School Closed / ବର୍ଷା ସହ ବନ୍ୟା ବିପଦ; ବୁଧବାର ୫ ଜିଲ୍ଲାରେ ବନ୍ଦ ରହିବ ସମସ୍ତ ସ୍କୁଲ୍
·1 month ago·2 min read

Key Points
୫ଟି ଜିଲ୍ଲାର ଜିଲ୍ଲା ପ୍ରଶାସନ ବଡ଼ ନିଷ୍ପତ୍ତି ନେଇଛନ୍ତି । ଆସନ୍ତାକାଲି ୫ଟି ଜିଲ୍ଲାରେ ସମସ୍ତ ବିଦ୍ୟାଳୟ ଓ ଅଙ୍ଗନୱାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରାଯାଇଛି ।
ଭୁବନେଶ୍ଵର: ଲଗାଣ ବର୍ଷା ସହ ବିଭିନ୍ନ ଜିଲ୍ଲାରେ ଜଳବନ୍ଦୀ ସ୍ଥିତି । ପାଣିଘେରରେ ଅଛନ୍ତି ଲୋକେ । ଯାହାକୁ ନେଇ ୫ଟି ଜିଲ୍ଲାର ଜିଲ୍ଲା ପ୍ରଶାସନ ବଡ଼ ନିଷ୍ପତ୍ତି ନେଇଛନ୍ତି । ଆସନ୍ତାକାଲି (ବୁଧବାର) ୫ଟି ଜିଲ୍ଲାରେ ସମସ୍ତ ବିଦ୍ୟାଳୟ ଓ ଅଙ୍ଗନୱାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରାଯାଇଛି ।
ବୁଧବାର ସମ୍ବଲପୁର, ଯାଜପୁର, ଭଦ୍ରକ, କେନ୍ଦୁଝର ଓ ଦେବଗଡ଼ ଜିଲ୍ଲାରେ ବନ୍ଦ ରହିବ ସମସ୍ତ ସ୍କୁଲ୍ ଓ ଅଙ୍ଗନୱାଡ଼ି । ଏନେଇ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନେ ଘୋଷଣା କରିଛନ୍ତି । ପ୍ରବଳ ବର୍ଷାକୁ ଦେଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି ।
ଏଥିସହ ପଢ଼ନ୍ତୁ: ପ୍ରଶାସନର ବଡ଼ ନିଷ୍ପତ୍ତି; ବନ୍ୟା ପରିସ୍ଥିତି ଓ ଲଗାଣ ବର୍ଷା ପାଇଁ ବନ୍ଦ ରହିବ ଏହି ଜିଲ୍ଲାର ସମସ୍ତ ବିଦ୍ୟାଳୟ
ସମ୍ବଲପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ପାଇଁ ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ 'ରେଡ୍ ୱାର୍ଣ୍ଣିଂ' ଜାରି କରାଯାଇଛି ।

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ଛାତ୍ରଛାତ୍ରୀମାନଙ୍କର ସୁରକ୍ଷାକୁ ପ୍ରାଥମିକତା ଦେଇ ସମ୍ବଲପୁର ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ପ୍ରାଥମିକ, ମାଧ୍ୟମିକ, ଉଚ୍ଚ ମାଧ୍ୟମିକ ସ୍କୁଲ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ (OAVs), କେନ୍ଦ୍ରୀୟ ବିଦ୍ୟାଳୟ (KVs) ଏବଂ ସମସ୍ତ ଅଙ୍ଗନୱାଡ଼ି କେନ୍ଦ୍ର ଆଗାମୀ ୨୯ ଜୁଲାଇ ୨୦୨୬ ବୁଧବାର ଦିନ ବନ୍ଦ ରହିବ ।
ସେପଟେ ଲଗାଣ ବର୍ଷା ପାଇଁ ଯାଜପୁର ଜିଲ୍ଲାରେ ଆସନ୍ତା କାଲି ସମସ୍ତ ସ୍କୁଲ ବନ୍ଦ ରହିବ । ଲଗାଣ ବର୍ଷା ଓ ପ୍ରତିକୂଳ ପାଗକୁ ଦୃଷ୍ଟିରେ ରଖି ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ସ୍କୁଲରେ ୨୯ ଜୁଲାଇ ୨୦୨୬ (ବୁଧବାର) ଦିନ ଶ୍ରେଣୀ ପାଠପଢ଼ା ବନ୍ଦ ରହିବ । ଛାତ୍ରଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ଜିଲ୍ଲାପାଳ ଓ ଜିଲ୍ଲା ଦଣ୍ଡାଧିକାରୀଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଶିକ୍ଷା ଅଧିକାରୀ ଏହି ଆଦେଶ ଜାରି କରିଛନ୍ତି ।
ସେହିଭଳି ଦେବଗଡ଼ ଜିଲ୍ଲାରେ ଲଗାଣ ବର୍ଷାକୁ ଆଖିରେ ରଖି ଆସନ୍ତା କାଲି (୨୯ ତାରିଖ) ସ୍କୁଲ ଛୁଟି ଘୋଷଣା କଲେ ଜିଲ୍ଲାପାଳ । ଜିଲ୍ଲାର ସମସ୍ତ ଅଙ୍ଗନୱାଡ଼ି ସହ ସରକାରୀ ବିଦ୍ୟାଳୟ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଓ କେନ୍ଦ୍ରୀୟ ବିଦ୍ୟାଳୟ ବନ୍ଦ ରହିବ ।
ଭଦ୍ରକ ଜିଲ୍ଲାରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତି ଏବଂ ଲଗାତାର ବର୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ୨୯ ଜୁଲାଇ ୨୦୨୬ (ବୁଧବାର) ଦିନ ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ସହ ସମସ୍ତ ଅଙ୍ଗନୱାଡ଼ି କେନ୍ଦ୍ରରେ ପାଠପଢ଼ା ସ୍ଥଗିତ ରଖାଯାଇଛି ।
ଏଥିସହ ପଢ଼ନ୍ତୁ: ବାଲେଶ୍ଵର, ଭଦ୍ରକ ଓ ଯାଜପୁର ପାଇଁ ଗୁରୁତ୍ଵପୂର୍ଣ୍ଣ ଆଗାମୀ ୨୪ ଘଣ୍ଟା: ସୁରେଶ ପୂଜାରୀ
ତେବେ, ସମସ୍ତ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟିତ୍ରୀ ଏବଂ ଅଣଶିକ୍ଷକ କର୍ମଚାରୀମାନେ ଯେକୌଣସି ଜରୁରୀ ପରିସ୍ଥିତିର ମୁକାବିଲା ପାଇଁ ସଜାଗ ରହିବେ ଏବଂ ପ୍ରଶାସନର ଆବଶ୍ୟକତା ଅନୁଯାୟୀ ସେମାନେ ତୁରନ୍ତ ଦାୟିତ୍ୱ ପାଳନ କରିବେ । ଜନସାଧାରଣଙ୍କ ସୁରକ୍ଷା ଓ ଛାତ୍ରଛାତ୍ରୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ଗ୍ରହଣ କରିଛି ପ୍ରଶାସନ ।

Related Topics
Explore more stories