Videos
|
Odisha

Low Pressure / ଆସନ୍ତା କାଲି ଲଘୁଚାପ ! ୧୫ରେ ଅବପାତ ଆଶଙ୍କା, ଓଡ଼ିଶା ଉପରେ ପଡ଼ିବ କି ପ୍ରଭାବ ?

Bikash Mohanty
Browse all articles by Bikash Mohanty
·2 hours ago·1 min read
ଆସନ୍ତା କାଲି ଲଘୁଚାପ ! ୧୫ରେ ଅବପାତ ଆଶଙ୍କା,  ଓଡ଼ିଶା ଉପରେ ପଡ଼ିବ କି  ପ୍ରଭାବ ?
Low Pressure

Key Points

ବଙ୍ଗୋପସାଗରରେ ଘନଉଛି ଲଘୁଚାପ
ଆଣ୍ଡାମାନ ସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ
ଆସନ୍ତାକାଲି ସୃଷ୍ଟି ହେବ ଲଘୁଚାପ !
ଭୂବନେଶ୍ବର,୧୨/୧୧: ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ଆଖପାଖ ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ ।ଏହା ଆସନ୍ତାକାଲି ଅର୍ଥାତ୍ ୧୩ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରି ନଭେମ୍ବର ୧୪ ତାରିଖ ସୁଦ୍ଧା ଅଧିକ ଘନୀଭୂତ ହୋଇ ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ପରିଣତ ହୋଇପାରେ । ପରବର୍ତ୍ତୀ ସମୟରେ ନଭେମ୍ବର ୧୫ ତାରିଖ ବେଳକୁ ଏହା ଅବପାତର ରୂପ ନେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । କିନ୍ତୁ ଓଡ଼ିଶା ଉପରେ ରହିବ ନାହିଁ ବିଶେଷ ପ୍ରଭାବ ।

ବର୍ତ୍ତମାନ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିଛି। ଆଗାମୀ ୭ ଦିନ ଯାଏଁ ବଡ଼ ବର୍ଷାର ସମ୍ଭାବନା ନାହିଁ। ନଭେମ୍ବର ୧୨ରୁ ୧୮ ତାରିଖ ପର୍ଯ୍ୟନ୍ତ ସାରା ଓଡ଼ିଶାରେ ପାଗ ଶୁଖିଲା ରହିବା ନେଇ ଆକଳନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର। ଏହି ସମୟରେ କୌଣସି ଜିଲ୍ଲା ପାଇଁ ବର୍ଷାଜନିତ ସତର୍କ ସୂଚନା ଜାରି ହୋଇନାହିଁ।

ପଢନ୍ତୁ ଏହି ଖବର: ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି, ୧୫ରେ ଅବପାତ ଆଶଙ୍କା… ଓଡ଼ିଶାକୁ ନାହିଁ ବର୍ଷା

ଅନ୍ୟପଟେ ରାଜ୍ୟର ୧୩ଟି ଜିଲ୍ଲାରେ ସକାଳ ସମୟରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବା ସମ୍ଭାବନା ରହିଛି। କୋରାପୁଟ, କନ୍ଧମାଳ, ଖୋର୍ଦ୍ଧା, ଯାଜପୁର, ଭଦ୍ରକ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାର କିଛି ସ୍ଥାନରେ କୁହୁଡ଼ି ହୋଇପାରେ।
Argus News App

📱 Get Argus News App

✨
📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: