Rain Alert / ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ; ଆଣିବ ବଡ଼ ବର୍ଷା, ଉତ୍ତର ଓଡ଼ିଶାରେ ଛେଚିବ
·1 hour ago·2 min read

Key Points
ଲଘୁଚାପ ଆଣିବ ବଡ଼ ବର୍ଷା । ସେପ୍ଟେମ୍ବର ୨ ତାରିଖ ପର୍ଯ୍ୟନ୍ତ ଭିଜିବ ଓଡ଼ିଶା । ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।
ଭୁବନେଶ୍ଵର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଆଣିବ ବଡ଼ ବର୍ଷା । ସେପ୍ଟେମ୍ବର ୨ ତାରିଖ ପର୍ଯ୍ୟନ୍ତ ଭିଜିବ ଓଡ଼ିଶା । ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳରେ ସକ୍ରିୟ ରହିଥିବା ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି ।
ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ପ୍ରଭାବରେ ସେପ୍ଟେମ୍ବର ୨ ତାରିଖ ଯାଏ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
ଏଥିସହ ପଢ଼ନ୍ତୁ: ଉତ୍ତର ଓଡ଼ିଶାକୁ ପୁଣି ବର୍ଷା ବିପଦ; ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
କେଉଁ ଜିଲ୍ଲାକୁ କେଉଁ ଆଲର୍ଟ ?
ଆଜି ପାଇଁ କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ୬ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ଅରେଞ୍ଜ ୱାର୍ଣ୍ଣଂ ଜାରି କରାଯାଇଛି । ସେହିପରି ପୁରୀ, ଖୋର୍ଦ୍ଧା, ଯାଜପୁର, କଟକ, ଢେଙ୍କାନାଳ, ନୟାଗଡ଼, ଅନୁଗୋଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ସୋନପୁର, ସମ୍ବଲପୁର, ଦେବଗଡ, ବରଗଡ଼, ବଲାଙ୍ଗିର, ନବରଙ୍ଗପୁର, ନୂଆପଡ଼ା, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ୧୯ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଦିଆଯାଇଛି ।
କାଳବୈଶାଖୀ ଆଲର୍ଟ
ବିଜୁଳି ଓ ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ଝଡ଼ ପବନ ବହିପାରେ । କାଳବୈଶାଖୀ ନେଇ ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼କୁ ୟେଲୋ ଆଲର୍ଟ ରହିଛି ।
୩୦ ତାରିଖରେ ମୟୂରଭଞ୍ଜ ଜିଲ୍ଲାରେ ଅତି ଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ମୟୂରଭଞ୍ଜ ଜିଲ୍ଲାକୁ ରେଡ୍ ଆଲର୍ଟ ରହିଥିବା ବେଳେ ବାଲେଶ୍ଵର, ଭଦ୍ରକ, ଯାଜପୁର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, କେନ୍ଦୁଝର, ଢେଙ୍କାନାଳ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଦିଆଯାଇଛି ।
ଏଥିସହ ପଢ଼ନ୍ତୁ: ନେପାଳରେ ପ୍ରଳୟଙ୍କାରୀ ବନ୍ୟାର ୫ ମାସ ପୂର୍ବରୁ ଆସିଥିଲା ରିପୋର୍ଟ; ଚେତାବନୀକୁ କାହିଁକି କରାଗଲା ଅଣଦେଖା ?
ଏହି ସମୟରେ ଓଡ଼ିଶା ଉପକୂଳରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ସହ ଝଟ୍କା ପବନର ବେଗ ଘଣ୍ଟାପ୍ରତି ୬୦ କିମି ରହିପାରେ । ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ୩୧ ତାରିଖ ପର୍ଯ୍ୟନ୍ତ ବାରଣ କରାଯାଇଛି ।
ଗତ ୨୪ ଘଣ୍ଟାରେ ସର୍ବାଧିକ ବର୍ଷା ବାଲେଶ୍ୱରର ଖଇରାରେ ରେକର୍ଡ ହୋଇଛି । ସେପଟେ ଜୁନ୍ ୧ରୁ ଏଯାବତ ରାଜ୍ୟରେ ୧୧୧୧.୪ ମିମି ବର୍ଷା ହୋଇଛି । ଯାହାକି ସ୍ୱାଭାବିକ ବର୍ଷା ଠାରୁ ୨୬ ପ୍ରତିଶତ ଅଧିକ ବର୍ଷା ବୋଲି ଜଣାପଡ଼ିଛି ।

ସୃଷ୍ଟି ହେଲା #ଲଘୁଚାପ
— usd (@usd0705) August 29, 2026
ଗତକାଲିର ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସକାଳ 5ଟା 30 ସମୟରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି l pic.twitter.com/cUdKYrO5i5
କାଳବୈଶାଖୀ ଆଲର୍ଟ
ବିଜୁଳି ଓ ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ଝଡ଼ ପବନ ବହିପାରେ । କାଳବୈଶାଖୀ ନେଇ ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼କୁ ୟେଲୋ ଆଲର୍ଟ ରହିଛି ।
୩୦ ତାରିଖରେ ମୟୂରଭଞ୍ଜ ଜିଲ୍ଲାରେ ଅତି ଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ମୟୂରଭଞ୍ଜ ଜିଲ୍ଲାକୁ ରେଡ୍ ଆଲର୍ଟ ରହିଥିବା ବେଳେ ବାଲେଶ୍ଵର, ଭଦ୍ରକ, ଯାଜପୁର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, କେନ୍ଦୁଝର, ଢେଙ୍କାନାଳ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଦିଆଯାଇଛି ।
ଏଥିସହ ପଢ଼ନ୍ତୁ: ନେପାଳରେ ପ୍ରଳୟଙ୍କାରୀ ବନ୍ୟାର ୫ ମାସ ପୂର୍ବରୁ ଆସିଥିଲା ରିପୋର୍ଟ; ଚେତାବନୀକୁ କାହିଁକି କରାଗଲା ଅଣଦେଖା ?
ଏହି ସମୟରେ ଓଡ଼ିଶା ଉପକୂଳରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ସହ ଝଟ୍କା ପବନର ବେଗ ଘଣ୍ଟାପ୍ରତି ୬୦ କିମି ରହିପାରେ । ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ୩୧ ତାରିଖ ପର୍ଯ୍ୟନ୍ତ ବାରଣ କରାଯାଇଛି ।
ଗତ ୨୪ ଘଣ୍ଟାରେ ସର୍ବାଧିକ ବର୍ଷା ବାଲେଶ୍ୱରର ଖଇରାରେ ରେକର୍ଡ ହୋଇଛି । ସେପଟେ ଜୁନ୍ ୧ରୁ ଏଯାବତ ରାଜ୍ୟରେ ୧୧୧୧.୪ ମିମି ବର୍ଷା ହୋଇଛି । ଯାହାକି ସ୍ୱାଭାବିକ ବର୍ଷା ଠାରୁ ୨୬ ପ୍ରତିଶତ ଅଧିକ ବର୍ଷା ବୋଲି ଜଣାପଡ଼ିଛି ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories