Textbook Errors / ପିଲାଙ୍କ ବହିରେ ଭୁଲ୍; ଅପରାଧିକ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
·1 hour ago·2 min read

Key Points
ପାଠ୍ୟ ପୁସ୍ତକରେ ତ୍ରୁଟି ମାମଲାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ପଦକ୍ଷେପ
କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
FIR ଦେବାକୁ SCERT ନିର୍ଦ୍ଦେଶକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ସମଗ୍ର ପ୍ରକ୍ରିୟା ଉପରେ ଅପରାଧିକ ତଦନ୍ତ ପାଇଁ ନିର୍ଦ୍ଦେଶ

ଭୁବନେଶ୍ଵର: ପାଠ୍ୟ ପୁସ୍ତକରେ ତ୍ରୁଟି । ସମଗ୍ର ପ୍ରକ୍ରିୟାର ହେବ ଅପରାଧିକ ତଦନ୍ତ । ବଡ଼ ନିଷ୍ପତ୍ତି ନେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କ୍ରାଇମବ୍ରାଞ୍ଚ ଏସ୍ପିଙ୍କ ନିକଟରେ ଏଫ୍ଆଇଆର୍ କରିବାକୁ SCERT ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକରେ ତ୍ରୁ ଘଟଣାକୁ ଗମ୍ଭୀରତାର ସହ ନେଇଛନ୍ତି ମୁଖ୍ୟମନ୍ତ୍ରୀ । ଏ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସମଗ୍ର ପ୍ରକ୍ରିୟା ଉପରେ ଅପରାଧିକ ତଦନ୍ତ (Criminal Investigation) କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି ।
ଏଥିସହ ପଢ଼ନ୍ତୁ: ପାଠ୍ୟପୁସ୍ତକରେ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା, ସରକାରଙ୍କୁ ବଦନାମ କରିବା ପାଇଁ ହୋଇଛି ଷଡ଼ଯନ୍ତ୍ର
ଏହା ସହିତ ସ୍ୱତନ୍ତ୍ର ଭାବେ କ୍ରାଇମବ୍ରାଞ୍ଚ ଏସ୍ପିଙ୍କ ନିକଟରେ FIR ଦାଏର କରିବାକୁ SCERT ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ତେଣୁ, ପାଠ୍ୟ ପୁସ୍ତକ ତ୍ରୁଟିର ତଦନ୍ତ କରିବ କ୍ରାଇମବ୍ରାଞ୍ଚ ।
ସୂଚନାଯୋଗ୍ୟ, ପୂର୍ବରୁ ପାଠ୍ୟ ପୁସ୍ତକ ତ୍ରୁଟିଜନିତ ବିଷୟର କାରଣ ଅନୁସନ୍ଧାନ କରିବା ପାଇଁ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରିଥିଲେ ମୁଖ୍ୟମନ୍ତ୍ରୀ ।
ଉକ୍ତ କମିଟିର ରିପୋର୍ଟ ଅନୁଯାୟୀ, SCERTର ପୂର୍ବତନ ନିର୍ଦ୍ଦେଶକ ସମେତ ୩ ଜଣ ସହକାରୀ ନିର୍ଦ୍ଦେଶକଙ୍କୁ ନିଲମ୍ବିତ କରାଯାଇଥିଲା ଏବଂ ୬ଜଣ ସହକାରୀ ନିର୍ଦ୍ଦେଶକଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା ।
୬ ଜଣ ସହକାରୀ ନିର୍ଦ୍ଦେଶକଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ
ସ୍କୁଲ ବହିରେ ତ୍ରୁଟି ଘଟଣାରେ ବଡ଼ କାର୍ଯ୍ୟାନୁଷ୍ଠାନ କରି ପୂର୍ବରୁ ୪ ଅଧିକାରୀଙ୍କୁ ନିଲମ୍ବିତ କରିଥିଲେ ମୁଖ୍ୟମନ୍ତ୍ରୀ । ପୂର୍ବତନ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କ ସହ ୩ ଜଣ ସହକାରୀ ନିର୍ଦ୍ଦେଶକ ନିଲମ୍ବିତ ହୋଇଛନ୍ତି । ସେହିପରି ୬ ଜଣ ସହକାରୀ ନିର୍ଦ୍ଦେଶକଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ।
ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟର (Teachers Training & SCERT) ତତ୍କାଳୀନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କ ସହିତ ତିନି ଜଣ ସହକାରୀ ନିର୍ଦ୍ଦେଶକ ପ୍ରଲିପ୍ତା ମିଶ୍ର, ଦିଲୀପ କୁମାର ସାହୁ, ଓ ଭାରତୀ ଟୁଡୁଙ୍କୁ ନିଲମ୍ବିତ କରାଯାଇଛି । ଏହା ସହିତ ୬ ଜଣ ସହକାରୀ ନିର୍ଦ୍ଦେଶକଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ।
ଏଥିସହ ପଢ଼ନ୍ତୁ: ସ୍କୁଲକୁ ଦିଆଯିବ ସଂଶୋଧିତ ପୁସ୍ତକ, ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ସୂଚନା
ସେହିପରି ପିଲାଙ୍କ ଶିକ୍ଷା ଓ ତ୍ରୁଟି ସୁଧାରିବା ପାଇଁ କମିଟି ୧୪ଟି ସୁପାରିଶ କାର୍ଯ୍ୟକାରୀ କରାଯିବ । ଏଗୁଡ଼ିକ ହେଉଛି SCERT ପକ୍ଷରୁ ମାଷ୍ଟର ତ୍ରୁଟି (Errata) ରେଜିଷ୍ଟର ପ୍ରସ୍ତୁତ କରାଯିବ, ସବୁ ପିଲାଙ୍କୁ ସଂଶୋଧିତ ତଥ୍ୟ ପ୍ରଧାନ କରାଯିବ, SCERT ରେ Quality Assurance Cell ଖୋଲାଯିବ ଇତ୍ୟାଦି । ଏହା ସହିତ ଭବିଷ୍ୟତରେ କୌଣସି ପାଠ୍ୟ ପୁସ୍ତକ ଭାଷା, ଚିତ୍ର, ତଥ୍ୟ ଓ ଛପା ହେବାପାଇଁ ଆବଶ୍ୟକ ଅନୁମୋଦନ ବିନା ପ୍ରିଣ୍ଟିଙ୍ଗ ପ୍ରେସକୁ ଯିବ ନାହିଁ ।

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories