ଅବକାରୀ ନୀତି, ରାଜ୍ୟରେ ଆଉ ଖୋଲିବନି ନୂଆ ମଦ ଦୋକାନ
New Excise Policy

Key Points

ଆସିଲା ନୂଆ ଅବକାରୀ ନୀତି ୨୦୨୬-୨୯
ତ୍ରୈବାର୍ଷିକ ଅବକାରୀ ନୀତି ଘୋଷଣା କଲେ ରାଜ୍ୟ ସରକାର
ଅବକାରୀ ଶୁଳ୍କ ଉପରେ ୦.୫% ଡି-ଆଡିକ୍ସନ ସେସ୍ ପରିବର୍ତ୍ତନ
ସରକାର ଆଣିଲେ ନୂଆ ଅବକାରୀ ନୀତି । ବିଧାନସଭାରେ ଉପସ୍ଥାପନା କଲେ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ୨୦୨୬ରୁ ୨୦୨୯ ପର୍ଯ୍ୟନ୍ତ ତ୍ରୈବାର୍ଷିକ ନୀତି ଘୋଷଣା । ଓଡ଼ିଶା ସରକାର ୧ ଏପ୍ରିଲ ୨୦୨୬ ଠାରୁ ୩୧ ମାର୍ଚ୍ଚ ୨୦୨୯ ଅବଧ ନିମନ୍ତେ ଏକ ତ୍ରୈବାର୍ଷିକ ଅବକାରୀ ନୀତି ଘୋଷଣା କରିଛନ୍ତି ।

ନୂତନ ନୀତି ଆସିବା ପର୍ଯ୍ୟନ୍ତ ଏହା ଚାଲୁ ରହିବ । ପୂର୍ବ ପ୍ରଚଳିତ ବାର୍ଷିକ ନୀତି ପରିବର୍ତ୍ତେ ତ୍ରୈବାର୍ଷିକ ଅବକାରୀ ନୀତି ରୂପରେଖ ପ୍ରବର୍ତ୍ତନ ମାଧ୍ୟମରେ ସରକାର ଏହି ନୀତିରେ ସ୍ଥିରତା ଓ ସ୍ୱଚ୍ଛତା ଆଣିବାକୁ ଉଦ୍ୟମ କରୁଛନ୍ତି । ଏହାସହିତ ଆବଶ୍ୟକ ହେଲେ ଏହାକୁ ପରିବର୍ତ୍ତନ କରିବାର ପ୍ରକ୍ରିୟା ମଧ୍ୟ ରଖୁଛନ୍ତି ।

ଏହି ନୀତି ଅଧୀନରେ ଏକ ଗୁରୁତ୍ବପୂର୍ଣ ସିଦ୍ଧାନ୍ତ ହେଉଛି ଅବକାରୀ ଶୁଳ୍କ ଉପରେ ୦.୫% ଡି-ଆଡିକ୍ସନ ସେସ୍‌ ପ୍ରବର୍ତ୍ତନ । ଏହା ମାଧ୍ୟମରେ ମଦକୁ ଏକ କ୍ଷତିକାରକ ପଦାର୍ଥ ଭାବେ ସ୍ଵୀକାର କରାଯାଇଛି । ଏହି ସେସ୍‌ରୁ ଆସୁଥିବା ଆୟ ମଡେଲ ଡି-ଆଡିକ୍ସନ କେନ୍ଦ୍ର ସ୍ଥାପନ ଓ ସୁଦୃଢ଼ କରିବାରେ ବ୍ୟୟ କରାଯିବ । ବିଭିନ୍ନ ଅବକାରୀ ଲାଇସେନ୍ସ ପାଇଁ ଆବେଦନ ଶୁଳ୍କ ୧୦% ବଢ଼ାଯିବ ଏବଂ ଲାଇସେନ୍ସ ଶୁଳ୍କ ପ୍ରତି ବର୍ଷ ୧୦ରୁ ୨୦% ପର୍ଯ୍ୟନ୍ତ ବୃଦ୍ଧି ପାଇବ । IMFL ଓ ଦେଶୀ ମଦ (CL) ଉପରେ ଅବକାରୀ ଶୁଳ୍କ ମଧ୍ୟ ବଢ଼ାଯାଇଛି ।

ସେହିପରି ନୂତନ OFF, CL କିମ୍ବା OS ଦୋକାନ ଖୋଲିବାକୁ ଅନୁମତି ଦିଆଯାଇନି । ଗ୍ରାମୀଣ ଅଞ୍ଚଳରେ ନୂତନ ମଦ ଦୋକାନ ଖୋଲିବାକୁ ମିଳିବନି ଅନୁମୋଦନ । ଶିଳ୍ପାଞ୍ଚଳର ୩ ତାରକା ଓ ତାହା ଠାରୁ ଉପର ହୋଟେଲ୍‌ ଓ କ୍ଲବ୍‌ରେ ଛାଡ଼ ରହିବ ।

ସେହିପରି ଧାର୍ମିକ ଓ ସାଂସ୍କୃତିକ ଭାବନାକୁ ସମ୍ମାନ ଦେଇ ପୁରୀର ଶ୍ରୀଜଗନ୍ନାଥ ମନ୍ଦିର ଓ ବଡ଼ଦାଣ୍ଡ ପାଖରେ କୌଣସି ଅବକାରୀ ଦୋକାନ ଚାଲୁ ହେବ ନାହିଁ । ଏହା ସହିତ ଘରକୁ ମଦ ପହଞ୍ଚାଇବାକୁ ମଧ୍ୟ ଅନୁମତି ଦିଆଯିବ ନାହିଁ ।

ଏଥିସହ ପଢ଼ନ୍ତୁ: ସରକାରଙ୍କ ନୂଆ ଯୋଜନା ! ଦୋକାନକୁ ଯାଇ ବୁଝିବାକୁ ପଡ଼ିବନି ନିଜ ବ୍ରାଣ୍ଡ ଅଛି କି ନାହିଁ...
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Odisha New Excise Policy 2026: No New Liquor Shops Allowed | Argus News