Odisha Weather / ଆଉ ନାହିଁ ବର୍ଷା; ୯ ଜିଲ୍ଲାରେ କୁହୁଡ଼ି ଦେଖାଯିବା ପୂର୍ବାନୁମାନ
·2 hours ago·2 min read

Key Points
ଆଗାମୀ ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ । କୌଣସି ଜିଲ୍ଲାକୁ କୌଣସି ଆଲର୍ଟ ଜାରି କରାଯାଇ ନାହିଁ । ବୁଧବାର ୯ଟି ଜିଲ୍ଲାରେ କୁହୁଡ଼ି ଦୃଶ୍ୟମାନ ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।
ଭୁବନେଶ୍ଵର: ଏବେ ରାଜ୍ୟରେ ପାଗ ଶୁଖିଲା ରହିଛି । ଏଥିସହ ଉତ୍ତର-ପଶ୍ଚିମ ଉତ୍ତରପ୍ରଦେଶରୁ ଏକ ଟ୍ରଫ୍ ମଧ୍ୟପ୍ରଦେଶ, ଛତିଶଗଡ଼ ଓ ଓଡ଼ିଶା ଦେଇ ସମୁଦ୍ର ପୃଷ୍ଠର ୩.୧ କିଲୋମିଟର ଉପରେ ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳ ପର୍ଯ୍ୟନ୍ତ ବ୍ୟାପିଛି ।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ, ଆଗାମୀ ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ । କୌଣସି ଜିଲ୍ଲାକୁ କୌଣସି ଆଲର୍ଟ ଜାରି କରାଯାଇ ନାହିଁ । ବୁଧବାର ୯ଟି ଜିଲ୍ଲାରେ କୁହୁଡ଼ି ଦୃଶ୍ୟମାନ ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।
କେଉଁ ଜିଲ୍ଲାରେ କୁହୁଡ଼ି ?
ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ, ରାଜ୍ୟର ୯ ଜିଲ୍ଲାରେ ଭୋର୍ ଓ ସକାଳ ସମୟରେ ସ୍ଵଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିପାରେ । ୯ ଜିଲ୍ଲା- ସୁନ୍ଦରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ଅନୁଗୋଳ, ଢେଙ୍କାନାଳ, କୋରାପୁଟ, ନୟାଗଡ଼, କଟକ । ଆଗାମୀ ୭ ଦିନ ପର୍ଯ୍ୟନ୍ତ ପାଣିପାଗରେ ସେଭଳି ବଡ଼ ପରିବର୍ତ୍ତନର ସମ୍ଭାବନା ନାହିଁ ।

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା
ସେପଟେ ୧୩ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରି ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି ।
ତେବେ ଏହାର ଓଡ଼ିଶା ଉପରେ ବିଶେଷ ପ୍ରଭାବ ପଡ଼ିବ ନାହିଁ । ଉପକୂଳ ଅଞ୍ଚଳରେ ଆକାଶ ମେଘୁଆ ରହିପାରେ, କିନ୍ତୁ ବର୍ଷାର ସମ୍ଭାବନା ନାହିଁ । ଆଗାମୀ ୭ ଦିନ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ ।
ଆଗାମୀ ୨ରୁ ୩ ଦିନ ମଧ୍ୟରେ ସୁନ୍ଦରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, କୋରାପୁଟ, ନୟାଗଡ଼ ଓ କଟକ ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖା ଯାଇପାରେ । ବିଗତ ୨୪ ଘଣ୍ଟାରେ କିଛି ସ୍ଥାନରେ ସ୍ୱାଭାବିକଠାରୁ ୩ରୁ ୪ ଡିଗ୍ରୀ କମ୍ ତାପମାତ୍ରା ରେକର୍ଡ ହୋଇଥିବା ବେଳେ କୋରାପୁଟରେ ସ୍ୱାଭାବିକଠାରୁ ୫.୨ ଡିଗ୍ରୀ ଅଧିକ ରହିଛି । ଫୁଲବାଣୀରେ ୧୪.୫ ଡିଗ୍ରୀ ସେଲସିୟସ୍ ସହ ସମତଳ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ରେକର୍ଡ ହୋଇଛି । ସେହିପରି ସିମିଳିଗୁଡ଼ାରେ ୧୧.୬, ଦାରିଙ୍ଗବାଡ଼ିରେ ୧୪, କଟକରେ ୧୭.୪ ଏବଂ ଭୁବନେଶ୍ୱରରେ ୧୮.୫ ଡିଗ୍ରୀ ସେଲସିୟସ୍ ରେକର୍ଡ ହୋଇଛି ।