Rice Milling Rates Increased / ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି; ଦୁଇ ଗୁଣା ହେଲା ଚାଉଳ ମିଲିଂ ଖର୍ଚ୍ଚ
·2 hours ago·1 min read

Key Points
ଉଷୁନା ଚାଉଳ କ୍ୱିଣ୍ଟାଲ ପିଛା ୨୦ ଟଙ୍କାରୁ ୪୦ ଟଙ୍କା ହେଲା
ଅରୁଆ ଚାଉଳ ୧୦ ଟଙ୍କାରୁ ୨୦ ଟଙ୍କା ହେଲା
ଧାନ ସଂଗ୍ରହ କାର୍ଯ୍ୟ ସୁରୁଖୁରୁରେ ଚାଲିବ
ଅରୁଆ ଚାଉଳ ୧୦ ଟଙ୍କାରୁ ୨୦ ଟଙ୍କା ହେଲା
ଧାନ ସଂଗ୍ରହ କାର୍ଯ୍ୟ ସୁରୁଖୁରୁରେ ଚାଲିବ
ଭୁବନେଶ୍ଵର: ବଢ଼ିଲା ଚାଉଳ ମିଲିଂ ଖର୍ଚ୍ଚ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନେଲେ ବଡ଼ ନିଷ୍ପତ୍ତି । ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚାଉଳର ମିଲିଂ ଖର୍ଚ୍ଚ ବୃଦ୍ଧି ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଚାଷୀମାନଙ୍କ ଠାରୁ ଧାନ ଯେପରି ସୁରୁଖୁରୁରେ ସଂଗ୍ରହ ହେବ ତାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ, ଉଷୁନା ଚାଉଳର (Parboiled Rice) ମିଲିଂ ଦର ବର୍ତ୍ତମାନ କ୍ୱିଣ୍ଟାଲ ପିଛା ୨୦ ଟଙ୍କା ଥିବା ବେଳେ ଏହାକୁ ୪୦ ଟଙ୍କାକୁ ବୃଦ୍ଧି କରାଯାଇଛି । ସେହିଭଳି ଅରୁଆ ଚାଉଳର (Raw Rice) ମିଲିଂ ଦର କ୍ୱିଣ୍ଟାଲ ପିଛା ୧୦ ଟଙ୍କା ଥିବା ବେଳେ ଏହାକୁ ୨୦ ଟଙ୍କାକୁ ବୃଦ୍ଧି କରାଯାଇଛି ।
ଏଥିସହ ପଢ଼ନ୍ତୁ: ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ହିତାଧିକାରୀଙ୍କୁ ମିଳିବ ୫ କେଜି ଅତିରିକ୍ତ ଚାଉଳ
ଏହାଦ୍ୱାରା ମିଲର ମାନଙ୍କ ସମସ୍ୟା ଦୂର ହେବା ସହ ଚାଷୀ ମାନଙ୍କ ଠାରୁ ସୁରୁଖୁରରେ ଧାନ ସଂଗ୍ରହ ହୋଇପାରିବ । ରାଜ୍ୟର ଖାଦ୍ୟ ସୁରକ୍ଷା ବ୍ୟବସ୍ଥା ସୁଦୃଢ଼ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।
ସୂଚନାଯୋଗ୍ୟ ଯେ, ଗତ କିଛି ବର୍ଷ ମଧ୍ୟରେ ଶ୍ରମିକ ମଜୁରୀ, ପେଟ୍ରୋଲ ଓ ଅନ୍ୟାନ୍ୟ ମିଲିଂ ସାମଗ୍ରୀର ଦର ବୃଦ୍ଧି ହୋଇଥିବା ବେଳେ ଅନ୍ୟାନ୍ୟ ରାଜ୍ୟରେ ମିଲିଂ ଦର ଆମ ରାଜ୍ୟ ଠାରୁ ଯଥେଷ୍ଟ ଅଧିକ ରହିଛି ।

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories