Videos
|
Odisha

Low Pressure / ସୃଷ୍ଟି ହେଲା ଲଘୁଚାପ; ଅଗଷ୍ଟ ୧୪ ପର୍ଯ୍ୟନ୍ତ ପ୍ରବଳ ବର୍ଷା

Sushanta Sahoo
Browse all articles by Sushanta Sahoo
·1 hour ago·2 min read
ସୃଷ୍ଟି ହେଲା ଲଘୁଚାପ; ଅଗଷ୍ଟ ୧୪ ପର୍ଯ୍ୟନ୍ତ ପ୍ରବଳ ବର୍ଷା
Heavy Rains to Lash State Till Aug 14

Key Points

ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ଲାଗି ରହିବ ପ୍ରବଳ ବର୍ଷା । ଆଗାମୀ ୨୪ ଘଣ୍ଟା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।
ଭୁବନେଶ୍ଵର: ଦକ୍ଷିଣ ପଶ୍ଚିମବଙ୍ଗ ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଉପର ବାୟୁ ଘୂର୍ଣ୍ଣିବଳୟ ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସମାନ ଅଞ୍ଚଳରେ ସୃଷ୍ଟି ହୋଇଛି । ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବିସ୍ତାରିତ ହୋଇ ଦକ୍ଷିଣ-ପଶ୍ଚିମ ଆଡ଼କୁ ଢଳି ରହିଛି ।

ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ଲାଗି ରହିବ ପ୍ରବଳ ବର୍ଷା । ଆଗାମୀ ୨୪ ଘଣ୍ଟା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏଥିସହ ପଢ଼ନ୍ତୁ: ବଢୁଛି ଜଳକା ନଦୀର ଜଳସ୍ତର,ପୁଣି ବନ୍ୟା ଆଶଙ୍କା 

କେଉଁ ଜିଲ୍ଲାକୁ କେଉଁ ଆଲର୍ଟ ?

ଆଜି ପାଇଁ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୪ ଜିଲ୍ଲା- ସୁନ୍ଦରଗଡ଼ ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁରକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ସେହିଭଳି ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କଟକ, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ନୟାଗଡ଼, ନୂଆପଡ଼ା ଓ ବଲାଙ୍ଗିର ଜିଲ୍ଲାକୁ ୟେଲୋ ଆଲର୍ଟ ରହିଛି ।


କାଳବୈଶାଖୀ ଆଶଙ୍କା

ବର୍ଷା ସହ ଘଡ଼ଘଡ଼ି, ବଜ୍ରପାତ ନେଇ ଅର୍ଦ୍ଧାଧିକ ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି । ଏସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିପାରେ । ଜିଲ୍ଲାଗୁଡ଼ିକ ହେଲା- ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ।

ଏଥିସହ ପଢ଼ନ୍ତୁ: ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ ; ଆଲର୍ଟରେ ଏହିସବୁ ଜିଲ୍ଲା 

ପାଣିପାଗ କେନ୍ଦ୍ର ଅନୁସାରେ, ୮ ଓ ୯ ତାରିଖ ଦୁଇ ଦିନ ଓଡ଼ିଶା ଉପକୂଳ ଅଶାନ୍ତ ରହିବ । ଏହି ସମୟରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ଘଣ୍ଟା ପ୍ରତି ୬୦ କିମି ବେଗରେ ଝଟ୍‌କା ପବନ ବହିପାରେ । ସମୁଦ୍ର ଅଶାନ୍ତ ରହିଥିବାରୁ ଓଡ଼ିଶା ଉପକୂଳ ସମୁଦ୍ରକୁ ଦୁଇ ଦିନ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: