Odisha Weather / ୩ ଦିନ ପର୍ଯ୍ୟନ୍ତ ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳି
·48 mins ago·2 min read

Key Points
ଏବେ ପାଗରେ ହେବନି ପରିବର୍ତ୍ତନ । ଆଉ ୩ ଦିନ ପର୍ଯ୍ୟନ୍ତ ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳି ଲାଗି ରହିବ । ୩ରୁ ୪ ଦିନ ପରେ ଦିନ ତାପମାତ୍ରା ପ୍ରାୟ ୨ରୁ ୩ ଡିଗ୍ରୀ ସେଲସିୟସ୍ ହ୍ରାସ ପାଇବା ସମ୍ଭାବନା ।
ଭୁବନେଶ୍ଵର: ଜାରି ରହିବ ଖରା, କଲବଲ କରିବ ଗୁଳୁଗୁଳି । ଏବେ ପାଗରେ ହେବନି ପରିବର୍ତ୍ତନ । ଆଉ ୩ ଦିନ ପର୍ଯ୍ୟନ୍ତ ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳି ଲାଗି ରହିବ । ବର୍ତ୍ତମାନ ଦିନ ତାପମାତ୍ରା ୩୫ ଡିଗ୍ରୀ ଉପରେ ରହୁଥିବା ବେଳେ ଆଗାମୀ ୩ରୁ ୪ ଦିନ ମଧ୍ୟରେ ସର୍ବାଧିକ ଦିନ ତାପମାତ୍ରାରେ ବଡ଼ ପରିବର୍ତ୍ତନ ହେବ ନାହିଁ ।
୩ରୁ ୪ ଦିନ ପରେ ଦିନ ତାପମାତ୍ରା ପ୍ରାୟ ୨ରୁ ୩ ଡିଗ୍ରୀ ସେଲସିୟସ୍ ହ୍ରାସ ପାଇବାର ସମ୍ଭାବନା ରହିଥିବା ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଗତ ୨୪ ଘଣ୍ଟାରେ ପୁରୀରେ ସର୍ବାଧିକ ଦିନ ତାପମାତ୍ରା ୩୫.୮ ଡିଗ୍ରୀ ରହିଥିବା ବେଳେ ଭୁବନେଶ୍ୱରରେ ୩୫.୨ ଡିଗ୍ରୀ ଓ କଟକରେ ୩୪.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।
ଏଥିସହ ପଢ଼ନ୍ତୁ: ପାର୍ବଣକୁ ବିଗାଡ଼ି ଦେବ କି ବର୍ଷା ? ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ
କାଳବୈଶାଖୀ ଆଶଙ୍କା
ଆସନ୍ତା ୨୪ ଘଣ୍ଟାରେ ବାଲେଶ୍ୱର, ମୟୂରଭଞ୍ଜ, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଅନ୍ୟ ଜିଲ୍ଲାଗୁଡ଼ିକରେ ମୁଖ୍ୟତଃ ଶୁଖିଲା ପାଗ ରହିବ । ସେହିପରି ଆସନ୍ତାକାଲି ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ, ଗଜପତି ଓ ଗଞ୍ଜାମର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି । ଅନ୍ୟ ଅଞ୍ଚଳରେ ପାଗ ମୁଖ୍ୟତଃ ଶୁଖିଲା ରହିବ ।
ସେପଟେ ଉତ୍ତର-ପୂର୍ବ ବିହାରରୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପର୍ଯ୍ୟନ୍ତ ଝାଡ଼ଖଣ୍ଡ ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଦେଇ ସମୁଦ୍ର ପତ୍ତନଠାରୁ ପ୍ରାୟ ୦.୯ କିମି ଉଚ୍ଚତାରେ ଏକ ଟ୍ରଫ୍ ରେଖା ସକ୍ରିୟ ରହିଛି । ଏହାର ପ୍ରଭାବରେ ଓଡ଼ିଶାର କିଛି ଜିଲ୍ଲାରେ ଆଗାମୀ କିଛି ଦିନ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।
ଏଥିସହ ପଢ଼ନ୍ତୁ: ଲଘୁଚାପ ପ୍ରଭାବରେ ଆଗକୁ ବର୍ଷା ସମ୍ଭାବନା; ବର୍ଷା ବିଗାଡ଼ିବ ପୂଜା ବୁଲା
ଫେରୁଛି ମୌସୁମୀ
ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାହାର ପ୍ରକ୍ରିୟା ଜାରି ରହିଛି । ଆସନ୍ତା ୨ରୁ ୩ ଦିନ ମଧ୍ୟରେ ମହାରାଷ୍ଟ୍ରର ଅଧିକାଂଶ ଅଞ୍ଚଳ, ଛତିଶଗଡ଼ର ଆହୁରି କିଛି ଅଞ୍ଚଳ ଏବଂ ତେଲଙ୍ଗାନା ଓ ଉତ୍ତର ଆଭ୍ୟନ୍ତରୀଣ କର୍ଣ୍ଣାଟକର କିଛି ଅଞ୍ଚଳରୁ ମୌସୁମୀ ବାୟୁ ପ୍ରତ୍ୟାହାର ପାଇଁ ପାଗ ଅନୁକୂଳ ହେବାର ସମ୍ଭାବନା ରହିଛି ।

Temperature Forecast #temperature #weather #Odisha pic.twitter.com/dUV2cFNk25
— Meteorological Centre, Bhubaneswar (@mcbbsr) October 4, 2026
ସେପଟେ ଉତ୍ତର-ପୂର୍ବ ବିହାରରୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପର୍ଯ୍ୟନ୍ତ ଝାଡ଼ଖଣ୍ଡ ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଦେଇ ସମୁଦ୍ର ପତ୍ତନଠାରୁ ପ୍ରାୟ ୦.୯ କିମି ଉଚ୍ଚତାରେ ଏକ ଟ୍ରଫ୍ ରେଖା ସକ୍ରିୟ ରହିଛି । ଏହାର ପ୍ରଭାବରେ ଓଡ଼ିଶାର କିଛି ଜିଲ୍ଲାରେ ଆଗାମୀ କିଛି ଦିନ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।
ଏଥିସହ ପଢ଼ନ୍ତୁ: ଲଘୁଚାପ ପ୍ରଭାବରେ ଆଗକୁ ବର୍ଷା ସମ୍ଭାବନା; ବର୍ଷା ବିଗାଡ଼ିବ ପୂଜା ବୁଲା
ଫେରୁଛି ମୌସୁମୀ
ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାହାର ପ୍ରକ୍ରିୟା ଜାରି ରହିଛି । ଆସନ୍ତା ୨ରୁ ୩ ଦିନ ମଧ୍ୟରେ ମହାରାଷ୍ଟ୍ରର ଅଧିକାଂଶ ଅଞ୍ଚଳ, ଛତିଶଗଡ଼ର ଆହୁରି କିଛି ଅଞ୍ଚଳ ଏବଂ ତେଲଙ୍ଗାନା ଓ ଉତ୍ତର ଆଭ୍ୟନ୍ତରୀଣ କର୍ଣ୍ଣାଟକର କିଛି ଅଞ୍ଚଳରୁ ମୌସୁମୀ ବାୟୁ ପ୍ରତ୍ୟାହାର ପାଇଁ ପାଗ ଅନୁକୂଳ ହେବାର ସମ୍ଭାବନା ରହିଛି ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories