Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ରାତି ପାହିଲେ ମହାପ୍ରଭୁଙ୍କର ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା

Banajyotshna Ray
Browse all articles by Banajyotshna Ray
·2 years ago·1 min read
ରାତି ପାହିଲେ ମହାପ୍ରଭୁଙ୍କର ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା

ଅର୍ଗସ ବ୍ୟୁରୋ: ରାତି ପାହିଲେ ମହାପ୍ରଭୁଙ୍କର ବିଶ୍ବ ପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ସଭିଏଁ ପ୍ରସ୍ତୁତ। ତେବେ ଆଜି ଶ୍ରୀମନ୍ଦିରରେ ସକାଳଧୂପ ଶେଷ ହେବାପରେ ରଥଖଳାକୁ ଆଜ୍ଞାମାଳ ବିଜେ ହେବ। ୩ ରଥର ପୂଜାପଣ୍ତା ସାମନ୍ତଙ୍କ ଦ୍ୱାରା ରଥ ଆଜ୍ଞାମାଳ ବିଜେ ପରେ ଆରମ୍ଭ ହେବ ରଥଟଣା। ରଥଖଳାରୁ ସିଂହଦ୍ୱାରକୁ ପୋଲିସ ଅଧିକାରୀ ଓ ଭକ୍ତମାନେ ଟାଣି ନେଇଯିବେ ତିନିରଥକୁ। ପରମ୍ପରା ଅନୁଯାୟୀ ପ୍ରଥମେ ନନ୍ଦିଘୋଷ, ପରେ ଦର୍ପଦଳନ ଓ ଶେଷରେ ତାଳଧ୍ୱଜ ରଥ ଟଣାଯାଇ ସିଂହଦ୍ୱାରକୁ ଅଣାଯିବ। ୩ ରଥର ନିର୍ମାଣ କାର୍ଯ୍ୟ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିସାରିଛି। ତେବେ ତିନିରଥ ସିଂହଦ୍ୱାରରେ ପହଞ୍ଚି ସାରିବା ପରେ ପବିତ୍ର ଘୋଷଯାତ୍ରାକୁ ସମସ୍ତ ଭକ୍ତଙ୍କ ଅପେକ୍ଷା।

ସେପଟେ ଚଳିତ ବର୍ଷ ରଥଯାତ୍ରା ଦିନ ହିଁ ନବଯୌବନ ଓ ନେତ୍ରୋତ୍ସବ ପଡୁଥିବାରୁ ଭକ୍ତମାନେ ମହାପ୍ରଭୁଙ୍କର ନବଯୌବନ ଦର୍ଶନରୁ ବଞ୍ଚିତ ରହିବେ। ରଥଯାତ୍ରା ଦିନ ରଥ ଉପରେ ଭକ୍ତ ମାନେ ମହାପ୍ରଭୁଙ୍କ ଦର୍ଶନ ସହ ରଥଟାଣି ନିଜକୁ କୃତାର୍ଥ ମନେ କରିବେ। ଭକ୍ତଙ୍କ ପ୍ରବଳ ସମାଗମକୁ ଦୃଷ୍ଟିରେ ରଖି ଜିଲ୍ଲା ପୋଲିସ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Odisha to celebrate World-famous Rath Yatra of Lord Jagannath | Argus News