Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ଲାଗୁ ହେଲା ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଅଧିନିୟମ, ୨୦୨୪

Odisha

ଲାଗୁ ହେଲା ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଅଧିନିୟମ, ୨୦୨୪

Sushanta Sahoo
Browse all articles by Sushanta Sahoo
·1 year ago·1 min read
ଲାଗୁ ହେଲା ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଅଧିନିୟମ, ୨୦୨୪

ଭୁବନେଶ୍ଵର: ଓଡ଼ିଶାରେ ଲାଗୁ ହେଲା ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଅଧିନିୟମ, ୨୦୨୪ । ରାଜ୍ୟପାଳ ଡ଼. ହରିବାବୁ କମ୍ଭମପତି ବିଧାନସଭାରେ ପାରିତ ହୋଇଥିବା ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ବିଧେୟକ, ୨୦୨୪କୁ ସ୍ୱୀକୃତି ପ୍ରଦାନ କରିଛନ୍ତି । ଏଥିସହ ସରକାରୀ କଟକଣାରୁ ମୁକ୍ତ ହୋଇଛି ବିଶ୍ଵବିଦ୍ୟାଳୟ ।


ଏପ୍ରିଲ ୨ ତାରିଖରେ ବିଧାନସଭାରେ ରାତି ତମାମ ଆଲୋଚନା ହେବା ପରେ ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ବିଧେୟକକୁ ବିଧାନସଭାରେ ପାରିତ କରାଯାଇଥିଲା । ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଅଧିନିୟମ, ୨୦୨୪ ଓଡ଼ିଶାରେ ଉଚ୍ଚଶିକ୍ଷାର ବିକାଶ ଦିଗରେ ଏକ ଯୁଗାନ୍ତକାରୀ ପଦକ୍ଷେପ ହେବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମତ ପ୍ରକାଶ କରିଛନ୍ତି ।


ଏହି ଅଧିନିୟମ ଦ୍ୱାରା ରାଜ୍ୟରେ ଥିବା ବିଶ୍ୱବିଦ୍ୟାଳୟର ସ୍ୱାୟତ୍ତତା ସୁନିଶ୍ଚିତ ହେବା ସହିତ ଅଧ୍ୟାପକ ନିଯୁକ୍ତି ପ୍ରକ୍ରିୟାକୁ ବିଶ୍ୱବିଦ୍ୟାଳୟର ଆବଶ୍ୟକତା ଅନୁଯାୟୀ ସରଳୀକରଣ ଓ ତ୍ୱରାନ୍ୱିତ କରାଯାଇ ପାରିବ । ଏଥି ସହିତ ବିଶ୍ୱବିଦ୍ୟାଳୟରେ ସିନେଟର ପୁନଃ-ଅନ୍ତର୍ଭୁକ୍ତିକରଣ, ଅଧ୍ୟାପକ ଓ କୁଳପତି ଚୟନରେ ସରକାରୀ ହସ୍ତକ୍ଷେପକୁ ହ୍ରାସ କରାଯାଇ ପାରିଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


ରାଜ୍ୟରେ ମୋଟ ନାମଲେଖା ଅନୁପାତ ବଢ଼ାଇବା ନିମନ୍ତେ ପ୍ରତ୍ୟେକ ବିଶ୍ୱବିଦ୍ୟାଳୟରେ ଦୂରଶିକ୍ଷା ବ୍ୟବସ୍ଥା ପ୍ରଣୟନ କରିବା, ବିଶ୍ୱବିଦ୍ୟାଳୟର ଆର୍ଥିକ ପରିଚାଳନାକୁ ସୁଦୃଢ଼ କରିବା ପାଇଁ ଅର୍ଥ କମିଟିର ଗଠନ ଏବଂ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ କୋଠାବାଡ଼ି ଓ ନିର୍ମାଣ କମିଟି ଗଠନର ପ୍ରସ୍ତାବ, ଶିକ୍ଷାନୁଷ୍ଠାନମାନଙ୍କରେ ବିଶ୍ୱସ୍ତରୀୟ ଗବେଷଣା ଓ ଶୈକ୍ଷିକ ଉତ୍କର୍ଷତାକୁ ପ୍ରୋତ୍ସାହନ ଦେବ ।

Sponsored
Odisha University Amendment Bill 2024 Assent By Governor | Argus News