Orangutan Rescue Case / ୫ ଓରାଙ୍ଗଉଟାନ ଉଦ୍ଧାର ଘଟଣା; 'ଓଡ଼ିଶାକୁ ଟ୍ରାଞ୍ଜିଟ୍ ପଥ ହେବାକୁ ଦିଆଯିବ ନାହିଁ': ମୁଖ୍ୟମନ୍ତ୍ରୀ
·37 mins ago·2 min read

Key Points
ଶିଶୁ ଓରାଙ୍ଗଉଟାନ ଉଦ୍ଧାର ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ବେଗ ପ୍ରକାଶ
ପୁଙ୍ଖାନୁପୁଙ୍ଖ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
'ଅବୈଧ ଚାଲଣ ପାଇଁ ଓଡ଼ିଶାକୁ ଟ୍ରାଞ୍ଜିଟ୍ ପଥ ହେବାକୁ ଦିଆଯିବ ନାହିଁ'
'ସମ୍ପୃକ୍ତଙ୍କୁ ଚିହ୍ନଟ କରି ଆଇନ୍ ଅନୁଯାୟୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ'

ଭୁବନେଶ୍ଵର: ବାଲେଶ୍ଵରର ଭୋଗରାଇରୁ ୫ଟି ଶିଶୁ ଓରାଙ୍ଗଉଟାନ ଉଦ୍ଧାର ଘଟଣା । ଉଦ୍ବେଗ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଅବୈଧ ଚାଲାଣର ପୁଙ୍ଖାନୁପୁଙ୍ଖ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବିଦେଶୀ ବନ୍ୟପ୍ରାଣୀଙ୍କ ଅବୈଧ ଚାଲାଣ ପାଇଁ ଓଡ଼ିଶାକୁ ଟ୍ରାଞ୍ଜିଟ୍ ପଥ ହେବାକୁ ଦିଆଯିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପାଞ୍ଚଟି ଶିଶୁ ଓରାଙ୍ଗଉଟାନ ଉଦ୍ଧାର ହେବା ଘଟଣାରେ ଗଭୀର ଉଦ୍ବେଗ ପ୍ରକାଶ କରିଛନ୍ତି । ଏହା ସହିତ, ଏହି ପ୍ରାଣୀମାନେ କେଉଁ ପରିସ୍ଥିତିରେ ଓଡ଼ିଶାରେ ପହଞ୍ଚିଲେ, ସେ ସମ୍ପର୍କରେ ସବିଶେଷ ତଦନ୍ତ କରିବାକୁ ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
ଏଥିସହ ପଢ଼ନ୍ତୁ: ଏକାଠି ରହୁଛନ୍ତି, ସାଙ୍ଗ ହୋଇ ଶୋଉଛନ୍ତି; ମା'କୁ ଖୋଜି ଷ୍ଟ୍ରେସ୍ରେ ଓରାଙ୍ଗଉଟାନ୍
ଦୁବାଇରେ ବ୍ୟସ୍ତବହୁଳ ସରକାରୀ କାର୍ଯ୍ୟକ୍ରମରେ ଥିବା ସତ୍ତ୍ୱେ ମୁଖ୍ୟମନ୍ତ୍ରୀ ଓଡ଼ିଶାର ଘଟଣାକ୍ରମ ସମ୍ପର୍କରେ ନିରନ୍ତର ଅବଗତ ରହିଛନ୍ତି ଏବଂ ଏହି ଘଟଣାକୁ ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି । କେଉଁ ପରିସ୍ଥିତିରେ ଏହି ପ୍ରାଣୀ ଗୁଡ଼ିକ ବାଲେଶ୍ୱର ଜିଲ୍ଲାକୁ ଆସିଲେ ଏବଂ ଏହା ପଛରେ କ’ଣ ପୃଷ୍ଠଭୂମି ରହିଛି, ତାହା ସ୍ପଷ୍ଟ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ବିଦେଶୀ ବନ୍ୟପ୍ରାଣୀଙ୍କ ଅବୈଧ ଚାଲଣ ପାଇଁ ଓଡ଼ିଶା କେବେ ହେଲେ ଏକ ଟ୍ରାଞ୍ଜିଟ୍ ପଥ ହେବାକୁ ଦିଆଯିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିଛନ୍ତି । ବିଦେଶୀ ବନ୍ୟପ୍ରାଣୀଙ୍କ ଏହି ବେଆଇନ ପରିବହନରେ କୌଣସି ନେଟୱାର୍କ ସମ୍ପୃକ୍ତ ଥିଲେ, ତାହାକୁ ଚିହ୍ନଟ କରି ଆଇନ ଅନୁଯାୟୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ।
ଏହି ବିରଳ ପ୍ରଜାତିର ପ୍ରାଣୀଙ୍କୁ କେଉଁ ମାର୍ଗ ଦେଇ ଓଡ଼ିଶାକୁ ଅଣାଯାଇଥିଲା, ସେମାନେ କିପରି ରାଜ୍ୟରେ ପ୍ରବେଶ କଲେ, ସେମାନଙ୍କ ପରିବହନରେ କିଏ ସମ୍ପୃକ୍ତ ଥିଲେ ଏବଂ କେଉଁ ଉଦ୍ଦେଶ୍ୟରେ ସେମାନଙ୍କୁ ଅଣାଯାଉଥିଲା, ଏସବୁ ଦିଗ ସ୍ପଷ୍ଟ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
ଏହି ପରିପ୍ରେକ୍ଷୀରେ ଭାରତ ସରକାରଙ୍କ ସମ୍ପୃକ୍ତ କର୍ତ୍ତୃପକ୍ଷ, ବନ୍ୟପ୍ରାଣୀ ଅପରାଧ ନିୟନ୍ତ୍ରଣ ବ୍ୟୁରୋ (WCCB) ଏବଂ ଅନ୍ୟାନ୍ୟ ବନ୍ୟପ୍ରାଣୀ ଓ ଆଇନ ପ୍ରବର୍ତ୍ତନକାରୀ ସଂସ୍ଥାଗୁଡ଼ିକ ସହ ସମନ୍ୱୟ ରଖି ଏହି ମାମଲାର ତଦନ୍ତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
ଏଥିସହ ପଢ଼ନ୍ତୁ: ଓରାଙ୍ଗଓଟାନ ଉଦ୍ଧାର ଘଟଣାରେ CCTVରେ ଦେଖିବାକୁ ମିଳିଥିବା ଥାରକୁ ନେଇ ତନାଘନା
ତଦନ୍ତ ଜାରି ରହିଥିବା ସମୟରେ ଉଦ୍ଧାର ହୋଇଥିବା ଓରାଙ୍ଗଉଟାନଗୁଡ଼ିକୁ ପ୍ରଚଳିତ ବନ୍ୟପ୍ରାଣୀ ସୁରକ୍ଷା ପ୍ରୋଟୋକଲ୍ ଅନୁଯାୟୀ ଉପଯୁକ୍ତ ଚିକିତ୍ସା ସେବା, ସୁରକ୍ଷା ଓ ଆବଶ୍ୟକ ଯତ୍ନ ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
ମଙ୍ଗଳବାର ସକାଳେ ବାଲେଶ୍ଵର ଜିଲ୍ଲା ଭୋଗରାଇ ବିଚିତ୍ରପୁର ଗ୍ରାମ୍ୟ ଜଙ୍ଗଲରେ ପାଞ୍ଚଟି ଓରାଙ୍ଗଉଟାନ ଶିଶୁ ମିଳିଥିଲେ । ଗ୍ରାମବାସୀଙ୍କ ଠାରୁ ଖବର ପାଇ ପ୍ରଥମେ ସେମାନଙ୍କୁ ଭୋଗରାଇ ପ୍ରାଣୀଧନ ଚିକିତ୍ସାଳୟକୁ ନିଆଯାଇଥିଲା । ପରେ ସେମାନଙ୍କୁ ଆଣି ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ କ୍ଵାରେଣ୍ଟାଇନ୍ରେ ରଖା ଯାଇଛି ।

Related Topics
Explore more stories