Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ବହି ତ୍ରୁଟିକୁ ନେଇ ବଡ଼ ଆକ୍ସନ, ନିଲମ୍ବିତ ହେଲେ ୪ ଅଧିକାରୀ

Odisha

Odisha School Book Error / ବହି ତ୍ରୁଟିକୁ ନେଇ ବଡ଼ ଆକ୍ସନ, ନିଲମ୍ବିତ ହେଲେ ୪ ଅଧିକାରୀ

Santosh Kumar Sahoo
Browse all articles by Santosh Kumar Sahoo
·1 hour ago·1 min read
ବହି ତ୍ରୁଟିକୁ ନେଇ ବଡ଼ ଆକ୍ସନ, ନିଲମ୍ବିତ ହେଲେ ୪ ଅଧିକାରୀ
Odisha School Book Error

Key Points

ସ୍କୁଲ ବହି ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଆକ୍ସନ
କମିଟି ସୁପାରିସ୍ ଅନୁଯାୟୀ ୪ ଅଧିକାରୀ ନିଲମ୍ବିତ
ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟର ତତ୍କାଳୀନ ନିର୍ଦ୍ଦେଶକ ମନୋଜ ପାଢ଼ୀ ନିଲମ୍ବିତ
ସ୍କୁଲ ବହିରେ ତ୍ରୁଟି ଘଟଣାରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ନିଲମ୍ବିତ ହେଲେ ୪ ଅଧିକାରୀ । ପୂର୍ବତନ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କ ସହ ୩ ଜଣ ସହକାରୀ ନିର୍ଦ୍ଦେଶକ ନିଲମ୍ବିତ ହୋଇଛନ୍ତି । ସେହିପରି ୬ ଜଣ ସହକାରୀ ନିର୍ଦ୍ଦେଶକଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ।

ସ୍କୁଲ ବହି ତ୍ରୁଟି ପାଇଁ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ ହୋଇଥିଲା । ଏହି କମିଟି ତଦନ୍ତ କରି ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ପ୍ରଦାନ କରିଛି । କମିଟିର ସୁପାରିଶ ଅନୁଯାୟୀ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯାଇଛି । ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟର (Teachers Training & SCERT) ତତ୍କାଳୀନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କ ସହିତ ତିନି ଜଣ ସହକାରୀ ନିର୍ଦ୍ଦେଶକ ପ୍ରଲିପ୍ତା ମିଶ୍ର, ଦିଲୀପ କୁମାର ସାହୁ, ଓ ଭାରତୀ ଟୁଡୁଙ୍କୁ ନିଲମ୍ବିତ କରାଯାଇଛି । ଏହା ସହିତ ୬ ଜଣ ସହକାରୀ ନିର୍ଦ୍ଦେଶକଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ।

ସେହିପରି ପିଲାଙ୍କ ଶିକ୍ଷା ଓ ତ୍ରୁଟି ସୁଧାରିବା ପାଇଁ କମିଟି ୧୪ଟି ସୁପାରିଶ କାର୍ଯ୍ୟକାରୀ କରାଯିବ । ଏଗୁଡ଼ିକ ହେଉଛି SCERT ପକ୍ଷରୁ ମାଷ୍ଟର ତ୍ରୁଟି (Errata) ରେଜିଷ୍ଟର ପ୍ରସ୍ତୁତ କରାଯିବ, ସବୁ ପିଲାଙ୍କୁ ସଂଶୋଧିତ ତଥ୍ୟ ପ୍ରଧାନ କରାଯିବ, SCERT ରେ Quality Assurance Cell ଖୋଲାଯିବ ଇତ୍ୟାଦି । ଏହା ସହିତ ଭବିଷ୍ୟତରେ କୌଣସି ପାଠ୍ୟ ପୁସ୍ତକ ଭାଷା, ଚିତ୍ର, ତଥ୍ୟ ଓ ଛପା ହେବାପାଇଁ ଆବଶ୍ୟକ ଅନୁମୋଦନ ବିନା ପ୍ରିଣ୍ଟିଙ୍ଗ ପ୍ରେସକୁ ଯିବ ନାହିଁ ।
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored