Heavy Rain Aler / ମାଡ଼ିଆସୁଛି ବଡ଼ ବର୍ଷା: ଆସନ୍ତା ୩ ଘଣ୍ଟା ପାଇଁ ୟେଲୋ ଆଲର୍ଟ, ବାହାରକୁ ନଯିବାକୁ ପରାମର୍ଶ
·1 hour ago·2 min read

Key Points
ଆସୁଛି ବଡ଼ ବର୍ଷା
ଆସନ୍ତା ୩ ଘଣ୍ଟା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଆଲର୍ଟ
ଓଡ଼ିଶାର ୧୨ ଜିଲ୍ଲାରେ ବର୍ଷା ସହ ଝଟକା ପବନ ସମ୍ଭାବନା

ଆସୁଛି ବଡ଼ ବର୍ଷା। ଯାହାକୁ ନେଇ ଏବେଠୁ ଭୟ ଆରମ୍ଭ ହେଲାଣି। ଗତକାଲିଠାରୁ ଅନେକ ସ୍ଥାନରେ ବର୍ଷା ଆରମ୍ଭ ହୋଇଥିବାବେଳେ ଆଜି ପ୍ରବଳ ବର୍ଷା ହେଲାଣି। ଆସନ୍ତା ୩ ଘଣ୍ଟା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଆଲର୍ଟ ଜାରି କରିଛି । ଓଡ଼ିଶାର ୧୨ ଜିଲ୍ଲାରେ ବର୍ଷା ସହ ଝଟକା ପବନ ସମ୍ଭାବନା। ଆସନ୍ତା ୩ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ନୟାଗଡ଼, ପୁରୀ, ଖୋର୍ଦ୍ଧା, କଟକ (କଟକ ସହର ସମେତ), ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି।ଏହି ସମୟରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ଝଟକା ପବନ ବହିବାର ମଧ୍ୟ ସମ୍ଭାବନା ରହିଛି। ଏହି ସମୟରେ ବାହାରକୁ ନଯିବାକୁ ପରାମର୍ଶ।''
.ବର୍ଷା ପାଇଁ ସ୍କୁଲ ବନ୍ଦ:
ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଅନେକ ଜିଲ୍ଲାରେ ସ୍କୁଲ କଲେଜ ବନ୍ଦ ଘୋଷଣା କରାଯାଇଛି। ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷାର ପୂର୍ବାନୁମାନକୁ ଦୃଷ୍ଟିରେ ରଖି ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ଆଜିଠାରୁ ସେପ୍ଟେମ୍ବର ୨୪ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ପ୍ରାଥମିକ, ମାଧ୍ୟମିକ ଓ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ବନ୍ଦ ରହିବ। ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି।''
ବିଦ୍ୟାଳୟଗୁଡ଼ିକ ବନ୍ଦ ରହିଲେ ମଧ୍ୟ ସମସ୍ତ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ପୂର୍ବବତ୍ ବିଦ୍ୟାଳୟରେ ଉପସ୍ଥିତ ରହି ନିଜ ନିଜ କାର୍ଯ୍ୟ ସମ୍ପାଦନ କରିବେ। ସେହିପରି ପୂର୍ବରୁ ଧାର୍ଯ୍ୟ ହୋଇଥିବା ଏନ୍ଆର୍ଟିଏସ୍ ପରୀକ୍ଷା ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଅନୁଷ୍ଠିତ ହେବ। ଅନ୍ୟପକ୍ଷରେ, ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଆଜିଠାରୁ ସେପ୍ଟେମ୍ବର ୨୪ ଯାଏଁ ଗଞ୍ଜାମ ଜିଲ୍ଲାର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ମଧ୍ୟ ବନ୍ଦ ରହିବ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ପୂର୍ବରୁ ସୂଚନା ଦିଆଯାଇଛି।''

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ଏଥିସହ ପଢ଼ନ୍ତୁ: ୧୨ ଘଣ୍ଟାରେ ଗଭୀର ଅବପାତ: ଆରମ୍ଭ ହେଲା ବର୍ଷା...
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଅଧିକ ଶକ୍ତିଶାଳୀ ହେବାରେ ଲାଗିଛି। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଥିବା ଏହି ସୁଦୃଶ୍ୟ ଲଘୁଚାପ ଏବେ ଅବପାତ ବା ଡିପ୍ରେସନର ରୂପ ନେଇଛି। ପାଣିପାଗ ବିଭାଗର ସୂଚନା ଅନୁସାରେ, ଆଗାମୀ ୩୬ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବାର ଆଶଙ୍କା ରହିଛି। ଏହାସହ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ଏହା ଗଭୀର ଅବପାତର ରୂପ ନେଇପାରେ। ଯାହା ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।''
ଅଧିକ ପଢ଼ନ୍ତୁ ପାଣିପାଗ ଖବର:

Related Topics
Explore more stories