Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

୧୮ ସୁଦ୍ଧା ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ, ୨୦ ପର୍ଯ୍ୟନ୍ତ ବର୍ଷା ନେଇ ଆଲର୍ଟ ଜାରି

Sushanta Sahoo
Browse all articles by Sushanta Sahoo
·11 months ago·1 min read
୧୮ ସୁଦ୍ଧା ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ, ୨୦ ପର୍ଯ୍ୟନ୍ତ ବର୍ଷା ନେଇ ଆଲର୍ଟ ଜାରି

Key Points

ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ନୂତନ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ରାଜ୍ୟରେ ୨୦ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ।

ଭୁବନେଶ୍ଵର: ଆସୁଛି ଆଉ ଏକ ଲଘୁଚାପ, ପୁଣି ଭିଜିବ ଓଡ଼ିଶା । ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ନୂତନ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ରାଜ୍ୟରେ ୨୦ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ଫଳରେ ସମୁଦ୍ର ଅଶାନ୍ତ ରହିବା ଆଶଙ୍କା ଥିବାରୁ ୨୦ ତାରିଖ ଯାଏଁ ଗଭୀର ସମୁଦ୍ରକୁ ଯିବା ଲାଗି ମତ୍ସ୍ୟଜୀବୀଙ୍କୁ ବାରଣ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।


୧୭ ତାରିଖରେ କୋରାପୁଟ, ମାଲକାନଗିରିରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି , ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାରେ ଝଟକା ପବନ ସହ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।


୧୮ ଓ ୧୯ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ କୋରାପୁଟ, ମାଲକାନଗିରି ଓ କଳାହାଣ୍ଡି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଓଡ଼ିଶାର ଅନ୍ୟ ଜିଲ୍ଲାରେ ବଜ୍ରପାତ ନେଇ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ । ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳ, ପଶ୍ଚିମ କେନ୍ଦ୍ରୀୟ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସହିତ ଗଭୀର ସମୁଦ୍ରକୁ ନଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Odisha to Witness Heavy Rain Till August 20 Due to New Low Pressure Over Bay of Bengal | Argus News | Argus News