Rain Alert / ବନ୍ୟା ପରେ ପୁଣି ଉତ୍ତର ଓଡ଼ିଶାକୁ ବର୍ଷା ବିପଦ; ୧୮ ପର୍ଯ୍ୟନ୍ତ ପ୍ରବଳ ଛେଚିବ
·1 hour ago·2 min read

Key Points
ଲଘୁଚାପ ପ୍ରଭାବରେ ରାଜ୍ୟରେ ୨୧ ତାରିଖର ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ତେବେ ଆଗାମୀ ୩ ଦିନ ପର୍ଯ୍ୟନ୍ତ ହେବ ବଡ଼ ବର୍ଷା । ଏହି ସମୟରେ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ।
ଭୁବନେଶ୍ଵର: ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ପ୍ରଭାବରେ ରାଜ୍ଯର ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗି ରହିଛି । ଲଘୁଚାପଟି ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ଆଗାମୀ ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବ ।
ଲଘୁଚାପ ପ୍ରଭାବରେ ରାଜ୍ୟରେ ୨୧ ତାରିଖର ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ତେବେ ଆଗାମୀ ୩ ଦିନ ପର୍ଯ୍ୟନ୍ତ ହେବ ବଡ଼ ବର୍ଷା । ଏହି ସମୟରେ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏବେ ଉତ୍ତର ଓଡ଼ିଶାରେ ବନ୍ୟା ସ୍ଥିତି ଲାଗି ରହିଥିବା ବେଳେ ଲଗାଣ ବର୍ଷା ଦୁର୍ଦ୍ଦଶାକୁ ଆହୁରି ବଢ଼ାଇବ ।
ଏଥିସହ ପଢ଼ନ୍ତୁ: ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ୍ ,ଛୁଟିରେ ଥିଲେ ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ
୨ ଦିନ ରେଡ୍ ଆଲର୍ଟ
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ, ୧୮ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଲାଗି ରହିବ । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୨ ଦିନ ପାଇଁ ବିଭିନ୍ନ ଜିଲ୍ଲାକୁ ରେଡ୍ ଆଲର୍ଟ ରହିଥିବା ବେଳେ ୩ ଦିନ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
ଆଜି ରବିବାର ପାଇଁ ବାଲେଶ୍ଵର, ଭଦ୍ରକ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ରହିଛି ରେଡ୍ ଆଲର୍ଟ । ଆସନ୍ତକାଲି ସୋମବାର ପାଇଁ ୩ ଜିଲ୍ଲା ବାଲେଶ୍ଵର, କେନ୍ଦୁଝର ଓ ମୟୂରଭଞ୍ଜ ରେଡ୍ ୱାର୍ଣ୍ଣିଂରେ ରହିଛି ।
ସେହିଭଳି ଆଜି ପ୍ରବଳ ବର୍ଷା ନେଇ ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ ଓ ଖୋର୍ଦ୍ଧା ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ରହିଛି । ବଜ୍ରପାତ ନେଇ ଏକାଧିକ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି ।
ଆସନ୍ତାକାଲି ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ରହିଛି । ୧୮ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି । ଏହି ସମୟରେ ଉପକୂଳରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ସହ ଝଟ୍କା ପବନର ବେଗ ଘଣ୍ଟାପ୍ରତି ୬୦ କିଲୋମିଟର ରହିପାରେ ।

ଗତ 24ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ରେକର୍ଡ ବର୍ଷା pic.twitter.com/EJpxhUV0u2
— usd (@usd0705) August 16, 2026
ଆଜି ରବିବାର ପାଇଁ ବାଲେଶ୍ଵର, ଭଦ୍ରକ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ରହିଛି ରେଡ୍ ଆଲର୍ଟ । ଆସନ୍ତକାଲି ସୋମବାର ପାଇଁ ୩ ଜିଲ୍ଲା ବାଲେଶ୍ଵର, କେନ୍ଦୁଝର ଓ ମୟୂରଭଞ୍ଜ ରେଡ୍ ୱାର୍ଣ୍ଣିଂରେ ରହିଛି ।
ସେହିଭଳି ଆଜି ପ୍ରବଳ ବର୍ଷା ନେଇ ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ ଓ ଖୋର୍ଦ୍ଧା ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ରହିଛି । ବଜ୍ରପାତ ନେଇ ଏକାଧିକ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି ।
ଆସନ୍ତାକାଲି ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ରହିଛି । ୧୮ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି । ଏହି ସମୟରେ ଉପକୂଳରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ସହ ଝଟ୍କା ପବନର ବେଗ ଘଣ୍ଟାପ୍ରତି ୬୦ କିଲୋମିଟର ରହିପାରେ ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories