Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

Semiconductor / ବେଙ୍ଗାଲୁରୁ ପରେ ଭାରତର ନୂତନ ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ରାଜଧାନୀ ଭାବେ ଉଭା ହେଉଛି ଓଡ଼ିଶା

Sushanta Sahoo
Browse all articles by Sushanta Sahoo
·8 months ago·3 min read
ବେଙ୍ଗାଲୁରୁ ପରେ ଭାରତର ନୂତନ ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ରାଜଧାନୀ ଭାବେ ଉଭା ହେଉଛି ଓଡ଼ିଶା

Key Points

ସେମିକଣ୍ଡକ୍ଟର କ୍ଷେତ୍ରରେ ଓଡ଼ିଶାର ବିକାଶ ଯାତ୍ରା ଆହୁରି ମଜଭୁତ ହେଉଛି । ଏହି ମୁହୂର୍ତ୍ତ କେବଳ ଇଟା ଏବଂ ସିମେଣ୍ଟ ବିଷୟରେ ନୁହେଁ; ଏହା ଆକାଂକ୍ଷା, ସ୍ଥିରତା, ସହଯୋଗ, ଏବଂ ଆତ୍ମନିର୍ଭରଶୀଳତାର ଉଦାହରଣ ।
ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ଵରେ ଓଡ଼ିଶା ସେମିକଣ୍ଡକ୍ଟର କ୍ଷେତ୍ରରେ ଆଉ ଏକ ପାଦ ଆଗକୁ ବଢ଼ିଛି । ୨୦୦୦ କୋଟି ନିବେଶରେ ସେମିକଣ୍ଡକ୍ଟର ମ୍ୟାନୁଫାକଚରିଂ ୟୁନିଟ୍ ପାଇଁ କରାଯାଇଛି ଭିତ୍ତିପ୍ରସ୍ତର ସ୍ଥାପନ । ଭୁବନେଶ୍ୱର ଇନ୍‌ଫୋଭ୍ୟାଲି ଠାରେ SiCSem ପ୍ରାଇଭେଟ୍ ଲିମିଟେଡ କରିବ ସେମିକଣ୍ଡକ୍ଟର ମ୍ୟାନୁଫାକ୍ଚରିଂ ୟୁନିଟ୍ ।

ମୋଟ ୨୦୦୦ କୋଟି ଟଙ୍କାର ପୁଞ୍ଜିନିବେଶରେ ଏହି ମ୍ୟାନୁଫାକଚରିଂ ୟୁନିଟ୍‌ ହେବ । ଏଥିପାଇଁ ଶନିବାର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ ହେବା ଦ୍ୱାରା ପ୍ରାୟ ୧୦୦୦ ବୃତିଗତଙ୍କୁ ନିଯୁକ୍ତି ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଏଥିସହ ପଢ଼ନ୍ତୁ: ଦେଶରେ ୪ଟି ସେମିକଣ୍ଡକ୍ଟର ଉତ୍ପାଦନ ୟୁନିଟକୁ ମଞ୍ଜୁରୀ, ଓଡ଼ିଶାରେ ହେବ ୨ଟି ୟୁନିଟ୍

ଏହି ଅବସରରେ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି, "ସେମିକଣ୍ଡକ୍ଟର କ୍ଷେତ୍ରରେ ଓଡ଼ିଶାର ବିକାଶ ଯାତ୍ରା ଆହୁରି ମଜଭୁତ ହେଉଛି । ଏହି ମୁହୂର୍ତ୍ତ କେବଳ ଇଟା ଏବଂ ସିମେଣ୍ଟ ବିଷୟରେ ନୁହେଁ; ଏହା ଆକାଂକ୍ଷା, ସ୍ଥିରତା, ସହଯୋଗ, ଏବଂ ଆତ୍ମନିର୍ଭରଶୀଳତାର ଉଦାହରଣ । ଏଥିରେ ଯେଉଁ ସେମିକଣ୍ଡକ୍ଟର ନିର୍ମିତ ହେବ, ତାହା ମିଜାଇଲ, ଇଲେକ୍ଟ୍ରୋନିକ୍ ଗାଡି, ପ୍ରତିରକ୍ଷା ଇକ୍ୟୁପ୍‌ମେଣ୍ଟ, ରେଲୱେ ଓ ସୌରଶକ୍ତି ଭଳି ଆଧୁନିକ କ୍ଷେତ୍ରରେ ବ୍ୟବହାର କରାଯିବ ।"

ଭୁବନେଶ୍ୱର ଆଇଆଇଟିରେ SicSem କମ୍ପାନୀ ୬୪ କୋଟି ଟଙ୍କା ବିନିଯୋଗରେ ଏକ Research and Innovation Centre ସ୍ଥାପନ କରିଛି । କେନ୍ଦ୍ର ରେଳ ମନ୍ତ୍ରୀ ତାଙ୍କ MP LAD ଫଣ୍ଡରୁ ୫ କୋଟି ଟଙ୍କା ବିନିଯୋଗ କରି ଆଇଆଇଟି ଭୁବନେଶ୍ୱରରେ ଏକ ‘ନମୋ ସେମିକଣ୍ଡକ୍ଟର ଲାବୋରେଟୋରି’ ସ୍ଥାପନ ପାଇଁ ଅନୁମୋଦନ ଦେଇଛନ୍ତି । ଏହା ସ୍ଥାପନ ହେବା ଦ୍ୱାରା ଛାତ୍ରଛାତ୍ରୀ ମାନେ ସେମିକଣ୍ଡକ୍ଟର ସମ୍ପର୍କରେ ଅଧିକ ଗବେଷଣାର ସୁଯୋଗ ପାଇବେ ।



ମୁଖ୍ୟମନ୍ତ୍ରୀ କହିଛନ୍ତି, "ଯାହା ପୂର୍ବରୁ ବର୍ଷ ବର୍ଷ ସମୟ ଲାଗି ଯାଉଥିଲା, ତାହା ଏବେ ମାସକରେ ସମ୍ପୂର୍ଣ୍ଣ ହେଉଛି । ଏହା ହେଉଛି ନୂତନ ଭାରତର ଗତି ଏବଂ ଶକ୍ତି । ବେଙ୍ଗାଲୁରୁ ପରେ ଆଜି ଓଡ଼ିଶା ଭାରତର ନୂତନ ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ରାଜଧାନୀ ଭାବରେ ଉଭା ହେଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ, ଭାରତ ଚିପ୍‌ରୁ ସିପ୍ ପର୍ଯ୍ୟନ୍ତ ସମସ୍ତ ମିଶନରେ ଆଗକୁ ବଢ଼ୁଛି । ସେମିକଣ୍ଡକ୍ଟର ଏବଂ ଇଲେକ୍ଟ୍ରୋନିକ୍ସ ଉତ୍ପାଦନରେ ଆତ୍ମନିର୍ଭରଶୀଳତାର ଓଡ଼ିଶା ଏକ ନୂତନ କାହାଣୀ ସୃଷ୍ଟି କରୁଛି ।"

ପ୍ରଧାନମନ୍ତ୍ରୀଙ୍କ ସେମିକଣ୍ଡକ୍ଟର ମିଶନର ସଫଳତାରେ ଓଡ଼ିଶା ଏକ ପ୍ରମୁଖ ଭୂମିକା ଗ୍ରହଣ କରିବାକୁ ଯାଉଛି । ଦିଲ୍ଲୀର ଦୁଇଟି କମ୍ପାନୀ ମଧ୍ୟ ଓଡ଼ିଶାରେ ସେମିକଣ୍ଡକ୍ଟର ୟୁନିଟ ପ୍ରତିଷ୍ଠା ପାଇଁ MoU କରିଛନ୍ତି । ଆଗାମୀ ଦିନରେ ଏହି ଦୁଇ କମ୍ପାନୀ ଓଡ଼ିଶାରେ ପ୍ରାୟ ୩୦୦୦ କୋଟି ଟଙ୍କା ନିବେଶ କରିବେ । ସେମିକଣ୍ଡକ୍ଟର କ୍ଷେତ୍ରରେ ଦେଶରେ ଓଡ଼ିଶା ଏକ ହବ୍ ଭାବେ ପରିଗଣିତ ହେବ ବୋଲି ଆଶା ରଖିଛନ୍ତି ମୁଖ୍ୟମନ୍ତ୍ରୀ ।

କାର୍ଯ୍ୟକ୍ରମରେ ଆଭାସୀ ମାଧ୍ୟମରେ ଯୋଗ ଦେଇ କେନ୍ଦ୍ର ରେଳ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି, "ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ୱପ୍ନ ସାକାର ହେଉଛି । ଓଡ଼ିଶା ପୂର୍ବୋଦୟର ଗେଟ-ୱେ ଭାବେ ବିକଶିତ ହେଉଛି । ଅତ୍ୟାଧୁନିକ ଜ୍ଞାନକୌଶଳ ଦ୍ୱାରା ଶିଳ୍ପ ଏବଂ ଶିକ୍ଷାକୁ ସମନ୍ଵୟ କରି ଆଇଆଇଟି ଭୁବନେଶ୍ୱରରେ 'ନମୋ ସେମିକଣ୍ଡକ୍ଟର ଲାବୋରେଟୋରି' ସ୍ଥାପନ କରାଯିବ । ଯୁବ ପିଢି ପାଇଁ ଏ କ୍ଷେତ୍ରରେ ନିଜର ଅଧିକ ଜ୍ଞାନ ଆହରଣ ଓ ଗବେଷଣ ପାଇଁ ଏକ ସୁବର୍ଣ୍ଣ ସୁଯୋଗ ହେବ ।

ଏଥିସହ ପଢ଼ନ୍ତୁ: ବଜାର ଯାଇ କୁଆଡ଼େ ଗାଏବ ହୋଇଗଲେ ଦିଲୀପ ? କେନାଲରୁ ମିଳିଲା ବାଇକ୍, ମିଳୁନି ଖୋଜ ଖବର

କାର୍ଯ୍ୟକ୍ରମରେ ଯୋଗଦେଇ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ କହିଛନ୍ତି, "IT କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ପାଇଁ ସେମିକଣ୍ଡକ୍ଟର ଏକ ଗୁରୁତ୍ଵପୂର୍ଣ୍ଣ ଦାୟିତ୍ୱ ବହନ କରୁଛି ଏବଂ ଓଡ଼ିଶା ଏହି ଗୁରୁ ଦାୟିତ୍ୱକୁ ବହନ କରି ପ୍ରଧାନମନ୍ତ୍ରୀଙ୍କ ପରିକଳ୍ପିତ ବିକଶିତ ଭାରତର ସ୍ୱପ୍ନକୁ ସାକାର କରୁଛି ।

କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଆଇଆଇଟି ଭୁବନେଶ୍ୱରର ନିର୍ଦ୍ଦେଶକ ଶ୍ରୀପଦ କର୍ମଲ୍‌କର୍, ଆର୍କେନ୍ କେମିକାଲ୍ ଇଣ୍ଡଷ୍ଟ୍ରୀଜ୍‌ର ମ୍ୟାନେଜିଂ ଡାଇରେକ୍ଟର ରଞ୍ଜିତ ପେଣ୍ଡୁର୍ଥୀ, ସିକ୍‌ସେମ୍ ପ୍ରାଇଭେଟ୍ ଲିମିଟେଡ୍‌ର ମ୍ୟାନେଜିଙ୍ଗ୍ ଡାଇରେକ୍ଟର ଗୁରୁ ଥାଲ୍ଲାପାନେନୀ, କ୍ଲାସ୍-ସିକ୍ ୱାଫର୍ ଫ୍ୟାବ୍ ଲିମିଟେଡର ଚିଫ୍ ଏକ୍‌ଜୁକ୍ୟୁଟିଭ୍ ଅଫିସର ମିସ୍ ଜେନିଫର୍ ୱାଲ୍‌ସ ପ୍ରମୁଖ ଉପସ୍ଥିତ ଥିଲେ ।
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

Related Topics

Explore more stories

Sponsored
Odisha Steps Into Semiconductor Era with ₹2000 Crore Investment | Argus News | Argus News