Heavy Rain Alert / ଆସନ୍ତା ୧୩ ତାରିଖରୁ ବଦଳିବ ପାଗ, ଉପକୂଳରେ ପ୍ରବଳ ବର୍ଷିବ
·1 hour ago·2 min read

Key Points
ଦକ୍ଷିଣ ଆଣ୍ଡାମାନ ସାଗର ନିକଟବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ
ଉତ୍ତର ଆଣ୍ଡାମାନକୁ ଅଗ୍ରସର ହୋଇପାରେ
ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ୧୩ ତାରିଖ ବେଳକୁ ଲଘୁଚାପ ସମ୍ଭାବନା

ଭୁବନେଶ୍ବର,୧୧/୧୦: ଦକ୍ଷିଣ ଆଣ୍ଡାମାନ ସାଗର ନିକଟବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଏହା ଆଗକୁ ଉତ୍ତର ଆଣ୍ଡାମାନକୁ ଅଗ୍ରସର ହୋଇପାରେ। ଫଳରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ୧୩ ତାରିଖ ବେଳକୁ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି।
ଘୁର୍ଣ୍ଣିବଳୟ ସହ ଟ୍ରପ ଲାଇନ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଯାଏ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା ଥିବା ବେଳେ ଗୋଟେ ଦୁଇଟି ସ୍ଥାନରେ ପ୍ରବଳ ହେବାର ସମ୍ଭାବନା ଦେଇଛି ପାଣିପାଗ ବିଭାଗ। ବିଶେଷ କରି ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ଝଡିପବନ ସହ ବର୍ଷା ସମ୍ଭାବନା ରହିଥିବା ଆକଳନ କରିଛି ବିଭାଗ।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଜପତି,ଗଂଜାମ, ନୟାଗଡ, ଢେଙ୍କାନାଳ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ବାଲେଶ୍ୱର, କେଉଁଝର ଓ ମୟୂରଭଞ୍ଜ ଏହି ୧୪ ଜିଲ୍ଲାରେ ବିଜୁଳି ଘଡଘଡ଼ି ସହ ହାଲୁକାରୁ ମଧ୍ୟମ ବର୍ଷା ଏବଂ ୩୦ ରୁ ୪୦ କିମି ଝଟକା ପବନ ସମ୍ଭାବନାକୁ ନେଇ ୟେଲୋ ବର୍ଣ୍ଣିଙ୍ଗ ଜାରି କରିଛି ବିଭାଗ। ୧୨ ତାରିଖରୁ ବର୍ଷା କମିବା ସହ କୌଣସି ଚେତାବନୀ ନଥିବା ବେଳେ ଆଗାମୀ ୭ ଦିନ ମଧ୍ୟରେ ଦିନ ଓ ରାତ୍ରି ତାପମାତ୍ରା ରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ।
ପଢନ୍ତୁ ଏହି ଖବର: ଆସୁଛି ଆଉ ଏକ ଲଘୁଚାପ! ପାର୍ବଣକୁ ପାଣିଚିଆ କରିପାରେ ବର୍ଷା
ଏପଟେ ବର୍ତ୍ତମାନ ଥାଇଲ୍ୟାଣ୍ଡ ଉପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି, ଯାହା ସମୁଦ୍ର ପତ୍ତନଠାରୁ ୯.୪ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି। ଏହା ଆଣ୍ଡାମାନ ସାଗର ମଧ୍ୟକୁ ପ୍ରବେଶ କରିବା ସହ ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ୧୩ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। କିନ୍ତୁ ଏହା ଅଧିକ ଘନୀଭୂତ ହେବ କି ନାହିଁ ଏଯାଏଁ ସ୍ପଷ୍ଟ ହୋଇନାହିଁ।

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories