Teacher Salary Hike / ରାଜ୍ୟ ସରକାରଙ୍କ ବଡ଼ ଭେଟି; ପାର୍ଟ-ଟାଇମ୍ କଳା, ସଂଗୀତ ଓ କ୍ରୀଡ଼ା ଶିକ୍ଷକଙ୍କ ଦରମା ୧୬ ହଜାର ଟଙ୍କାକୁ ବୃଦ୍ଧି

Key Points
- ଶିକ୍ଷକ ଓ କର୍ମଚାରୀ ସଂଘଗୁଡ଼ିକୁ ରାଜ୍ୟ ସରକାରଙ୍କ ବଡ଼ ଭେଟି
- ୧୫ଟି ଗୁରୁତ୍ୱପୂର୍ଣ୍ଣ ସୁପାରିସକୁ କାର୍ଯ୍ୟକାରୀ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି
- ୨୦୧୩ ବ୍ଲକ ଗ୍ରାଣ୍ଟରୁ ବଞ୍ଚିତ ୧୯୪ଟି ଉଚ୍ଚ ବିଦ୍ୟାଳୟକୁ ମିଳିବ ସରକାରୀ ଅନୁଦାନ
ନିଷ୍ପତ୍ତି ଅନୁସାରେ, ୨୦୧୩ ବ୍ଲକ ଗ୍ରାଣ୍ଟରୁ ବଞ୍ଚିତ ୧୯୪ଟି ଉଚ୍ଚ ବିଦ୍ୟାଳୟକୁ ମିଳିବ ସରକାରୀ ଅନୁଦାନ । ପାର୍ଟ-ଟାଇମ୍ କଳା, ସଂଗୀତ ଓ କ୍ରୀଡ଼ା ଶିକ୍ଷକଙ୍କ ଦରମା ୧୦ ହଜାରରୁ ୧୬ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ୨୦୧୬ରୁ ୨୦୧୮ ମଧ୍ୟରେ ନିଯୁକ୍ତ ଶିକ୍ଷା ସହାୟକମାନଙ୍କୁ ନିୟମିତ କରାଯିବ । ୨୦୨୨ରେ ନିୟମିତ ହୋଇଥିବା TGT ଓ PET ଶିକ୍ଷକମାନଙ୍କୁ ମିଳିବ ବକେୟା ଦରମା ।
ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ପଦକ୍ଷେପ: ଶିକ୍ଷାନୁଷ୍ଠାନ କ୍ଷେତ୍ର ସମ୍ବନ୍ଧିତ ଶ୍ରୀ ଅଶୋକ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଗଠିତ ଉଚ୍ଚସ୍ତରୀୟ କମିଟିର ବୈଠକରେ ଅଧ୍ୟକ୍ଷତା କରି ୧୫ ଗୋଟି ସୁପାରିଶକୁ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ନେଇଛନ୍ତି: 1. ୨୦୧୩ ସରକାରୀ ବ୍ଲକ ଗ୍ରାଣ୍ଟର ଅନୁଦାନରୁ ବଞ୍ଚିତ ୧୯୪ଟି ଉଚ୍ଚ ବିଦ୍ୟାଳୟ ଗୁଡ଼ିକୁ ଅନୁଦାନଭୁକ୍ତ କରିବା। 2. ସରକାରୀ ସ୍କୁଲରେ ପାର୍ଟ-ଟାଇମ୍ କଳା, ସଂଗୀତ ଓ କ୍ରୀଡ଼ା ଶିକ୍ଷକମାନଙ୍କ ମାସିକ ପାରିଶ୍ରମିକ ୧୦ ହଜାର ଟଙ୍କାରୁ ୧୬ ହଜାର ଟଙ୍କାକୁ ବୃଦ୍ଧି କରିବା। 3. ୬ ବର୍ଷ ପୂରଣ କରି ୨୦୨୨ ମସିହାରେ ନିୟମିତ ହୋଇଥିବା ସରକାରୀ ମାଧ୍ୟମିକ ବିଦ୍ୟାଳୟ TGT ଓ PET ଶିକ୍ଷକମାନଙ୍କୁ ବକେୟା ଦରମା ପ୍ରଦାନ କରିବା। 4. ପ୍ରାଥମିକ ଶିକ୍ଷକମାନଙ୍କର ନିୟମିତ ପଦୋନ୍ନତି କରିବା। 5. ୨୦୧୬ରୁ ୨୦୧୮ ମସିହା ମଧ୍ୟରେ ନିଯୁକ୍ତ ଶିକ୍ଷା ସହାୟକମାନଙ୍କୁ ନିୟମିତ କରିବା। 6. ପ୍ରଥମା ଓ ମଧ୍ୟମା ସଂସ୍କୃତ ଟୋଲ ଗୁଡ଼ିକରେ ନିୟମିତ ଶିକ୍ଷକ ନିଯୁକ୍ତି କରିବା। 7. ସରକାରୀ ବିଦ୍ୟାଳୟରେ ଚାକିରୀ କରିଥିବା କ୍ଲାସିକାଲ୍ ଶିକ୍ଷକମାନଙ୍କୁ Trained Graduate (TG) ଶିକ୍ଷକ ଯୋଗ୍ୟତା ସାରଣୀରେ ଅନ୍ତର୍ଭୁକ୍ତ କରିବା। 8. ପୂର୍ଣ୍ଣ ଅନୁଦାନପ୍ରାପ୍ତ ମଧ୍ୟମା ସଂସ୍କୃତ ଟୋଲ୍ରେ ଶିକ୍ଷକ ମୁତୟନ କରିବା। 9. ଧନ୍ଦାମୂଳକ ପ୍ରଶିକ୍ଷକଙ୍କୁ ନିୟମିତ ଭାଗରେ ବେତନ ପ୍ରଦାନ କରିବା। 10. ଓଡିଶା କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କୁ ଅଧିକ ଯୋଗ୍ୟତା ହାସଲ କରିବାକୁ ସୁଯୋଗ ଦେବା। 11. ଆଦର୍ଶ ବିଦ୍ୟାଳୟର ସମସ୍ତ ଆବାସିକ ଛାତ୍ରାବାସକୁ ସମ୍ପୂର୍ଣ୍ଣ କରାଯାଇ କାର୍ଯ୍ୟକ୍ଷମ କରିବା। 12. ଆଦର୍ଶ ବିଦ୍ୟାଳୟରେ କାର୍ଯ୍ୟରତ ସମସ୍ତ କର୍ମଚାରୀମାନଙ୍କ ନିୟମିତ ଦରମା ପାଇବାର ବ୍ୟବସ୍ଥା କରିବା। 13. ଆଦର୍ଶ ବିଦ୍ୟାଳୟର କର୍ମଚାରୀମାନଙ୍କର ପିଲାମାନଙ୍କୁ ଆଦର୍ଶ ବିଦ୍ୟାଳୟରେ ପଢ଼ିବା ପାଇଁ ବ୍ୟବସ୍ଥା କରିବା। 14. ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ନିଯୁକ୍ତ TGT ଶିକ୍ଷକ ମାନଙ୍କର ପୂର୍ବ ଚାକିରିର ଗଣତି ଓ ବେତନର ସୁରକ୍ଷା କରିବା। 15. ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ AI ଓ Robotics ପରୀକ୍ଷାଗାର ଖୋଲିବା। ବୈଠକରେ ବ୍ଲକ ଗ୍ରାଣ୍ଟ କର୍ମଚାରୀମାନଙ୍କ ପେନସନ୍ ଦାବୀ ଉପରେ ମଧ୍ୟ ଆଲୋଚନା ହୋଇଥିଲା। କିନ୍ତୁ ଯେହେତୁ ଏହା ବର୍ତ୍ତମାନ ମାନ୍ୟବର ଉଚ୍ଚ ନ୍ୟାୟାଳୟଙ୍କ ସକ୍ରିୟ ବିଚାରାଧିନ ଅଛି, ତେଣୁ ମାନ୍ୟବର ଉଚ୍ଚ ନ୍ୟାୟାଳୟଙ୍କ ଆଦେଶ ପ୍ରାପ୍ତି ହେବା ପରେ ବିହିତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ନିଷ୍ପତ୍ତି ନିଆଯାଇଛି।
— I & PR Department, Odisha (@IPR_Odisha) November 13, 2026
ପ୍ରାଥମିକ ଶିକ୍ଷକମାନଙ୍କର ନିୟମିତ ପଦୋନ୍ନତି ସହ ସଂସ୍କୃତ ଟୋଲ୍ରେ ନିୟମିତ ଶିକ୍ଷକ ନିଯୁକ୍ତ ହେବେ । ଧନ୍ଦାମୂଳକ ପ୍ରଶିକ୍ଷକ ଏବଂ ଆଦର୍ଶ ବିଦ୍ୟାଳୟ କର୍ମଚାରୀଙ୍କୁ ନିୟମିତ ଭାବେ ମିଳିବ ଦରମା । ଆଦର୍ଶ ବିଦ୍ୟାଳୟ କର୍ମଚାରୀଙ୍କ ପିଲାଙ୍କୁ ସେହି ବିଦ୍ୟାଳୟରେ ପଢ଼ିବା ପାଇଁ ସୁବିଧା ମିଳିବ । ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଖୋଲିବ ଅତ୍ୟାଧୁନିକ AI ଏବଂ Robotics ପରୀକ୍ଷାଗାର ।
ଏଥିସହ ପଢ଼ନ୍ତୁ: ମାଟ୍ରିକ୍ ପରୀକ୍ଷା ସୂଚୀ ପ୍ରକାଶ; ମାର୍ଚ୍ଚ ୧୨ରୁ ୨୭ ପର୍ଯ୍ୟନ୍ତ ଗୋଟିଏ ସିଟିଂରେ Exam
ଗ୍ରହଣ ହୋଇଥିବା ୧୫ ସୁପାରିସ୍
- ୨୦୧୩ ସରକାରୀ ବ୍ଲକ ଗ୍ରାଣ୍ଟର ଅନୁଦାନରୁ ବଞ୍ଚିତ ୧୯୪ଟି ଉଚ୍ଚ ବିଦ୍ୟାଳୟ ଗୁଡ଼ିକୁ ଅନୁଦାନଭୁକ୍ତ କରିବା ।
- ସରକାରୀ ସ୍କୁଲରେ ପାର୍ଟ-ଟାଇମ୍ କଳା, ସଂଗୀତ ଓ କ୍ରୀଡ଼ା ଶିକ୍ଷକମାନଙ୍କ ମାସିକ ପାରିଶ୍ରମିକ ୧୦ ହଜାର ଟଙ୍କାରୁ ୧୬ ହଜାର ଟଙ୍କାକୁ ବୃଦ୍ଧି କରିବା ।
- ୬ ବର୍ଷ ପୂରଣ କରି ୨୦୨୨ ମସିହାରେ ନିୟମିତ ହୋଇଥିବା ସରକାରୀ ମାଧ୍ୟମିକ ବିଦ୍ୟାଳୟ TGT ଓ PET ଶିକ୍ଷକମାନଙ୍କୁ ବକେୟା ଦରମା ପ୍ରଦାନ କରିବା ।
- ପ୍ରାଥମିକ ଶିକ୍ଷକମାନଙ୍କର ନିୟମିତ ପଦୋନ୍ନତି କରିବା ।
- ୨୦୧୬ରୁ ୨୦୧୮ ମସିହା ମଧ୍ୟରେ ନିଯୁକ୍ତ ଶିକ୍ଷା ସହାୟକମାନଙ୍କୁ ନିୟମିତ କରିବା ।
- ପ୍ରଥମା ଓ ମଧ୍ୟମା ସଂସ୍କୃତ ଟୋଲ ଗୁଡ଼ିକରେ ନିୟମିତ ଶିକ୍ଷକ ନିଯୁକ୍ତି କରିବା ।
- ସରକାରୀ ବିଦ୍ୟାଳୟରେ ଚାକିରୀ କରିଥିବା କ୍ଲାସିକାଲ୍ ଶିକ୍ଷକମାନଙ୍କୁ Trained Graduate (TG) ଶିକ୍ଷକ ଯୋଗ୍ୟତା ସାରଣୀରେ ଅନ୍ତର୍ଭୁକ୍ତ କରିବା ।
- ପୂର୍ଣ୍ଣ ଅନୁଦାନପ୍ରାପ୍ତ ମଧ୍ୟମା ସଂସ୍କୃତ ଟୋଲ୍ରେ ଶିକ୍ଷକ ମୁତୟନ କରିବା ।
- ଧନ୍ଦାମୂଳକ ପ୍ରଶିକ୍ଷକଙ୍କୁ ନିୟମିତ ଭାଗରେ ବେତନ ପ୍ରଦାନ କରିବା ।
- ଓଡ଼ିଶା କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କୁ ଅଧିକ ଯୋଗ୍ୟତା ହାସଲ କରିବାକୁ ସୁଯୋଗ ଦେବା ।
- ଆଦର୍ଶ ବିଦ୍ୟାଳୟର ସମସ୍ତ ଆବାସିକ ଛାତ୍ରାବାସକୁ ସମ୍ପୂର୍ଣ୍ଣ କରାଯାଇ କାର୍ଯ୍ୟକ୍ଷମ କରିବା ।
- ଆଦର୍ଶ ବିଦ୍ୟାଳୟରେ କାର୍ଯ୍ୟରତ ସମସ୍ତ କର୍ମଚାରୀମାନଙ୍କ ନିୟମିତ ଦରମା ପାଇବାର ବ୍ୟବସ୍ଥା କରିବା ।
- ଆଦର୍ଶ ବିଦ୍ୟାଳୟର କର୍ମଚାରୀମାନଙ୍କର ପିଲାମାନଙ୍କୁ ଆଦର୍ଶ ବିଦ୍ୟାଳୟରେ ପଢ଼ିବା ପାଇଁ ବ୍ୟବସ୍ଥା କରିବା ।
- ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ନିଯୁକ୍ତ TGT ଶିକ୍ଷକ ମାନଙ୍କର ପୂର୍ବ ଚାକିରିର ଗଣତି ଓ ବେତନର ସୁରକ୍ଷା କରିବା ।
- ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ AI ଓ Robotics ପରୀକ୍ଷାଗାର ଖୋଲିବା ।
📱 Get Argus News App
✨